ଭାରତୀୟ ଖୋ ଖୋ ଟିମ୍‌ର ପ୍ରାୟୋଜକ ହେବ ଓଡ଼ିଶା

ଭୁବନେଶ୍ୱର: ଦେଶର ‘ଖୋ ଖୋ’ ଖେଳ ପାଇଁ ଆସିଛି ଏକ ସୁବର୍ଣ୍ଣ ସମୟ। ଓଡିଶା ସରକାର ଏହି ଖେଳକୁ ଯୋଗାଇ ଦେବେ ଆର୍ଥିକ ପ୍ରୋତ୍ସାହନ। ପୂର୍ବରୁ ଜାତୀୟ ହକି ଖେଳକୁ ଓଡିଶା ସ୍ପନସର୍ କରୁଥିବାବେଳେ, ଏବେ ‘ଖୋ ଖୋ’ ଖେଳକୁ ମଧ୍ୟ ପ୍ରୋତ୍ସାହନ ଦେବାକୁ ଆଗେଇ ଆସିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ରାଜ୍ୟ ସରକାର ଜାତୀୟ ‘ଖୋ ଖୋ’ ଟିମକୁ ଆଗାମୀ ୩ ବର୍ଷ ପାଇଁ ସ୍ପନସର କରିବେ। ଏହି ସ୍ପନସରଶିପର ଅବଧି ୨୦୨୫ ଜାନୁଆରୀରୁ ୨୦୨୭ ଡିସେମ୍ବର ପର୍ୟ୍ୟନ୍ତ ରହିବ। ଏଥିପାଇଁ ବର୍ଷକୁ ୫ କୋଟି ଟଙ୍କା ଲେଖାଏଁ ୩ ବର୍ଷରେ ସମୁଦାୟ ୧୫ କୋଟି ଟଙ୍କା ଖର୍ଚ୍ଚ ହେବ। ଓଡିଶା ଖଣି ନିଗମ ପକ୍ଷରୁ ଏହି ଅର୍ଥ ପ୍ରଦାନ କରାଯିବ।ଏହାଦ୍ୱାରା ଭାରତୀୟ ‘ଖୋ ଖୋ’ ଖେଳାଳୀ ପ୍ରୋତ୍ସାହନ ପାଇବା ସହିତ ଓଡିଶା ମଧ୍ୟ ଜାତୀୟ ଓ ଅନ୍ତର୍ଜାତୀୟ ଖେଳରେ ବ୍ରାଣ୍ଡିଂ ଜରିଆରେ ବିଶ୍ୱସ୍ତରରେ ରାଜ୍ୟର ଛବିକୁ ଉଜ୍ଜଳ କରିପାରିବ ବୋଲି ଆଶା କରାଯାଇଛି।

  • Related Posts

    ଆଇପିଏଲ: ଆଜି ଦିଲ୍ଲୀ-ଲକ୍ଷ୍ନୌ ମୁହାଁମୁହିଁ

    ଆଜି ଆଇପିଏଲ ୨୦୨୬ର ପଞ୍ଚମ ମ୍ୟାଚ ଖେଳାଯିବ । ରିଷଭ ପନ୍ତଙ୍କ ନେତୃତ୍ୱରେ ଲକ୍ଷ୍ନୌ ଦଳ ଘରୋଇ ଗ୍ରାଉଣ୍ଡ୍‌ରେ ଦିଲ୍ଲୀକୁ ଭେଟିବ । ଉଭୟ ଦଳ ବିଜୟ ସହ ଅଭିଯାନ ଆରମ୍ଭ କରିବାକୁ ଲକ୍ଷ୍ୟ ରଖିଥିବାରୁ ଆଜି ଏକ ସଂଘର୍ଷପୂର୍ଣ୍ଣ ମୁକାବିଲା…

    Continue reading
    ବାଂଲାଦେଶରେ ଆଇପିଏଲ୍‌ ପ୍ରସାରଣ ବନ୍ଦ

    ନୂଆଦିଲ୍ଲୀ: ବାଂଲାଦେଶରେ ଚଳିତ ଆଇପିଏଲ୍‌ର ଟିଭି ପ୍ରସାରଣ ହେବନାହିଁ। ବାଂଲାଦେଶରେ ଟିସ୍ପୋର୍ଟସ ଚ୍ୟାନେଲ ଆଇପିଏଲ୍‌ ମ୍ୟାଚ୍‌ର ପ୍ରସାରଣ କରିବାର ଥିଲା। ହେଲେ ବକେୟା ଅର୍ଥ ଦେଇ ନଥିବାରୁ ଟିସ୍ପୋର୍ଟସ ସହ ଆଇପିଏଲ୍‌ର ପ୍ରସାରଣ ଅଧିକାର ପାଇଥିବା ଜିଓଷ୍ଟାର୍ ଚୁକ୍ତି ବାତିଲ କରିଦେଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ