ଭିଜିଲାନ୍ସ ଜାଲରେ ସୁପରଭାଇଜର

କଳାହାଣ୍ଡି: ଭିଜିଲାନ୍ସ ଜାଲରେ ସୁପର ଭାଇଜର । ୪ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ମେଡିକାଲ ସୁପରଭାଇଜର ଲକ୍ଷ୍ମୀ ମହାରଣା । କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ଡାକ୍ତରଖାନାରେ କାର୍ୟ୍ୟରତ ସୁପରଭାଇଜର ଲକ୍ଷ୍ମୀ ମହାରଣା ଜନ୍ମମୃତ୍ୟୁ ପ୍ରମାଣ ପତ୍ର ନିମନ୍ତେ ୪ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ଧାରା ପଡିଛନ୍ତି ।
ସୂଚନା ଅନୁସାରେ, ତଲଝାପି ପଞ୍ଚାୟତର ତିମି ଜଣଙ୍କ ଠାରୁ ଜନ୍ମ ମୃତ୍ୟୁ ପ୍ରମାଣ ପତ୍ର କରିଦେବା ପାଇଁ ଡାକ୍ତରଖାନାରେ କାର୍ୟ୍ୟରତ ସୁପରଭାଇଜର ଲକ୍ଷ୍ମୀ ମହାରଣା ଲାଞ୍ଚ ମାଗିଥିଲେ । ଏନେଇ ସମସ୍ତେ କଳାହାଣ୍ଡି ଭିଜିଲାନ୍ସ ବିଭାଗକୁ ଅଭିଯୋଗ କରିଥିଲେ । ୩ଜଣ ୪ ହଜାର ରଙ୍ଗବୋଳା ଟଙ୍କା ଲକ୍ଷ୍ମୀ ମହାରଣାଙ୍କୁ ଦେବା ପରେ ଆଗରୁ ଛପି ରହିଥିବା ଭିଜିଲାନ୍ସ ଲକ୍ଷ୍ମୀ ମହାରଣାଙ୍କୁ ରଙ୍ଗବୋଳା ଟଙ୍କା ସହ କାବୁ କରିଥିଲେ। ପୁର୍ବରୁ ପ୍ରତ୍ୟେକ ଆବେଦନକାରୀଙ୍କ ଠାରୁ ୨ହଜାର ଲେଖାଏ ଆଦାୟ କରି ପ୍ରମାଣପତ୍ର ଦେଉଥିଲେ। ଯିଏ ଲାଞ୍ଚ ନ ଦେଲା ତାଙ୍କୁ ଲାଞ୍ଚୁଆ ସୁପର ଭାଇଜର ଲକ୍ଷ୍ମୀ ମହାରଣା ମାସ ମାସ ହଇରାଣ ହରକତ କରୁଥିବା ନେଇ ଅଭିଯୋଗ ମଧ୍ୟ ହୋଇଥିଲା। ଏହି ଚଢ଼ାଉରେ ଭିଜିଲାନ୍ସ ବିଭାଗ ପକ୍ଷରୁ କଳାହାଣ୍ଡି ଭିଜିଲାନ୍ସ ଡିଏସପି ପ୍ରଦୀପ ଆଇଣ୍ଡ, ଇନ୍ସପେକ୍ଟର ପ୍ରମିଳା ସୁନା, ଏଏସଆଇ ସଞ୍ଜୟ କୁମାର ସାହୁ, ଷ୍ଟେନୋ ସନ୍ତୋଷ ମହାନ୍ତି ପ୍ରମୁଖ ସାମିଲ ଥିଲେ ।

  • Related Posts

    ପୁରୀ ସହରରେ ପୁଣି ଗଡ଼ିଲା ମୁଣ୍ଡ

    ପୁରୀ : ପୁରୀ ଦାଶଗୋବା ଗାଁରେ ଜଣେ ବ୍ୟକ୍ତିଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଛି । ମୃତ ବ୍ୟକ୍ତି ଜଣଙ୍କ ହେଉଛନ୍ତି ଦାଶଗୋବା ଗାଁର ନାରାୟଣ ମଲ୍ଲିକ ବୋଲି ଜଣାପଡିଛି । ପୋଲିସ ଘଟଣାରେ ଦୁଇ ଜଣଙ୍କ ଅଟକ ରଖି…

    ଯୁବକଙ୍କୁ ଗୁଳିମାଡ଼, ଏସ୍‌ସିବିରେ ଭର୍ତ୍ତି

    କଟକ: ନୂଆବଜାର ପୋଲ ଉପରେ ସୋମବାର ବିଳମ୍ବିତ ରାତିରେ ଜଣେ ଯୁବକଙ୍କୁ କେତେକ ଦୁର୍ବୃତ୍ତ ଗୁଳିମାଡ଼ କରିଛନ୍ତି । ଗୁଳିମାଡ଼ରେ ମଧୁପାଟଣା ଥାନା ଖପୁରିଆ ଅଞ୍ଚଳର ସଞ୍ଜୟ କୁମାର ତରାଇ (୨୦) ଗୁରୁତର ଆହତ ହୋଇଛନ୍ତି । ଗୁଳିଟି ତାଙ୍କ ଡାହାଣ…

    Leave a Reply

    Your email address will not be published. Required fields are marked *

    You Missed

    ଶିକ୍ଷା ବିଭା ୧୫ ହଜାର ଲାଞ୍ଚ ନେବାବେଳେ କିରାଣିଙ୍କୁ ଧରିଛି ଭିଜିଲାନସ୍

    ବାଂଲାଦେଶରେ ଫେବ୍ରୁଆରି ୨୦୨୬ରେ ହେବ ନିର୍ବାଚନ

    ବଳଙ୍ଗା ଘଟଣା: ୭ତାରିଖରେ ବିଜେଡିର ୬ଘଣ୍ଟିଆ ବନ୍ଦ

    ଉତ୍ତରାଖଣ୍ଡରେ ୪ ମୃତ ଓ ୫୦ରୁ ଅଧିକ ନିଖୋଜ

    ଜମ୍ମୁ-କାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ୍‍ ମଲ୍ଲିକଙ୍କ ପରଲୋକ

    ଓଡିଶା ହେବ ଗ୍ଲୋବାଲ୍ ସ୍କିଲ୍ ହବ୍