ଭୁବନେଶ୍ବରରେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ବର: ଦିନକ ପରେ ବାରବାଟୀ ଷ୍ଟାଡିୟମରେ ଖେଳାଯିବ ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ ମ୍ୟାଚ୍ । ଏଥିପାଇଁ ଭୁବନେଶ୍ବରରେ ଜଣକ ପରେ ଜଣେ ଖେଳାଳି ପହଞ୍ଚୁଛନ୍ତି । ଗତ ରାତିରେ ହାର୍ଦ୍ଦିକ ପାଣ୍ଡ୍ୟା ଭୁବନେଶ୍ବରରେ ପହଞ୍ଚିଥିଲେ । ଟି-ଟ୍ବେଣ୍ଟି ସିରିଜି ପାଇଁ ପାଣ୍ଡ୍ୟାଙ୍କୁ ଦଳରେ ସାମିଲ କରାଯାଇଛି । ଆଜି ବାକି ସମସ୍ତ ଖେଳାଳି ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚି ହୋଟେଲ ମେ’ ଫେୟାରକୁ ଯିବେ ।
ଦକ୍ଷିଣ ଆଫ୍ରିକାର ଖେଳାଳି ଏବଂ ଅଫିସିଆଲ୍ ମଧ୍ୟ ଆଜି ଅପରାହ୍ନରେ ଭୁବନେଶ୍ବରରେ ପହଞ୍ଚିବେ । ଆସନ୍ତାକାଲି ବାରବାଟୀରେ ଦୁଇ ଦଳ ଅଭ୍ୟାସ କରିବେ । ସେପଟେ ଖେଳାଳିଙ୍କୁ ସ୍ୱାଗତ ପାଇଁ ହୋଟେଲ ମେ’ ଫେୟାରରେ ହୋଇଛି ସ୍ୱତନ୍ତ୍ର ବ୍ୟବସ୍ଥା । ସ୍ୱତନ୍ତ୍ର ପାରମ୍ପରିକ ନୃତ୍ୟରେ ଖେଳାଳିଙ୍କୁ ସ୍ୱାଗତ କରାଯିବ । ଖେଳାଳି ଓ ଅଫିସିଆଲଙ୍କ ପାଇଁ ୧୨୦ଟି ରୁମ ବୁକ ହୋଇଛି । ଖେଳାଳିଙ୍କ ପାଇଁ ସ୍ୱତନ୍ତ୍ର ମେନ୍ୟୁ ଚାର୍ଟ ରହିବ । ବ୍ରେକଫାଷ୍ଟରେ ପିଠା, ମିଠା ରଖିବାକୁ ଯୋଜନା ରହିଛି । ସେହିପରି ଲଞ୍ଚ ଓ ଡିନରରେ ଖେଳାଳିଙ୍କ ନିର୍ଦ୍ଦିଷ୍ଟ ମେନ୍ୟୁ ସହିତ ସି’ ଫୁଡ଼ ଓ ମିଲେଟ ଖାଦ୍ୟ ଉପରେ ଫୋକସ କରାଯିବ ।

  • Related Posts

    ଏସୀୟ କ୍ରୀଡା ; ହାରିଲା ପାକିସ୍ତାନ; ଟିମ୍ ଇଣ୍ଡିଆ ଜିତିଲା ସ୍ୱର୍ଣ୍ଣ ପଦକ

    ନୂଆଦିଲ୍ଲୀ : ଏସୀୟ କ୍ରୀଡାରେ ଇତିହାସ ରଚିଲା ଭାରତ। କ୍ରିକେଟରେ ସ୍ୱର୍ଣ୍ଣ ପଦକ ଜିତିଲା ଭାରତ। ଫାଇନାଲରେ ପାକିସ୍ତାନକୁ ହରାଇ ସୁନା ଜିତିଲା ଟିମ୍ ଇଣ୍ଡିଆ। ଲଗାତାର ୨ୟ ଥର ପାଇଁ ସ୍ୱର୍ଣ୍ଣ ପଦକ ହାତେଇଲା ଭାରତ। ୧୯ ରନରେ ପାକିସ୍ତାନକୁ…

    Continue reading
    ଲଭଲିନା ରଚିଲେ ଇତିହାସ, ମେରି କମଙ୍କ ପରେ ସ୍ବର୍ଣ୍ଣ ଜିତିଥିବା ଦ୍ବିତୀୟ ଭାରତୀୟ

    ଭାରତୀୟ ବକ୍ସର ଲଭଲିନା ବୋରଗୋହେନ ୨୦୨୬ ଏସୀୟ କ୍ରୀଡ଼ାରେ ଦେଶ ପାଇଁ ସ୍ୱର୍ଣ୍ଣ ପଦକ ଜିତି ଇତିହାସ ରଚିଛନ୍ତି । ମହିଳା ୭୫ କିଲୋଗ୍ରାମ ବର୍ଗର ଫାଇନାଲରେ ଚୀନର ବକ୍ସର ବାଓ ଜିୟିଙ୍କୁ ୫-୦ରେ ପରାସ୍ତ କରିଛନ୍ତି । ପ୍ରଥମ ଦୁଇ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ