ବ୍ୟାଟ୍ ମିଣ୍ଟନ ହବ୍ ହେବ ଭୁବନେଶ୍ବର

ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ୍ ପରିସରରେ ଉଦଘାଟିତ ହୋଇଛି ବହୁ ପ୍ରତୀକ୍ଷିତ ଆଇକନିକ୍ ବ୍ୟାଡମିଣ୍ଟନ ହାଇ ପରଫରମାନ୍ସ ସେଣ୍ଟର୍ ‘ଦ ସଟଲ୍’। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଆସାମ ମୁଖ୍ୟମନ୍ତ୍ରୀ ତଥା ବ୍ୟାଡମିଣ୍ଟନ ଆସୋସିଏସନ୍ ଅଫ ଇଣ୍ଡିଆର ସଭାପତି ହିମନ୍ତ ବିଶ୍ୱଶର୍ମା ଏବଂ ଅନ୍ତର୍ଜାତୀୟ କୋଚ୍ ପୁଲେଲା ଗୋପୀଚାନ୍ଦ ଏହାର ଉଦଘାଟନ କରିଛନ୍ତି।
ବିଶ୍ୱସ୍ତରୀୟ ଟ୍ରେନିଂ ଏକାଡେମୀ ‘ଦ ସଟଲ’। ବ୍ୟାଡମିଣ୍ଟନ କର୍କ ଆକୃତିର ଏହି ବିରାଟ ଷ୍ଟାଡିୟମରେ ଏବେ ଲାଗିବ ଅନ୍ତର୍ଜାତୀୟସ୍ତରର ଖେଳାଳିଙ୍କ ଗହଳି। ଏଠାରୁ ସୃଷ୍ଟି ହେବେ ବିଶ୍ୱସ୍ତରୀୟ ଅଲିଂପିଆନ୍। ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ୍ ପରିସରରେ ଉଦଘାଟିତ ହୋଇଛି ଆଇକନିକ୍ ଡାଲମିଆ ଭାରତ ଗୋପୀଚାନ୍ଦ ବ୍ୟାଡମିଣ୍ଟନ ହାଇ ପରଫରମାନ୍ସ ସେଣ୍ଟର୍। ସଟଲ ଏବଂ ଏଠାରୁ ସୃଷ୍ଟି ହେଉଥିବା ଖେଳାଳି ଓଡ଼ିଶାକୁ ନୂତନ ପରିଚୟ ଦେବେ ଏବଂ ଆଗକୁ ଓଡ଼ିଶା ବିଶ୍ୱମଞ୍ଚରେ ପ୍ରତିଷ୍ଠିତ ହେବ ବୋଲି ଆଶା କରିଛନ୍ତି ମୁଖ୍ୟମନ୍ତ୍ରୀ। ପ୍ରଥମ ପର୍ଯ୍ୟାୟରେ ଏହି ହାଇ ପରଫରମାନ୍ସ ସେଣ୍ଟରରେ ୫୦ଜଣ ପ୍ରତିଭାବାନ ଖେଳାଳିଙ୍କୁ ଚିହ୍ନଟ କରାଯାଇ ପ୍ରଶିକ୍ଷଣ ଦିଆଯିବ।
୭୭ହଜାର ବର୍ଗ ଫୁଟରେ ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ହୋଇଛି ଏହି ହାଇ ପରଫରମାନ୍ସ ସେଣ୍ଟର। ଭିତରେ ରହିଛି ୮ଟି କୋର୍ଟ। ଯେଉଁଥିରେ ଏକାସଙ୍ଗେ ୮ଟି ମ୍ୟାଚ୍ ଖେଳାଯାଇପାରିବ। ୪ଶହ ଦର୍ଶକ ବସିବା ପାଇଁ ହୋଇଛି ବ୍ୟବସ୍ଥା। ଭିଆଇପି ଗ୍ୟାଲେରୀ ବି ରହିଛି। ଖେଳାଳି ଓ କୋଚଙ୍କ ରହିବା ଲାଗି ରୁମ୍ ସହ ମ୍ୟାଚ୍ ବେଳେ ଆହତ ହେଲେ ଚିକିତ୍ସା ପାଇଁ ବ୍ୟବସ୍ଥା କରାଯାଇଛି। ମ୍ୟାଚ୍ ସ୍କୋର ଦେଖିବାକୁ ଲାଗିଛି ବଡ଼ ବଡ଼ LED।

ସମ୍ପୂର୍ଣ୍ଣ ଶୀତତାପ ନିୟନ୍ତ୍ରିତ ଏବଂ ସମସ୍ତ ପ୍ରକାର ଅତ୍ୟାଧୁନିକ ପ୍ରଶିକ୍ଷଣ ଯନ୍ତ୍ରପାତି ସୁବିଧା ରହିଛି। ଏଥିସହ ସଟଲ୍ ଉପରେ ଓ ବାହାରେ ଦୁଇଟି ଜଗିଂ ଟ୍ରାକ୍ ଏବଂ ପୁଲ୍ କରାଯାଇଛି। ବ୍ୟାଡମିଣ୍ଟନ ପ୍ରତିଭାଙ୍କୁ ଚିହ୍ନଟ କରି ବିଶ୍ୱସ୍ତରୀୟ ପ୍ରଶିକ୍ଷଣ ଦେବା ଲାଗି ଏହି ହାଇ ପରଫରମାନ୍ସ ସେଣ୍ଟରର ପରିକଳ୍ପନା କରିଥିଲା କ୍ରୀଡ଼ା ବିଭାଗ। ଅନ୍ତର୍ଜାତୀୟ ବ୍ୟାଡମିଣ୍ଟନ କୋଚ୍ ପୁଲେଲା ଗୋପୀଚାନ୍ଦ ଏହି କେନ୍ଦ୍ରର ପରିଚାଳନା କରିବେ।

  • Related Posts

    ମୋ ଝିଅର ମୃତ୍ୟୁ ନେଇ ରାଜନୀତି କରନ୍ତୁ ନାହିଁ: ପୀଡ଼ିତାଙ୍କ ବାପା

    ଭୁବନେଶ୍ବର: ପୁରୀଜିଲ୍ଲା ବଳଙ୍ଗାର ୧୫ ବର୍ଷୀୟ ଝିଅ ଏମ୍ସ ଦିଲ୍ଲୀରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ପରେ ରାଜ୍ୟର ରାଜନୈତକ ମହଲରେ ଚାପା ଉତ୍ତେଜନା ଦେଖାଯାଇଛି। ରାଜଧାନୀ ଭୁବନେଶ୍ବରରୁ ବଳଙ୍ଗା ପର୍ୟ୍ୟନ୍ତ ବ୍ୟାପକ ପୁଲିସ ବ୍ୟବସ୍ଥା କରାଯାଇଛି। ଏହାରି ମଧ୍ୟରେ ପୀଡ଼ିତାଙ୍କ ବାପା…

    ଏଣିକି ସ୍କୁଲ୍‌ ପିଲା ଅଣ୍ଡା ଖାଉ ନ ଥିଲେ ଦିଆଯିବ ଫଳ

    ଭୁବନେଶ୍ବର: ଏଣିକି ପିଏମ୍‌ ପୋଷଣ ସ୍କିମ୍‌ରେ ସ୍କୁଲ୍‌ ପିଲା ଅଣ୍ଡା ଖାଉ ନ ଥିଲେ ଦିଆଯିବ ଫଳ । ଯେଉଁଦିନ ଅଣ୍ଡା ଦିଆଯାଉଥିଲା, ସେହିଦିନ ଫଳ ଯୋଗାଇବାକୁ ନିର୍ଦ୍ଦେଶ । ଶିଶୁ ବାଟିକା ଠାରୁ ଦଶମ ପର୍ଯ୍ୟନ୍ତ ପିଲାଙ୍କୁ ଅଣ୍ଡା ଖାଉ…

    Leave a Reply

    Your email address will not be published. Required fields are marked *

    You Missed

    ମୋ ଝିଅର ମୃତ୍ୟୁ ନେଇ ରାଜନୀତି କରନ୍ତୁ ନାହିଁ: ପୀଡ଼ିତାଙ୍କ ବାପା

    ମୋ ଝିଅର ମୃତ୍ୟୁ ନେଇ ରାଜନୀତି କରନ୍ତୁ ନାହିଁ: ପୀଡ଼ିତାଙ୍କ ବାପା

    ସାତଦିନରେ ଦୃର୍ବୁତ୍ତ ଧାରା ନ ପଡ଼ିଲେ ଡିଜିପି ଅଫିସ ଘେରାଉ : ଭକ୍ତ

    ସାତଦିନରେ ଦୃର୍ବୁତ୍ତ ଧାରା ନ ପଡ଼ିଲେ ଡିଜିପି ଅଫିସ ଘେରାଉ   : ଭକ୍ତ

    ଏଣିକି ସ୍କୁଲ୍‌ ପିଲା ଅଣ୍ଡା ଖାଉ ନ ଥିଲେ ଦିଆଯିବ ଫଳ

    ଏଣିକି ସ୍କୁଲ୍‌ ପିଲା ଅଣ୍ଡା ଖାଉ ନ ଥିଲେ ଦିଆଯିବ ଫଳ

    ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ: ଉପମୁଖ୍ୟମନ୍ତ୍ରୀଙ୍କ ଶୋକ

    ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ: ଉପମୁଖ୍ୟମନ୍ତ୍ରୀଙ୍କ ଶୋକ

    ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

    ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

    ବଳଙ୍ଗା ଘଟଣାରେ ପୁଲିସର ବଡ଼ ସୂଚନା:ଅନ୍ୟ କୌଣସି ବ୍ୟକ୍ତିଙ୍କ ସମ୍ପୃକ୍ତି ନାହିଁ

    ବଳଙ୍ଗା ଘଟଣାରେ ପୁଲିସର ବଡ଼ ସୂଚନା:ଅନ୍ୟ କୌଣସି ବ୍ୟକ୍ତିଙ୍କ ସମ୍ପୃକ୍ତି ନାହିଁ