ଭିତରକନିକାରେ ପକ୍ଷୀ ଗଣନା ଶେଷ: ବଢ଼ିଛନ୍ତି ଦେଶୀୟ ପକ୍ଷୀ

କେନ୍ଦ୍ରାପଡ଼ା: ବିଶ୍ୱ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନରେ ଦେଶୀୟ ପକ୍ଷୀ ଗଣନା ଶେଷ ହୋଇଛି। ପ୍ରତିବର୍ଷ ପରି ଚଳିତ ବର୍ଷ ମଧ୍ୟ ଏହି ଦେଶୀୟ ପକ୍ଷୀ ଗଣନା କରାଯାଇଥିଲା। ଅଗଷ୍ଟ ୩୦ ତାରିଖରୁ ଆରମ୍ଭ ହୋଇ ସେପ୍ଟେମ୍ବର ୧ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି ଏହି ପକ୍ଷୀ ଗଣନା ଚାଲିଥିଲା ବେଳେ ଆଜି ଏହାର ରିପୋର୍ଟ ପ୍ରକାଶ ପାଇଛି। ଏହି ପକ୍ଷୀ ଗଣନା ଭିତରକନିକା ଜାତୀୟ ଉଦ୍ୟାନ ମଧ୍ୟସ୍ଥ କନିକା ରେଞ୍ଜର ମଠଆଡିଆ, ଲଷ୍ମୀପ୍ରସାଦ ଡିଆ, ଦୁର୍ଗା ପ୍ରସାଦ ଡିଆ ଓ ରାଜନଗର ରେଞ୍ଜ ବାଲିଡିଆରେ କରାଯାଇଥିଲା। ଗତବର୍ଷ ତୁଳନାରେ ଚଳିତ ବର୍ଷ ଅଧିକ ସଂଖ୍ୟକ ପକ୍ଷୀ ଗଣନା କରାଯାଇଥିବା ବେଳେ ଜାତୀୟ ଉଦ୍ୟାନ ପ୍ରେମୀ ଓ ପକ୍ଷୀ ପ୍ରେମୀଙ୍କ ମଧ୍ୟରେ ଉତ୍ସାହ ବଢିଛି।କେନ୍ଦ୍ରାପଡ଼ା ରାଜନଗର ଭିତରକନିକାରେ ଚଳିତବର୍ଷ ବଢ଼ିଲେ ଦେଶୀୟ ପକ୍ଷୀ। ଚଳିତ ବର୍ଷ 27 ହଜାର 646 ବସାରେ 1ଲକ୍ଷ 30 ହଜାର 796ଟି ପକ୍ଷୀ ଗଣନା କରାଯାଇଥିବା ସୂଚନା ମିଳିଛି। ଗତବର୍ଷ ତୁଳନାରେ ଚଳିତବର୍ଷ 673 ଟି ପକ୍ଷୀ ଅଧିକ ଆସିଛନ୍ତି ବୋଲି ଗଣନା କରାଯାଇଛି। ବନବିଭାଗ ପକ୍ଷରୁ ଜାରି କରାଯାଇଥିବା ରିପୋର୍ଟରେ ଏହି ତଥ୍ୟ ଉଲ୍ଲେଖ ରହିଛି।
ଭିତରକନିକା ଜାତୀୟ ଉଦ୍ୟାନ ମଧ୍ୟରେ ଥିବା କନିକା ରେଞ୍ଜ ଅଧିନରେ ମଠ ଆଡ଼ିଆ, ଲକ୍ଷ୍ମୀପ୍ରସାଦ ଡିଆ ଓ ଦୁର୍ଗାପ୍ରସାଦ ଡିଆର ଅରଣ୍ୟ ଏବଂ ବୃକ୍ଷଲତାରେ ପର୍ଯ୍ୟାପ୍ତ ପରିମାଣର ଦେଶୀୟ ପକ୍ଷୀ(Country Bird) ବାସ କରନ୍ତି।ଗେଣ୍ଡାଳିଆ, ବଗ, ଦା ବେଣ୍ଟିଆ, କାପରଖାଇ, ଅଞ୍ଜନା ପ୍ରଭୃତି ଦେଶୀୟ ପକ୍ଷୀ ଜାତୀୟ ଉଦ୍ୟାନ ମଧ୍ୟରେ ବାସ କରିଥାନ୍ତି। ଜାତୀୟ ଉଦ୍ୟାନ ମଧ୍ୟରେ ଥିବା ବିଭିନ୍ନ କୀଟ ପତଙ୍ଗ ସମେତ ଉଦ୍ୟାନକୁ ଲାଗିଥିବା ଚାଷ ଜମି ଏବଂ ଚିଙ୍ଗୁଡ଼ି ଘେରି ଗୁଡିକରୁ ଏମାନେ ଖାଦ୍ୟ ସଂଗ୍ରହ କରିଥାନ୍ତି। ଯେଉଁଥିପାଇଁ ଏହି ପକ୍ଷୀ ଗୁଡିକ ଅନ୍ୟ କୌଣସି ସ୍ଥାନକୁ ନଯାଇ ଜାତୀୟ ଉଦ୍ୟାନକୁ ନିଜର ବାସସ୍ଥାନ ଭାବେ ବାଛି ନେଇଛନ୍ତି।୨୦୨୪ ମସିହାରେ ଦେଶୀୟ ପକ୍ଷୀ ମାନଙ୍କ ପାଇଁ ଏକ ନୂତନ ସ୍ଥାନ ବାଲିଡ଼ିଆ ଠାବ କରାଯାଇ ମୋଟ ୧,୩୦,୧୨୩ଟି ଦେଶୀୟ ପକ୍ଷୀ ଜାତୀୟ ଉଦ୍ୟାନ ମଧ୍ୟରେ ଚିହ୍ନଟ ହୋଇଥିବା ବେଳେ ୨୦୨୩ ସେପ୍ଟେମ୍ବର ମାସ ୩ ତାରିଖରୁ ୭ ତାରିଖ ପର୍ଯ୍ୟନ୍ତ ହୋଇଥିବା ଦେଶୀୟ ପକ୍ଷୀ ଗଣନା ଅନୁଯାୟୀ, ଜାତୀୟ ଉଦ୍ୟାନ ମଧ୍ୟସ୍ଥ ବିଭିନ୍ନ ସ୍ଥାନରୁ ୨୬,୧୧୮ଟି ବସା ଚିହ୍ନଟ ହୋଇଥିବା ବେଳେ ସେଥିମଧ୍ୟରେ ମୋଟ ୧,୨୩,୮୬୭ଟି ଦେଶୀୟ ପକ୍ଷୀଙ୍କୁ ଗଣନା କରାଯାଇଥିଲା। ଯାହାକି ୨୦୨୨ ମସିହାରେ ଦେଶୀୟ ପକ୍ଷୀଙ୍କ ସଂଖ୍ୟାଠାରୁ ୭୭୯୭ଟି ଅଧିକ ଥିଲେ। ୨୦୨୨ ମସିହାରେ ଦେଶୀୟ ପକ୍ଷୀ ଗଣନା ରିପୋର୍ଟ ଅନୁଯାୟୀ, ୨୪,୬୬୪ଟି ବସାରୁ ମୋଟ ୧,୧୬,୦୭୦ଟି ପକ୍ଷୀଙ୍କୁ ଗଣନା କରାଯାଇଥିଲା।
ଚଳିତବର୍ଷ ଦେଶୀୟ ପକ୍ଷୀଗଣନା ନିମନ୍ତେ ୨ଟି ଟିମ୍ ଚୟନ କରାଯାଇଥିଲା। ପ୍ରତ୍ୟେକ ଟିମ୍ ରେ ବନବିଭାଗର ୭ ଜଣ ଲେଖାଏଁ ସଦସ୍ୟ ରହିଥିଲେ। ଏହି ଗଣନା କାର୍ଯ୍ୟରେ ବାଇନାକୁଲାର୍, ରେଞ୍ଜ୍ ଫାଇଣ୍ଡର ଭଳି ଅତ୍ୟାଧୁନିକ ଉପକରଣ ବ୍ୟବହାର କରାଯାଇଥିଲା, ଯାହା ଦେଶୀୟ ପକ୍ଷୀ ଗଣନାକୁ ଆହୁରି ସହଜ କରିଥିଲା।

  • Related Posts

    ଶାନ୍ତି ମଞ୍ଜରୀ ଦେଇ ଦେବଗଡ଼ ପୌରାଧ୍ୟକ୍ଷା ପଦରେ ପୁନଃ ଅବସ୍ଥାପିତ

    ଦେବଗଡ଼:ଦେବଗଡ଼ ପୌରପାଳିକାର ପୂର୍ବତନ ଅଧ୍ୟକ୍ଷା ଶ୍ରୀମତୀ ଶାନ୍ତି ମଞ୍ଜରୀ ଦେଇଙ୍କୁ ରାଜ୍ୟ ସରକାରଙ୍କ ଦ୍ୱାରା ଆଧାର ବିହୀନ ତଥା ଭୁଲ ଅଭିଯୋଗ ଆଧାରରେ ପଦଚ୍ୟୁତ କରାଯାଇଥିବା ବିବାଦରେ ଶେଷରେ ନ୍ୟାୟର ଜୟ ଘଟିଛି। ଏହାକୁ ଚ୍ୟାଲେଞ୍ଜ କରି ସେ ଉଚ୍ଚ ନ୍ୟାୟାଳୟର…

    Continue reading
    କୃଷିଅଧିକାରୀମାନଙ୍କୁ କାମର ହିସାବ ମାଗିଲେ ଉପମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: କୃଷି ଅଧିକାରୀଙ୍କ ବାହାର ରାଜ୍ୟ ଓ ବିଦେଶ ଗସ୍ତକୁ ନେଇ ତାଗିଦ୍‌ କଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ। ଭୁବନେଶ୍ୱର କୃଷି ଭବନ ପରିସରରେ ଆୟୋଜିତ ରାଜ୍ୟସ୍ତରୀୟ ଉଦ୍ୟାନ କୃଷି ଅଧିକାରୀ ସମ୍ମିଳନୀରେ ସେ ଅଧିକାରୀମାନଙ୍କୁ କାମର ହିସାବ ମାଗିଛନ୍ତି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ