ଭରତପୁର ଥାନା ବିବାଦ ଘଟଣା:ହାଜର ହେଲେ ପ୍ରତ୍ୟକ୍ଷ ସମ୍ପୃକ୍ତି ଥିବା ବ୍ୟକ୍ତି

ଭୁବନେଶ୍ୱର: ଭୁବନେଶ୍ୱର ଭରତପୁର ଥାନା ପୋଲିସ-ସେନା ବିବାଦ ମାମଲା । ନୋଟିସ ପରେ ଘଟଣାରେ ସମସ୍ତ ପ୍ରତ୍ୟକ୍ଷ ସମ୍ପୃକ୍ତି ଥିବା ବ୍ୟକ୍ତି କମିଶନଙ୍କ ନିକଟରେ ହାଜର ହୋଇଥିଲେ । ଘଟଣାରେ ସମସ୍ତଙ୍କୁ ଗୁରୁବାର ସକାଳ ୧୦ଟା ୩୦ ସୁଦ୍ଧା ହାଜର ହେବା ପାଇଁ କମିଶନଙ୍କ ତରଫରୁ ନୋଟିସ ଜାରି ହୋଇଥିଲା ।  ଗୁରୁବାର ସକାଳ ୧୦ଟା ୩୦ ସୁଦ୍ଧା କମିଶନଙ୍କ ପାଖରେ ହାଜର ହୋଇଥିଲେ ୫ଜଣ ନିଲମ୍ବିତ ପୋଲିସ କର୍ମଚାରୀ । ଏଥିରେ ପୂର୍ବତନ ଥାନା ଅଧିକାରୀ ଦୀନକୃଷ୍ଣ ମିଶ୍ର ମଧ୍ୟ ଥିଲେ । ଏହା ସହ ମେଜର ଏବଂ ତାଙ୍କ ବାନ୍ଧବୀଙ୍କୁ ମଧ୍ୟ ହାଜର ହେବାକୁ ନୋଟିସ ହୋଇଥିଲା । ରାସ୍ତାରେ ଆକ୍ରମଣ କରିଥିବା ଯୁବକ ମାନଙ୍କୁ ମଧ୍ୟ ହାଜର ହେବା ପାଇଁ ନୋଟିସ ଜାରି କରାଯାଇଥିଲା । ସମସ୍ତଙ୍କୁ ବ୍ୟକ୍ତିଗତ ହାଜର ନଚେତ ଓକିଲ ଜରିଆରେ ହାଜର ହେବାକୁ ନୋଟିସରେ ଦର୍ଶା ଯାଇଥିଲା ।

ତେବେ ସେପ୍ଟେମ୍ବର ୧୪ ତାରିଖ ରାତିରେ ଭରତପୁର ଥାନାରେ ଆର୍ମି ମେଜର ଓ ବାନ୍ଧବୀଙ୍କୁ ପୋଲିସ ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଥିଲା । ପୁରୁଷ ବନ୍ଧୁଙ୍କ ସହ ତାଙ୍କ ବାନ୍ଧବୀ ରାତି ୧ଟା ବେଳେ ଅଭିଯୋଗ କରିବାକୁ ଯାଇଥିବା ବେଳେ ପୋଲିସ ଆକ୍ରମଣ କରିବା ସହ ଥାନା ଆଇଆଇସିଙ୍କ ବିରୋଧରେ ଅଭିଯୋଗ ହୋଇଥିଲା । ଘଟଣାରେ ତତ୍କାଳୀନ ଥାନା ଆଇଆଇସି ଦୀନକୃଷ୍ଣ ମିଶ୍ର ଓ ୪ ଜଣ ପୋଲିସ କର୍ମଚାରୀଙ୍କୁ ଚାକିରିରୁ ନିଲମ୍ବନ କରାଯାଇଥିଲା । କ୍ରାଇମବ୍ରାଞ୍ଚ ଘଟଣାର ତଦନ୍ତ ଜାରି ରଖିଛି । ଏହାସହ ଘଟଣାର ତଦନ୍ତ ପାଇଁ କମିଶନ ମଧ୍ୟ ଗଠନ କରାଯାଇଛି।

  • Related Posts

    ରାଜ୍ୟ ସ୍ତରୀୟ ସିଙ୍ଗଲ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି ବୈଠକ: ୩,୭୯୩ କୋଟି ଟଙ୍କାର ପୁଞ୍ଜିନିବେଶକୁ ଅନୁମୋଦନ

    ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦୂରଦର୍ଶୀ ନେତୃତ୍ୱରେ ଓଡ଼ିଶା ସରକାର ଶିଳ୍ପାୟନ ଓ ଆର୍ଥôକ ବିକାଶ କ୍ଷେତ୍ରରେ ନିରନ୍ତର ଭାବେ ଅଗ୍ରଗତି କରୁଛନ୍ତି । ଏହି ପରିପ୍ରେକ୍ଷୀରେ ଆଜି ରାଜ୍ୟ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

    Continue reading
    ଭୁବନେଶ୍ବରରେ କାଳବୈଶାଖୀ ତାଣ୍ଡବ

    ଭୁବନେଶ୍ୱର : ରାଜଧାନୀରେ କାଳବୈଖାଖୀ ତାଣ୍ଡବ । କାଳବୈଖାଖୀ ପ୍ରଭାବରେ କୁଆପଥର ବର୍ଷା ହେବା ସହ ଜୋରରେ ପବନ ହୋଇଛି। ପ୍ରାୟ ୪୦ରୁ ୫୦ କି.ମି ବେଗରେ ପବନ ହୋଇଛିa। ପବନରେ ବହୁ ଗଛ ଭାଙ୍ଗି ରାସ୍ତା ଅବରୋଧ ହୋଇଛି। ଏପରିକି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ