ଭିଜିଲାନ୍ସ ହାତରେ ଧରା ପଡ଼ିଲେ ରାଜସ୍ୱ ନିରୀକ୍ଷକ

ଭୁବନଶ୍ୱେର : ଜମି ପଟ୍ଟା କରିବା ପାଇଁ କ୍ଷେତ୍ର ପରିଦର୍ଶନ ରିପୋର୍ଟ ଦେବାକୁ ୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଲେ ବାଲେଶ୍ୱର ଖଇରା ତହସିଲର ତୁଡ଼ିଗାଡ଼ିଆ ରାଜସ୍ୱ ନିରୀକ୍ଷକ (ଆରଆଇ) ଶରତ କୁମାର ସେଠୀ। ତାଙ୍କ ନିକଟରୁ ସମସ୍ତ ଲାଞ୍ଚ ଟଙ୍କା ଜବତ ହୋଇଛି। ଭିଜିଲାନ୍ସ ଟିମ୍ ଏକ ମାମଲା ରୁଜୁ କରିବା ସହ ଶ୍ରୀ ସେଠୀଙ୍କ ଠିକଣାରେ ଚଢାଉ କରିଛି।

ସୂଚନାନୁଯାୟୀ, ଜଣେ ବ୍ୟକ୍ତି ନିଜ ଜେଜେ ବାପାଙ୍କ ନାମରେ ଜମିର ପଟ୍ଟା ପାଇଁ ଆବେଦନ କରିଥିଲେ । ଏ ସଂପର୍କରେ କ୍ଷେତ୍ର ପରିଦର୍ଶନ କରି ଆରଆଇ ତହସିଲକୁ ରିପୋର୍ଟ ପଠାଇବା କଥା । ମାତ୍ର ସେ ଉଦ୍ଦେଶ୍ୟମୂଳକ ଭାବେ ଦିନ ଗଡ଼ାଇ ଚାଲିଲେ । ଏ ନେଇ ଆବେଦନକାରୀ ତାଙ୍କୁ ଯୋଗାଯୋଗ କରିବାରୁ ସେ ୫ ହଜାର ଟଙ୍କା ଦାବି କରିଥିଲେ । ଲାଞ୍ଚ ୫ ହଜାର ଦେବା ବଦଳରେ ଆବେଦନକାରୀ ରାଜ୍ୟ ଭିଜିଲାନ୍ସକୁ ଯୋଗାଯୋଗ କରିଥିଲେ । ପୂର୍ବ ଯୋଜନା ଅନୁସାରେ ଶ୍ରୀ ସେଠୀ ଆଜି ୫ ହଜାର ଟଙ୍କା ଲାଞ୍ଚ ନେବା ପରେ ଭିଜିଲାନ୍ସ ବିଭାଗ ଅଧିକାରୀ ତାଙ୍କଠାରୁ ଲାଞ୍ଚ ଟଙ୍କା ଜବତ କରିଥିଲେ । ଏ ସଂପର୍କର ଏକ ମାମଲା ରୁଜୁ ସହ ଅଧିକ ତଦନ୍ତ ଜାରି ରହିଛି । ଶ୍ରୀ ସେଠୀଙ୍କ ଠିକଣାରେ ଦୁଇଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି।

  • Related Posts

    ଡିଜିପି ଚୟନ ବିବାଦ; ଆଜି ସୁପ୍ରିମକୋର୍ଟରେ ହେବନି ଶୁଣାଣି

    ଓଡ଼ିଶା ଡିଜିପି ଚୟନ ବିବାଦ ନେଇ ସୁପ୍ରିକୋର୍ଟରେ ଶୁଣାଣି ପ୍ରସଙ୍ଗ। ଆଜି ହେବନାହିଁ ସୁପ୍ରିମକୋର୍ଟରେ ଶୁଣାଣି। ଆଜି ସୁପ୍ରିମକୋର୍ଟରେ ଶୁଣାଣି ଲାଗି ମାମଲା ତାଲିକାଭୁକ୍ତ କରାଯାଇନାହିଁ । ଡିଜିପି ଚୟନ ବିବାଦ ନେଇ ସୁପ୍ରିମକୋର୍ଟରେ ହୋଇଛି ଜନସ୍ବାର୍ଥ ମାମଲା। ପୋଲିସ୍ ଡିଜି…

    Continue reading
    ସୁଧାକିରଣ ମହାବିଦ୍ୟାଳୟ ପକ୍ଷରୁ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା

    ରାଇକିଆ: ଭାରତ ସରକାରଙ୍କ ‘ହର ଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅବସରରେ ରାଇକିଆସ୍ଥିତ ସୁଧାକିରଣ ମହାବିଦ୍ୟାଳୟ ପକ୍ଷରୁ ବୁଧବାର ଏକ ଭବ୍ୟ ତ୍ରିରଙ୍ଗା ଶୋଭାଯାତ୍ରା ଆୟୋଜିତ ହୋଇଯାଇଛି। ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନେ ହାତରେ ଜାତୀୟ ପତାକା ଧରି ଦେଶାତ୍ମବୋଧକ ସ୍ଲୋଗାନ ଦେଇ ରାଇକିଆ ସହର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ