ବୈଜୟନ୍ତ ପଣ୍ଡାଙ୍କ ଅଧ୍ୟକ୍ଷତାରେ ପବ୍ଲିକ ଅଣ୍ଡର ଟେକିଙ୍ଗ କମିଟିର ବଡ଼ ବୈଠକ

ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡା ସାଂସଦ ବୈଜୟନ୍ତ ପଣ୍ଡାଙ୍କ ଅଧ୍ୟକ୍ଷତାରେ ପବ୍ଲିକ୍ ଅଣ୍ଡରଟେକିଂ କମିଟିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ସୋମବାର ନୂଆଦିଲ୍ଲୀରେ ଅନୁଷ୍ଠିତ ହୋଇଛି। ଦେଶର ଗୁରୁତ୍ୱପୂର୍ଣ୍ଣ କମିଟି ଗୁଡ଼ିକ ମଧ୍ୟରୁ ପବ୍ଲିକ ଅଣ୍ଡରଟେକିଂ କମିଟି ଅନ୍ୟତମ। ସାଂସଦ ବୈଜୟନ୍ତ ପଣ୍ଡା ପବ୍ଲିକ୍ ଅଣ୍ଡରଟେକିଂ କମିଟିର ଅଧ୍ୟକ୍ଷ ହେବା ପରେ ଏହା ତାଙ୍କର ଷଷ୍ଠ ବୈଠକ।

ଏହି ବୈଠକରେ ଭାରତ ସଂଚାର ନିଗମ ଲିମିଟେଡ୍ (ବିଏସଏନଏଲ୍) ଓ ଟେଲିକମ୍ ମନ୍ତ୍ରାଳୟର ପ୍ରତିନିଧିମାନେ କମିଟି ସମ୍ମୁଖରେ ଉପସ୍ଥିତ ହୋଇ ନିଜର ପକ୍ଷ ରଖିଛନ୍ତି। ବୈଠକରେ ଓଡ଼ିଶାରୁ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ ଓ ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟଙ୍କ ସମେତ ଅନ୍ୟ ସଦସ୍ୟ ଓ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।
ପ୍ରକାଶ ଥାଉ, ସାଂସଦ ବୈଜୟନ୍ତ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଗଠିତ ସଂସଦର ପବ୍ଲିକ୍ ଅଣ୍ଡରଟେକିଂ କମିଟିରେ ଲୋକସଭାରୁ ୧୫ ଓ ରାଜ୍ୟସଭାରୁ ୭ ଜଣ ସଦସ୍ୟ ରହିଛନ୍ତି। ଏହି କମିଟି ଗତ ଅଗଷ୍ଟ ୧୪ ତାରିଖରୁ ନିଜ କାର୍ଯ୍ୟ ଆରମ୍ଭ କରିଥିବାବେଳେ ଏପର୍ଯ୍ୟନ୍ତ ୬ଟି ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠତ ହୋଇସାରିଲାଣି।

  • Related Posts

    ଭିଜିଲାନ୍ସ ହାତରେ ଧରାପଡିଲେ ଡାଟା ଏଣ୍ଟ୍ରି ଅପରେଟର

    ନୟାଗଡ଼: ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଗୃହର ବିଲ୍ ପାସ୍ କରିବା ପାଇଁ ଜଣେ ହିତାଧିକାରୀଙ୍କ ଠାରୁ ୪ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି ପଞ୍ଚାୟତ ଡାଟାଏଣ୍ଟ୍ରି ଅପରେଟର। ଡାଟା ଏଣ୍ଟ୍ରି ଅପରେଟର ଜଣକ ହେଲେ ରଣପୁର…

    Continue reading
    ରାକ୍ଷୀ ପୂର୍ଣ୍ଣିମାରେ ମିଳିବ ଟଙ୍କା

    ଭୁବନେଶ୍ବର : ସୁଭଦ୍ରା ଯୋଜନାର ହିତାଧିକାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। ଆସନ୍ତା ରାକ୍ଷୀ ପୂର୍ଣ୍ଣିମା ଅବସରରେ ସୁଭଦ୍ରା ଯୋଜନାର ପରବର୍ତ୍ତୀ କିସ୍ତି ଟଙ୍କା ପ୍ରଦାନ କରାଯିବ। ଏଥିସହ ୨୫ ଜୁଲାଇ ସୁଦ୍ଧା ଯେଉଁ ଆବେଦନଗୁଡ଼ିକର ନାମ ଜିଲ୍ଲା ସ୍ତରରୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ