ଭରଣପୋଷଣ ସହାୟତା ଦେଉ ନଥିବା ସରକାରୀ କର୍ମଚାରୀଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ଭୁବନେଶ୍ୱର: କୋର୍ଟର ନିର୍ଦ୍ଦେଶ ସତ୍ୱେ ସ୍ୱାମୀଙ୍କ ଠାରୁ ଭରଣପୋଷଣ ପାଉ ନଥିବା ମହିଳା ଏବଂ ସନ୍ତାନସନ୍ତତିଙ୍କ ଚିନ୍ତା ଦୂର ହୋଇଛି । ଏଭଳି ପୁରୁଷ ସରକାରୀ କର୍ମଚାରୀଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟ ସରକାରଙ୍କ ଅନେକ ପୁରୁଷ କର୍ମଚାରୀ ସେମାନଙ୍କର ସ୍ତ୍ରୀ ବା ସନ୍ତାନସନ୍ତତିଙ୍କୁ ଭରଷପୋଷଣ ସହାୟତା (Maintenance Grant) ଦେଉନାହାନ୍ତି । ଛାଡ଼ପତ୍ର ସମ୍ପର୍କିତ ପୋଷଣ ଖର୍ଚ୍ଚ (Alimony) ମଧ୍ୟ ଦେଉନାହାନ୍ତି । ଏଥିପାଇଁ ବିଭିନ୍ନ କୋର୍ଟରେ ବିଚାର ହୋଇ, କୋର୍ଟ ତରଫରୁ ସ୍ପଷ୍ଟ ନିର୍ଦ୍ଦେଶ ଥିବା ସତ୍ୱେ ପୁରୁଷ କର୍ମଚାରୀ ଏହି ଭରଣପୋଷଣ ଦେବାରେ ଅବହେଳା କରୁଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ ପ୍ରତ୍ୟେକ ଅଭିଯୋଗ ଶୁଣାଣି ସମୟରେ ହାରାହାରି ୨-୩ଟି ମାମଲା ଅଭିଯୋଗ ପ୍ରକୋଷ୍ଠକୁ ଆସୁଅଛି । ତେଣୁ, ମୁଖ୍ୟମନ୍ତ୍ରୀ ଏହା ଉପରେ କଡ଼ା ଆଭିମୁଖ୍ୟ ନେଇ ଏହି ଅର୍ଥକୁ ସଂମ୍ପୃକ୍ତ କର୍ମଚାରୀଙ୍କ ଦରମାରୁ କାଟି ପ୍ରଦାନ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟର ସରକାରୀ କର୍ମଚାରୀ ହୋଇ ଅଦାଲତର ଅବମାନନା କରିବା ଏବଂ ତା’ସହିତ ପତ୍ନୀ ଓ ପିଲାମାନଙ୍କ ପ୍ରତି ଏଭଳି ଅବିଚାର କରିବା ରାଜ୍ୟ ସରକାରଙ୍କ ପକ୍ଷେ ଆଦୌ ଗ୍ରହଣୀୟ ନୁହେଁ ।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟ ସରକାର ସଂମ୍ପୃକ୍ତ ମହିଳା ଓ ସନ୍ତାନସନ୍ତତିଙ୍କ ଭରଣପୋଷଣ ପାଇଁ ନୂଆ ନିର୍ଦ୍ଦେଶନାମା ଜାରି କରିଛନ୍ତି । ଏହି ନିର୍ଦ୍ଦେଶନାମା ଅନୁଯାୟୀ ଭରଣପୋଷଣ (Alimony) ପ୍ରଦାନ ପାଇଁ ଅଦାଲତଙ୍କ ନିର୍ଦ୍ଦେଶନାମା ପାଇବା ପରେ ବିଭାଗୀୟ DDO (Drawing & Disbursement Officer) ସଂମ୍ପୃକ୍ତ ସରକାରୀ କର୍ମଚାରୀଙ୍କ ମାସିକ ଦରମା ବିଲ୍ ପ୍ରସ୍ତୁତ କରିବା ସମୟରେ  ଭରଣପୋଷଣ ପାଇଁ ଅଦାଲତ ଯେଉଁ ପରିମାଣର ଅର୍ଥ ନିର୍ଦ୍ଧାରିତ କରିଛନ୍ତି, ସେହି ପରିମାଣର ଅର୍ଥକୁ ଦରମାରୁ କାଟି ସଂମ୍ପୃକ୍ତ କର୍ମଚାରୀଙ୍କ ପତ୍ନୀ ବା ସନ୍ତାନସନ୍ତତିଙ୍କ ବ୍ୟାଙ୍କ ଆକାଉଣ୍ଟରେ ସିଧାସଳଖ ଇଲୋକ୍ଟୋନିକ୍ ସୂତ୍ରରେ ଜମା କରିବେ ।

ଆଗାମୀ ଦିନରେ ଏହିପରି ଅଦାଲତଙ୍କ ନିର୍ଦ୍ଦେଶିତ ଭରଣପୋଷଣ ସମ୍ପର୍କିତ ବିଷୟକୁ ରାଜ୍ୟ ସରକାରଙ୍କ ସମନ୍ୱିତ ଓ ସ୍ୱୟଂଚାଳିତ ବ୍ୟବସ୍ଥା (HRMS)ରେ ଯୋଡ଼ାଯାଇ ଏହି ବ୍ୟବସ୍ଥାକୁ ଆହୁରି ଉନ୍ନତ କରିବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ଏହାଦ୍ୱାରା ଅଦାଲତଙ୍କ ନିର୍ଦ୍ଦେଶର ଅନୁପାଳନ ହେବା ସହିତ ସଂମ୍ପୃକ୍ତ ମହିଳା ବା ସେମାନଙ୍କ ସନ୍ତାନସନ୍ତତିଙ୍କ ଦୁର୍ଦ୍ଦଶା ମଧ୍ୟ ଅନେକ ପରିମାଣରେ ଦୂର ହୋଇପାରିବ ।

  • Related Posts

    ୭ ଦିନ ବଢ଼ିଲା ଧାନ ପଞ୍ଜିକରଣ ଅବଧି

    ଭୁବନେଶ୍ବର : ଚାଷୀଙ୍କ ପାଇଁ ଖୁସି ଖବର । ଆହୁରି ସପ୍ତାହେ ବଢ଼ିଲା ଧାନ ପଞ୍ଜିକରଣ ଅବଧି। ଆଗଷ୍ଟ ୩୧ରେ ସରୁଥିବା ପଞ୍ଜିକରଣ ଅବଧି କୁ ୭ ଦିନ ଘୁଞ୍ଚାଇଛନ୍ତି ସରକାର । ଏନେଇ ସୂଚନା ଦେଇଛନ୍ତି ଯୋଗାଣମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର…

    Continue reading
    ମନ୍‌ କି ବାତ୍‌ରେ ଓଡ଼ିଶାର ମୈଥିଲି ଭୁଏ

    ଭୁବନେଶ୍ୱର: ୧୩୭ ତମ ମନ୍‌ କି ବାତରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଦେଶବାସୀଙ୍କ ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ ବଡ଼ ବାର୍ତ୍ତା ଦେଇଛନ୍ତି । ଓଡ଼ିଶାର ମୈଥିଲି ଭୁଏଙ୍କୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଡେବ୍ରିଗଡ଼ରେ କେନ୍ଦୁପତ୍ର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ