ବୈତରଣୀରେ ଆଉ ବଢିବନି ଜଳସ୍ତର:ସର୍ବୋଚ୍ଚ ଯନ୍ତ୍ରୀ

ଭୁବନେଶ୍ଵର : ବୈତରଣୀରେ ନାହିଁ ବନ୍ୟା ଆଶଙ୍କା। ଏବେ ଆଖୁଆପଦାଠାରେ ଜଳସ୍ତର ୧୮.୨୯ ମିଟର ରହିଛି। ବିପଦ ସଙ୍କେତ ଠାରୁ ଟିକେ କମ୍ କିନ୍ତୁ ସତର୍କ ସଙ୍କେତ ଉପରେ ପ୍ରବାହିତ ହେଉଛି । ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଚନ୍ଦ୍ର ଶେଖର ପାଢ଼ୀ ଏନେଇ ସୂଚନା ଦେଇଛନ୍ତି। ସେ କହିଛନ୍ତି, କେନ୍ଦ୍ରୀୟ ଜଳ ଆୟୋଗଙ୍କ ସୂଚନା ଅନୁଯାୟୀ ବୈତରଣୀରେ ଆଉ ଜଳସ୍ତର ବଢିବ ନାହିଁ। ତେଣୁ ବନ୍ୟା ହେବାର କୌଣସି ସମ୍ଭାବନା ନାହିଁ। ତଥାପି ଆମେ ପ୍ରସ୍ତୁତ ଅଛୁ। ଜିଲ୍ଲା ପ୍ରଶାସନ ଠାରୁ ଆରମ୍ଭ କରି ବିଭାଗ ପର୍ୟ୍ୟନ୍ତ ସତର୍କ ଅଛନ୍ତି । ଅନ୍ୟ କେଉଁଠାରେ ବି ବନ୍ୟା ପରିସ୍ଥିତି ନାହିଁ। ଚନ୍ଦ୍ର ଶେଖର ପାଢ଼ୀ ପୁଣି କହିଛନ୍ତି ଯେ, ବ୍ରାହ୍ମଣୀ, ବୁଢାବଳଙ୍ଗ ଏବଂ ମହାନଦୀରେ ବିପଦ ସଙ୍କେତ ତଳେ ଜଳସ୍ତର ରହୁଛି। ଏବେ ହୀରାକୁଦରେ ୮ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଛି। ହୀରାକୁଦ ଡ୍ୟାମ୍‌ରେ ୪ ଲକ୍ଷ ୩ କ୍ୟୁସେକ୍ ଜଳ ପ୍ରବାହିତ ହେଉଛି। ରେଙ୍ଗାଲିରେ ୨ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି।

ଗତକାଲିଠୁ ଭଦ୍ରକରେ ଲଗାଣ ବର୍ଷା ଲାଗି ରହିଛି। ପ୍ରବଳ ବର୍ଷା ଯୋଗୁ ପୁଣି ବୈତରଣୀ ନଦୀର ଜଳସ୍ତର ବୃଦ୍ଧି ପାଇଛି। ନଦୀ ବଢୁଥିବାରୁ ଲୋକେ ଆତଙ୍କିତ ହୋଇ ରହିଛନ୍ତି। ହେକ୍ଟର ହେକ୍ଟର ଚାଷ ଜମି ଜଳମଗ୍ନ ହୋଇଛି। ଚାଷୀଙ୍କ ପରିବା ଫସଲ ମଧ୍ୟ ନଷ୍ଟ ହୋଇଛି। ଗତକାଲି ମୁଖ୍ୟମନ୍ତ୍ରୀ ମଧ୍ୟ ଆକାଶମାର୍ଗରୁ ବନ୍ୟାଞ୍ଚଳ ପରିଦର୍ଶନ କରିଥିଲେ। ଏବେ ବି ଲୋକମାନେ ଜଳବନ୍ଦୀ ଅବସ୍ଥାରେ ରହିଛନ୍ତି।

  • Related Posts

    ଶାନ୍ତି ମଞ୍ଜରୀ ଦେଇ ଦେବଗଡ଼ ପୌରାଧ୍ୟକ୍ଷା ପଦରେ ପୁନଃ ଅବସ୍ଥାପିତ

    ଦେବଗଡ଼:ଦେବଗଡ଼ ପୌରପାଳିକାର ପୂର୍ବତନ ଅଧ୍ୟକ୍ଷା ଶ୍ରୀମତୀ ଶାନ୍ତି ମଞ୍ଜରୀ ଦେଇଙ୍କୁ ରାଜ୍ୟ ସରକାରଙ୍କ ଦ୍ୱାରା ଆଧାର ବିହୀନ ତଥା ଭୁଲ ଅଭିଯୋଗ ଆଧାରରେ ପଦଚ୍ୟୁତ କରାଯାଇଥିବା ବିବାଦରେ ଶେଷରେ ନ୍ୟାୟର ଜୟ ଘଟିଛି। ଏହାକୁ ଚ୍ୟାଲେଞ୍ଜ କରି ସେ ଉଚ୍ଚ ନ୍ୟାୟାଳୟର…

    Continue reading
    କୃଷିଅଧିକାରୀମାନଙ୍କୁ କାମର ହିସାବ ମାଗିଲେ ଉପମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: କୃଷି ଅଧିକାରୀଙ୍କ ବାହାର ରାଜ୍ୟ ଓ ବିଦେଶ ଗସ୍ତକୁ ନେଇ ତାଗିଦ୍‌ କଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ। ଭୁବନେଶ୍ୱର କୃଷି ଭବନ ପରିସରରେ ଆୟୋଜିତ ରାଜ୍ୟସ୍ତରୀୟ ଉଦ୍ୟାନ କୃଷି ଅଧିକାରୀ ସମ୍ମିଳନୀରେ ସେ ଅଧିକାରୀମାନଙ୍କୁ କାମର ହିସାବ ମାଗିଛନ୍ତି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ