ବୋମା ବିସ୍ଫୋରଣ, ୩ ମୃତ

ନୂଆଦିଲ୍ଲୀ: ଦେଶୀ ବୋମା ତିଆରି ବେଳେ ହେଲେ ଭୟଙ୍କର ବିସ୍ଫୋରଣ। ଚାଲିଗଲା ୩ ଜଣଙ୍କ ଜୀବନ। ପଶ୍ଚିମବଙ୍ଗର ମୁର୍ସିଦାବାସରେ ଘଟିଛି ଏଭଳି କିଛି ଅଘଟଣ। ଏଠାରେ ବେଆଇନ ରୂପେ ଏକ ଘରେ ବୋମା ତିଆରି ଚାଲିଥିଲା। ଏହି ସମୟରେ ବିସ୍ଫୋରଣ ହୋଇଥବା କୁହାଯାଉଛି।ମୃତକମାନେ ହେଲେ ମାମୁନ ମୁଲ୍ଲା, ସାକିରୁଲ ସରକାର ଓ ମୁସ୍ୋକିନ୍‌ ଶେଖ। ଏମାନଙ୍କ ମଧ୍ୟରୁ ମୁସ୍ତାକିନ୍ ଶେଖଙ୍କ ଘର ମହତାବ କଲୋନୀ ଅଞ୍ଚଳରେ ଅଛି। ଖୈରତଲା ଅଞ୍ଚଳରେ ମାମୁନ ମୁଲ୍ଲା ଏବଂ ସାକିରୁଲ ସରକାର ଘର ରହିଛି। ରାତି ଅଧରେ ସେମାନେ ଘର ଭିତରେ ବୋମା ତିଆରି କରୁଥିଲେ।

ପୋଲିସର ସୂଚନାନୁସାରେ, ରବିବାର ବିଳମ୍ବିତ ରାତିରେ ମୁର୍ସିଦାବାଦ ଜିଲ୍ଲାର ଖୈରତଲା ନିବାସୀ ମାମୁନ ମୁଲ୍ଲାଙ୍କ ଘରେ ବେଆଇନ ବୋମା ତିଆରି କାମ ଚାଲିଥିଲା। ଏହି ସମୟରେ ହଠାତ୍ ଏକ ବୋମାରେ ବିସ୍ଫୋରଣ ଘଟିଥିଲା। ଫଳରେ ଏଥିରେ ତିନି ଜଣଙ୍କର ମୃତ୍ୟୁ ହୋଇଛି। ବିସ୍ଫୋରଣ ଯୋଗୁ ଯେଉଁ ଘରେ ବୋମା ତିଆରି ଚାଲିଥିଲା ତାହା ସମ୍ପୂର୍ଣ୍ଣ ଭୁଶୁଡି ପଡିଛି। ଏଥିସହ ଆଖପାଖର ଘରଗୁଡିକ ମଧ୍ୟ କ୍ଷତିଗ୍ରସ୍ତ ହୋଇଛି।

  • Related Posts

    ଏଣିକି ଆଉ ଡାକ୍ତର କରିପାରିବେନି ରିଲ୍ସ

    ଏଣିକି ଆଉ ଡାକ୍ତର କରିପାରିବେନି ରିଲ୍ସ। ରୋଗୀଙ୍କୁ ବ୍ୟବହାର କରି ନିଜର ପ୍ରଚାର ପ୍ରସାର କରିପାରିବେନି ଡାକ୍ତର। ନିଜକୁ ‘ନମ୍ବର ୱାନ୍’ କିମ୍ବା ‘ବେଷ୍ଟ ଡାକ୍ତର’ କହି ରୋଗୀଙ୍କୁ କରିପାରିବେନି ଆକର୍ଷିତ। ରୋଗୀଙ୍କୁ ଆକୃଷ୍ଟ କରିବାକୁ AIରେ ତିଆରି ପ୍ରମୋସନାଲ୍ କଣ୍ଟେଣ୍ଟ,…

    Continue reading
    ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ: ଦିଲ୍ଲୀରେ ମେଟ୍ରୋ ସେବା, ଇଣ୍ଟରନେଟ୍ ଓ ଯାତାୟାତକୁ ସ୍ୱାଭାବିକ ରଖ

    ଦିଲ୍ଲୀରେ ସ୍ଥିତି ସ୍ୱାଭାବିକ କରିବାକୁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ । ମେଟ୍ରୋ ସେବା, ଇଣ୍ଟରନେଟ୍ ଓ ଯାତାୟାତକୁ ସ୍ୱାଭାବିକ ରଖିବାକୁ କହିଛନ୍ତି କୋର୍ଟ । ଆଇନଶୃଙ୍ଖଳା କିମ୍ବା ଟ୍ରାଫିକ୍‌ ସମସ୍ୟା ନଥିଲେ ରାସ୍ତାରେ ଲାଗିଥିବା ବ୍ୟାରିକେଡ୍‌ ହଟାଇବାକୁ ନିର୍ଦ୍ଦେଶ ଦିଆଯାଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ