ବ୍ଲକସ୍ତରୀୟ ସମ୍ମିଳନୀ, ଯୋଜନାର ସୁଫଳ ପହଞ୍ଚାଇବାକୁ ସାଂସଦଙ୍କ ଆହ୍ୱାନ

ରାଇକିଆ: ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ସାରା ରାଜ୍ୟରେ ପାଳିତ ହେଉଥିବା ସେବା, ସୁଶାସନ ଓ ବିକାଶ କାର୍ଯ୍ୟକ୍ରମର ଅଂଶ ସ୍ୱରୂପ ରାଇକିଆ ବ୍ଲକ ପକ୍ଷରୁ ଏକ ବ୍ଲକ ସ୍ତରୀୟ ସମ୍ମିଳନୀ ସ୍ଥାନୀୟ ବ୍ଲକ ପରିସରରେ ଆୟୋଜିତ ହୋଇଯାଇଛି। ଗୋଷ୍ଠୀ ଉନ୍ନୟନ ଅଧିକାରୀ ଡ଼ଃ ସବ୍ୟସାଚୀ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସମ୍ମିଳନୀରେ ରାଜ୍ୟ ସରକାରଙ୍କ ଦୁଇ ବର୍ଷ ମଧ୍ୟରେ କାର୍ଯ୍ୟକାରୀ ହୋଇଥିବା ବିଭିନ୍ନ ଜନକଲ୍ୟାଣମୂଳକ ଯୋଜନା, ବିକାଶମୂଳକ ପଦକ୍ଷେପ ଏବଂ ସେଗୁଡ଼ିକର ସଫଳ ରୂପାୟନ ସମ୍ପର୍କରେ ବିସ୍ତୃତ ଆଲୋଚନା ହୋଇଥିଲା।କାର୍ଯ୍ୟକ୍ରମରେ କନ୍ଧମାଳ ସାଂସଦ ଶ୍ରୀ ସୁକାନ୍ତ କୁମାର ପାଣିଗ୍ରାହୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଥିଲେ ଯେ, ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ଆଜି ଗ୍ରାମାଞ୍ଚଳର ସାଧାରଣ ଲୋକଙ୍କ ଜୀବନଧାରାରେ ପରିବର୍ତ୍ତନ ଆଣିବାରେ ସହାୟକ ହୋଇଛି। ପଞ୍ଚାୟତ ସ୍ତରରେ ବାର୍ଦ୍ଧକ୍ୟ ଭତ୍ତା ପ୍ରଦାନ, ରାସନ କାର୍ଡ ବଣ୍ଟନ, କୃଷି ଓ ପଶୁପାଳନ କ୍ଷେତ୍ରରେ ପ୍ରୋତ୍ସାହନ, ମହିଳା ସଶକ୍ତିକରଣ, ସାମାଜିକ ସୁରକ୍ଷା, ଭିତ୍ତିଭୂମି ବିକାଶ, ଗ୍ରାମ୍ୟ ସଡ଼କ ନିର୍ମାଣ, ସ୍ୱାସ୍ଥ୍ୟସେବାର ସୁଦୃଢୀକରଣ ଏବଂ ନିରାପଦ ପାନୀୟ ଜଳ ଯୋଗାଣ ଭଳି କ୍ଷେତ୍ରରେ ସରକାର ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଥିବା ସେ ଉଲ୍ଲେଖ କରିଥିଲେ। ସରକାରଙ୍କ ଯୋଜନାର ସୁଫଳ ଯେପରି ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ପହଞ୍ଚିପାରିବ, ସେଥିପାଇଁ ପ୍ରଶାସନ ଓ ଜନପ୍ରତିନିଧିମାନେ ସମନ୍ୱୟ ରକ୍ଷା କରି କାର୍ଯ୍ୟ କରିବାକୁ ସେ ଆହ୍ୱାନ ଦେଇଥିଲେ।
ସମ୍ମିଳନୀରେ ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ରୀନା ପ୍ରଧାନ, ତହସିଲଦାର ଶ୍ରୀ ବରିୟଲ ମୁର୍ମୁ ଏବଂ ଜିଲ୍ଲା ଓବିସି ମୋର୍ଚ୍ଚା ସଭାପତି ଶ୍ରୀ ସନ୍ତୋଷ କୁମାର ଲେଙ୍କା ସମ୍ମାନିତ ଅତିଥି ଭାବେ ଯୋଗଦେଇ ରାଜ୍ୟ ସରକାରଙ୍କ ଦୁଇ ବର୍ଷର ବିକାଶମୂଳକ ଯାତ୍ରା ସମ୍ପର୍କରେ ନିଜ ଅଭିମତ ପ୍ରକାଶ କରିଥିଲେ।
ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଅଧୀନରେ ହିତାଧିକାରୀମାନଙ୍କୁ କାର୍ଡ,ଜମି ପଟ୍ଟା ଏବଂ ଅନ୍ତ୍ୟୋଦୟ ଆବାସ ଯୋଜନାର କାର୍ଯ୍ୟାଦେଶ, ନୂତନ ଭତ୍ତା ବଣ୍ଟନ କରାଯାଇଥିଲା।
ଏହି ଅବସରରେ ରାଇକିଆ ବ୍ଲକର ବିଭିନ୍ନ ପଞ୍ଚାୟତରୁ ଆସିଥିବା ସ୍ୱୟଂ ସହାୟକ ଗୋଷ୍ଠୀର ମହିଳା ସଦସ୍ୟା, ଜନପ୍ରତିନିଧି ଓ ସାଧାରଣ ଲୋକ ବହୁ ସଂଖ୍ୟାରେ ଯୋଗଦେଇଥିଲେ। ସେମାନେ ସରକାରଙ୍କ ବିଭିନ୍ନ ଜନହିତକର ଯୋଜନା, ସାମାଜିକ ସୁରକ୍ଷା କାର୍ଯ୍ୟକ୍ରମ ଓ ବିକାଶମୂଳକ ପଦକ୍ଷେପ ସମ୍ପର୍କରେ ଅବଗତ ହେବା ସହ ଯୋଜନାଗୁଡ଼ିକର ଉପକାରିତା ବିଷୟରେ ତଥ୍ୟ ପାଇଥିଲେ।କାର୍ଯ୍ୟକ୍ରମରେ ବ୍ଲକ ଗୃହ ନିର୍ମାଣ ସଂଯୋଜକ କମଲ ପ୍ରସାଦ ନାୟକ, ଜିପିଡିଓ ମହେଶ ପଟ୍ଟନାୟକ,ଡ଼ବ୍ଲଇଓ ଉର୍ମିଳା ପ୍ରଧାନ ,ଏମ ଆଇ କିରଣ ବେହେରା,ବିଏସଏସଓ ରାମକୃଷ୍ଣ ବେହେରାଙ୍କ ସମେତ ବ୍ଲକର ବିଭିନ୍ନ ବିଭାଗର ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ଥିଲେ। ଓଏଲଏମ୍‌ ଜୟଦେବ ପ୍ରଧାନ, ବ୍ଲକ ସଂଯୋଜକ କମଲ ପ୍ରସାଦ ନାୟକ ସମଗ୍ର କାର୍ଯ୍ୟକ୍ରମକୁ ସୁଚାରୁରୂପେ ପରିଚାଳନା କରିଥିଲେ। ସମ୍ମିଳନୀ ଶେଷରେ ଉପସ୍ଥିତ ଅତିଥି ଓ ଅଂଶଗ୍ରହଣକାରୀମାନଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ.
ରିପୋର୍ଟର ଦୁତି କୃଷ୍ଣ ପଣ୍ଡା

  • Related Posts

    ତାମିଲନାଡୁ ଗ୍ୟାସ୍ ଲିକ୍ ଘଟଣା : ମୃତ ଓଡ଼ିଆ ଶ୍ରମିକଙ୍କ ସହାୟତା ରାଶିକୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧିକଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ବର: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍ ଲିକ୍ ଦୁର୍ଘଟଣାରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହିତ ସେମାନଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଥିଲେ।…

    Continue reading
    ଇଞ୍ଜିନିୟରମାନଙ୍କ ପାଇଁ ନୂଆ ବଦଳି ନୀତି ଲାଗୁ

    ବିଗତ କିଛିମାସ ଧରି ଭିଜିଲାନ୍ସ ଜାଲରେ ମାଳମାଳ ଇଞ୍ଜିନିୟର ଧରାପଡ଼ିବା ପରେ ରାଜ୍ୟ ସରକାର ଓଡ଼ିଶା ଇଞ୍ଜିନିୟରିଂ ସେବା(ଓଇଏସ) ଓ ଓଡ଼ିଶା ଡିପ୍ଲୋମା ଇଞ୍ଜିନିୟରିଂ ସେବା(ଓଡ଼ିଇଏସ) କ୍ୟାଡ଼ରର ଅଧିକାରୀମାନଙ୍କ ପାଇଁ ନୂଆ ବଦଳି ନୀତି ଲାଗୁ କରିଛନ୍ତି। ୨୦୧୯ ସେପ୍ଟେମ୍ବର ୨୪ର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ