ଭିଜିଲାନ୍ସ ଜାଲରେ ମହାନଦୀ ଉତ୍ତର ଡିଭିଜନର ଅଧୀକ୍ଷଣ ଯନ୍ତ୍ରୀ

ଭୁବନେଶ୍ଵର : ଭିଜିଲାନ୍ସ ଜାଲରେ କଟକ ଜଗତପୁର ମହାନଦୀ ଉତ୍ତର ଡିଭିଜନର ଅଧୀକ୍ଷଣ ଯନ୍ତ୍ରୀ ପ୍ରସନ୍ନଜିତ ଦାସ । ଲାଞ୍ଚ କାରବାର ଅଭିଯୋଗରେ ପ୍ରସନ୍ନଜିତଙ୍କୁ ଭୁବନେଶ୍ବର ଏଜି ଛକ ନିକଟରୁ କାବୁ କରିବା ସହ ଅଟକ ରଖିଛି ଭିଜିଲାନ୍ସ । କଣ୍ଟ୍ରାକ୍ଟରମାନଙ୍କଠାରୁ ଲାଞ୍ଚ ଆଦାୟ କରୁଥିବା ଅଭିଯୋଗରେ ତାଙ୍କୁ ଅଟକ ରଖିଛି ପୁଲିସ । ଏହି ଘଟଣାରେ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ୨୧ ଲକ୍ଷରୁ ଅଧିକ ଟଙ୍କା ଜବତ କରାଯାଇଛି । ବିଳମ୍ବିତ ରାତିର ତଲାସି ବେଳେ ପ୍ରସନ୍ନଜିତଙ୍କ ନିକଟରୁ ୭ ଲକ୍ଷ ୨୮ ହଜାର ଟଙ୍କା ମିଳିଥିଲା ।

ଏହାପରେ ଭଡ଼ା ଫ୍ଲାଟରୁ ଆହୁରି ୧୪ ଲକ୍ଷ ୬୦ ହଜାର ଟଙ୍କା ଜବତ କରିଛି ଭିଜିଲାନ୍ସ । ଆଜି ସକାଳେ ଭୁବନେଶ୍ବର ଘାଟିକିଆସ୍ଥିତ ଟ୍ରାଇଡେଣ୍ଟ ଗାଲାକ୍ସି ଭଡ଼ା ଘର ଏବଂ ବଡ଼ଗଡ଼ସ୍ଥିତ ପୈତୃକ ଘରେ ଏକକାଳୀନ ଚଢ଼ାଉ କରୁଛି । ତେବେ ପ୍ରସନ୍ନଜିତ ଜବତ ଟଙ୍କାର ହିସାବ ଦେଇ ନପାରିବାରୁ ତାଙ୍କୁ ଅଟକ ରଖି ଅଧିକ ପଚରାଉଚରା କରୁଛି ଭିଜିଲାନ୍ସ ଟିମ୍ ।

  • Related Posts

    କୋଟିଆ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ନିରବ କାହିଁକି: କଂଗ୍ରେସ

    ଭୁବନେଶ୍ବର: ଆନ୍ଧ୍ର ସରକାର ପଞ୍ଚାୟତ ନିର୍ବାଚନ ଘୋଷଣା କରିବା ପରେ କୋଟିଆ ଏକ ବଡ଼ ପ୍ରସଙ୍ଗ ଭାବେ ଉଭା ହୋଇଛି। ଆନ୍ଧ୍ର ସରକାରଙ୍କ ପାର୍ବତୀପୁରମ ମାନ୍ୟମ ନୂଆ ଜିଲ୍ଲାର ଅଧିକାରୀ କୋଟିଆ ଅଞ୍ଚଳରେ ପ୍ରବେଶ କରି ପଞ୍ଚାୟତ ନିର୍ବାଚନ କରିବା ପାଇଁ…

    Continue reading
    ପୂର୍ବଛାତ୍ର ଏକତ୍ରୀକରଣ କାର୍ଯ୍ୟକ୍ରମ

    ଦେବଗଡ଼:ଦେବଗଡ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଆଜି ପୂର୍ବଛାତ୍ର ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ବିଦ୍ୟାଳୟର ପ୍ରଧାନଆଚାର୍ଯ୍ୟ ଉମାକାନ୍ତ ରଣାଙ୍କ ସଂଯୋଜନାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ପଶ୍ଚିମ ସମ୍ଭାଗ ସଂପାଦକ ତ୍ରିବିକ୍ରମ ଶତପଥି ମୁଖ୍ୟଅତିଥି, ସମ୍ବଲପୁର ବିଭାଗ ସଂଘଚାଳକ ପୂର୍ଣ୍ଣଚନ୍ଦ୍ର ସ୍ବାଇଁ ମୁଖ୍ୟବକ୍ତା ଭାବେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି