‘ଭୁବନେଶ୍ବରରେ ହେବ ବିଶ୍ବସ୍ତରୀୟ ଷ୍ଟାଡିୟମ୍’

ଭୁବନେଶ୍ୱର : ଓଡ଼ିଶାରୁ ଶ୍ରେଷ୍ଠ କ୍ରୀଡ଼ାବିତ୍‌ ସୃଷ୍ଟି ପାଇଁ ରାଜ୍ୟ ସରକାର ବହୁବିଧ ପଦକ୍ଷେପ ନେଉଛନ୍ତି। ଏହି କ୍ରମରେ ଭୁବନେଶ୍ବରରେ ଆଉ ଏକ ବିଶ୍ବସ୍ତରୀୟ ଷ୍ଟାଡିୟମ୍ ନିର୍ମାଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ରବିବାର କଳିଙ୍ଗ ଷ୍ଟାଡିୟମ‌୍‌‌େ‌ର ଆୟୋଜିତ କଣ୍ଟିନେଣ୍ଟାଲ ବ୍ରୋଞ୍ଜ ଆଥଲେଟିକ୍ ପ୍ରତିଯୋଗିତାରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, କ୍ରୀଡ଼ା ଭିତ୍ତିଭୂମିର ବିକାଶ ପାଇଁ ସରକାର ଉଦ୍ୟମ କରୁଛନ୍ତି। ଆଗାମୀ ଦିନରେ ଓଡ଼ିଶାରେ ବିଶ୍ବସ୍ତରୀୟ ପ୍ରତିଯୋଗିତା ଆୟୋଜନ କରିବା ଦିଗରେ କାମ କରୁଛୁ। ତୃଣମୂଳସ୍ତରରେ କ୍ରୀଡ଼ା ପ୍ରତିଭାଙ୍କ ବିକାଶ ପାଇଁ ସବୁପ୍ରକାର ସୁବିଧା ସୁଯୋଗ ଯୋଗାଇ ଦିଆଯାଉଛି। ସମସ୍ତ ବ୍ଲକ୍‌ରେ ଆଧୁନିକ ଷ୍ଟାଡିୟମ୍ ନିର୍ମାଣ କରାଯାଉଛି। ଏଥିପାଇଁ ୪ ହଜାର କୋଟିରୁ ଅଧିକ ଟଙ୍କା ବ୍ୟୟ କରି ଭିତ୍ତିଭୂମି ସୁଦୃଢ଼ କରାଯିବ। ଏଥିସହ ଭୁବନେଶ୍ବରରେ ୧୦୦୦ କୋଟି ଟଙ୍କାର ସ୍ପୋର୍ଟ୍ସ କ‌େ‌ମ୍ପ୍ଲକ୍ସ ନିିର୍ମାଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

  • Related Posts

    ଲକ୍ଷ୍ନୌକୁ ୬ ଓ୍ବିକେଟରେ ହରାଇଲା ଦିଲ୍ଲୀ

    ଲକ୍ଷ୍ନୌ:ଆଇପିଏଲ୍ ୨୦୨୬ ର ପଞ୍ଚମ ଲିଗ୍ ମ୍ୟାଚ୍ ରେ, ଦିଲ୍ଲୀ କ୍ୟାପିଟାଲ୍ସ ଲକ୍ଷ୍ନୌ ସୁପରଜାଏଣ୍ଟସ୍ କୁ ୬ ୱିକେଟରେ ପରାସ୍ତ କରିଛି। ସମୀର ରିଜଭି ଏବଂ ଟ୍ରିଷ୍ଟନ୍ ଷ୍ଟବ୍ସ ଦଳକୁ ବିଜୟୀ କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ଏହି ଯୋଡ଼ି…

    Continue reading
    ଆଇପିଏଲ: ଆଜି ଦିଲ୍ଲୀ-ଲକ୍ଷ୍ନୌ ମୁହାଁମୁହିଁ

    ଆଜି ଆଇପିଏଲ ୨୦୨୬ର ପଞ୍ଚମ ମ୍ୟାଚ ଖେଳାଯିବ । ରିଷଭ ପନ୍ତଙ୍କ ନେତୃତ୍ୱରେ ଲକ୍ଷ୍ନୌ ଦଳ ଘରୋଇ ଗ୍ରାଉଣ୍ଡ୍‌ରେ ଦିଲ୍ଲୀକୁ ଭେଟିବ । ଉଭୟ ଦଳ ବିଜୟ ସହ ଅଭିଯାନ ଆରମ୍ଭ କରିବାକୁ ଲକ୍ଷ୍ୟ ରଖିଥିବାରୁ ଆଜି ଏକ ସଂଘର୍ଷପୂର୍ଣ୍ଣ ମୁକାବିଲା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ