ନୂଆଦିଲ୍ଲୀ: ଭାରତ ଏବଂ ନେଦରଲାଣ୍ଡ ଆସନ୍ତା ଶିକ୍ଷା ବର୍ଷରୁ ହାଇଡ୍ରୋଜେନ, ସେମିକଣ୍ଡକ୍ଟର, ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ, ସହରୀ ବିକାଶ ଏବଂ କୃଷି ଭଳି ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ର ଗୁଡ଼ିକରେ ସଂଗଠିତ ଭାବେ କାର୍ୟ୍ୟ କରିବେ। ଏହି ଭାଗିଦାରୀ ମାଧ୍ୟମରେ ନୂତନତା, ଗବେଷଣା ଏବଂ ଜ୍ଞାନର ଆଦାନପ୍ରଦାନ ପାଇଁ ନୂତନ ମାର୍ଗ ପ୍ରଶସ୍ତ ହେବ, ଯାହା ଶିକ୍ଷା କ୍ଷେତ୍ରରେ ଏକ ଉତ୍ତମ ପରିବେଶ ସୃଷ୍ଟି କରିବ। ଭାରତରେ ଅବସ୍ଥାପିତ ନେଦରଲାଣ୍ଡର ରାଷ୍ଟ୍ରଦୂତ ମାରିସା ଗେରାର୍ଡସଙ୍କୁ ଭେଟି ଉଭୟ ଦେଶ ମଧ୍ୟରେ ଉଚ୍ଚଶିକ୍ଷା ଏବଂ ଗବେଷଣା କ୍ଷେତ୍ରରେ ସହଯୋଗର ନୂତନ ଦିଗ ଉପରେ ଆଲୋଚନା କରିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଶ୍ରୀ ପ୍ରଧାନ କହିଛନ୍ତି ଯେ ଏହି ମିଳିତ ପ୍ରୟାସ ଦୁଇ ଦେଶର ଶିକ୍ଷା ବ୍ୟବସ୍ଥାକୁ ଅନ୍ତର୍ଜାତୀୟ ସ୍ତରରେ ଯୋଡ଼ିବା ସହ ଏକ ଭବିଷ୍ୟତ ଗଠନ କରିବା ଦିଗରେ ଆମର ପ୍ରତିବଦ୍ଧତାକୁ ପ୍ରତିଫଳିତ କରୁଛି। ଉଚ୍ଚଶିକ୍ଷା ଏବଂ ଗବେଷଣା କ୍ଷେତ୍ରରେ ଭାରତ ଓ ନେଦରଲାଣ୍ଡ ମଧ୍ୟରେ ସହଯୋଗର ଏକ ନୂତନ ଅଧ୍ୟାୟ ଆରମ୍ଭ ହେବ ବୋଲି ଶ୍ରୀ ପ୍ରଧାନ ଆଶାବ୍ୟକ୍ତ କରିଛନ୍ତି।
ଫ୍ରାନ୍ସର ହେନରୀ ବି. କାଗାନ ଓ ଜାପାନର କେନସୋ ସୋଆଇଙ୍କୁ ରସାୟନ ବିଜ୍ଞାନରେ ନୋବେଲ
ଷ୍ଟକହୋମ: ୨୦୧୮ ପାଇଁ ରସାୟନ ବିଜ୍ଞାନରେ ନୋବେଲ ପୁରସ୍କାର ଘୋଷଣା କରାଯାଇଛି । ଫ୍ରାନ୍ସର ହେନରୀ ବି. କାଗାନ ଓ ଜାପାନର କେନସୋ ସୋଆଇଙ୍କୁ ଏହି ସମ୍ମାନ ପାଇଁ ମନୋନୀତ କରାଯାଇଛି । କାଗାନ ଏବଂ ସୋଇଙ୍କ ଗବେଷଣାର ମୁଖ୍ୟ ବିଷୟ…






