ଭାରସାମ୍ୟ ହରାଇ ଓଲଟି ପଡିଲା ଟ୍ରକ

ଦେବଗଡ଼:ଦେବଗଡ ଜିଲ୍ଲାର ବାରକୋଟର ୪୯ ନମ୍ବର ଜାତୀୟ ରାଜପଥର ବ୍ଲକ ଛକ ନିକଟରେ ଆଜି ଏକ ଟ୍ରକ ଭାରସାମ୍ୟ ହରାଇ ଓଲଟି ପଡିଥିଲା। ଦୁର୍ଘଟଣାରେ ଟ୍ରକର ଚାଳକ ଓ ହେଲପର ସାମାନ୍ୟ ଆହତ ହୋଇଥିବା ଜଣାପଡିଛି। ସୂଚନା ଅନୁଯାୟୀ, ବରଗଡରୁ ଏକ ବାଇଗଣ ବୋଝଇ ଟ୍ରକ (ଡବ୍ଲୁବି ୨୩ ଏଚ ୮୫୬୮) କୋଲକାତା ଅଭିମୁଖେ ଯାଉଥିବାବେଳେ ବାରକୋଟର ବ୍ଲକ ଛକ ନିକଟରେ ଭାରସାମ୍ୟ ହରାଇ ରାସ୍ତା କଡରେ ଥିବା ଜଳଖିଆ ଦୋକାନରେ ବାଡେଇ ହୋଇ ରାସ୍ତା କଡକୁ ଓଲଟିପଡିଥିଲା। ଦୁର୍ଘଟଣା ପରେ ଉକ୍ତ ଜଳଖିଆ ଦୋକାନ ସଂପୂର୍ଣ୍ଣ ନଷ୍ଟ ହୋଇଯାଇଥିବା ଜଣାପଡିଛି। ସୂଚନାପାଇ ‌ବାରକୋଟ ଥାନା ପୁଲିସ ଘଟଣାସ୍ଥଳରେ ପଂହଚି ଦୁର୍ଘଟଣାଗ୍ରସ୍ତ ଟ୍ରକକୁ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

  • Related Posts

    ଭିଜିଲାନ୍ସ ପଞ୍ଝାରେ ସହକାରୀ ନିର୍ବାହୀ ଯନ୍ତ୍ରୀ

    ଭୁବନେଶ୍ୱର/ମୟୂରଭଞ୍ଜ: ମୟୂରଭଞ୍ଜ ଜିଲ୍ଲା ବେତନଟି ଆର ଆଣ୍ଡ ବି(ରାସ୍ତା ଓ ଗୃହ ନିର୍ମାଣ) ଉପଖଣ୍ଡର ସହକାରୀ ନିର୍ବାହୀ ଯନ୍ତ୍ରୀ (AEE) ଅରବିନ୍ଦ ମହାନ୍ତି ଭିଜିଲାନ୍ସ ଜାଲରେ ପଡିଛନ୍ତି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାରିପଦା ସ୍ୱତନ୍ତ୍ର ଭିଜିଲାନ୍ସ ଜଜ୍‌ଙ୍କ…

    Continue reading
    ଉଦ୍ଧାର ବାଘ ଛୁଆ ସୁରକ୍ଷିତ; ବାଘୁଣୀ ଯମୁନା ଏନକ୍ଲୋଜରକୁ ସ୍ଥାନାନ୍ତର

    ରାଇରଙ୍ଗପୁର: କରଞ୍ଜିଆ ବନଖଣ୍ଡ ଅନ୍ତର୍ଗତ ଠାକୁରମୁଣ୍ଡା ରେଞ୍ଜର ଖପାରଖାଇ ଗ୍ରାମରୁ ଉଦ୍ଧାର ହୋଇଥିବା ବାଘ ଛୁଆଟି ସୁରକ୍ଷିତ ରହିଛି । ଶିମିଳିପାଳ ଅଭୟାରଣ୍ୟର ଫରେଷ୍ଟ୍ କ୍ୟାମ୍ପସରେ ତାହାର ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ ଚାଲିଛି । ଉକ୍ତ ବାଘ ଛୁଆଟିକୁ ବାଘୁଣୀ ଯମୁନା ରହୁଥିବା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ