ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର

ପାଟଣା: କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପୋଇପାଣି ଗ୍ରାମ ନିକଟରେ ବୁଧବାର ଭୋର୍‌ରୁ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ଆହତ ଜଣକ ହେଲେ ଗୋବର୍ଦ୍ଧନ ମହାନ୍ତ।
ସୂଚନା ଅନୁଯାୟୀ, ଗୋବର୍ଦ୍ଧନ ଗ୍ରାମ ନିକଟସ୍ଥ ପୋଖରୀକୁ ଶୌଚ ହେବା ପାଇଁ ଯାଇଥିବାବେଳେ ହଠାତ୍‌ ଏକ ବଣୁଆ ଭାଲୁ ତାଙ୍କୁ ଆକ୍ରମଣ କରିଥିଲା। ଭାଲୁ ଆକ୍ରମଣରେ ତାଙ୍କ ପେଟ ଓ ହାତରେ ଗଭୀର ଆଘାତ ଲାଗିଛି। ଗୁରୁତର ଅବସ୍ଥାରେ ତାଙ୍କୁ କେନ୍ଦୁଝର ଧରଣୀଧର ମେଡିକାଲ କଲେଜକୁ ସ୍ଥାନାନ୍ତର କରାଯାଇଛି।
ଏହି ଘଟଣା ପରେ ଅଞ୍ଚଳବାସୀଙ୍କ ମଧ୍ୟରେ ଭାଲୁକୁ ନେଇ ଭୟର ବାତାବରଣ ସୃଷ୍ଟି ହୋଇଛି। ବନ ବିଭାଗ ପକ୍ଷରୁ ଭାଲୁର ଗତିବିଧି ଉପରେ ନଜର ରଖାଯାଇଛି।

  • Related Posts

    ଓଏମସି ପୁରୀ କୋଷ୍ଟାଲ ମାରାଥନ୍ର ପ୍ରଚାର ପାଇଁ ପ୍ରୋମୋ ରନ୍

    ଭୁବନେଶ୍ୱର: ଡିସେମ୍ବର ୧୩ ତାରିଖରେ ପୁରୀରେ ଅନୁଷ୍ଠିତ ହେବାକୁ ଥିବା ଭବ୍ୟ ‘ଓଏମ୍‌ସି ପୁରୀ କୋଷ୍ଟାଲ ମାରାଥନ୍ ୨୦୨୬’ ପୂର୍ବରୁ ଆଜି ଭୁବନେଶ୍ୱରରେ ଏକ ଉତ୍ସାହଜନକ ପ୍ରୋମୋ ରନ୍ ଆୟୋଜିତ ହୋଇଯାଇଛି। ଏହି ପ୍ରୋମୋ ରନକୁ ଓଡ଼ିଶାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ…

    Continue reading
    ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ କୌଣସି ନୂଆ ମଦ ଦୋକାନ ଖୋଲାଯିବ ନାହିଁ: ମୁଖ୍ୟମନ୍ତ୍ରୀ

    ଡେଡ୍‌‌ଲାଇନ୍ ୨୦୨୯ ସୁଦ୍ଧା ଦେଶକୁ ନିଶାମୁକ୍ତ କରିବା ପାଇଁ ଓଡ଼ିଶା ପ୍ରତିବଦ୍ଧ ​ନିଶାକୁ ନାଁ, ଜୀବନକୁ ହଁ—ଜୀବନ ଜିଇଁବାର ପ୍ରକୃତ ଶିକ୍ଷା ନିଅନ୍ତୁ – ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର:ସ୍ଥାନୀୟ ରେଳ ଅଡିଟୋରିଅମଠାରେ କମିଶନରେଟ୍ ପୋଲିସ, ଆଜି ଆୟୋଜନ କରିଥିବା ଜନସଚେତନତା କାର୍ଯ୍ୟକ୍ରମ ‘ଜୀବନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ