ଭୁବନେଶ୍ୱରରୁ ଆଉ ୫ ସହରକୁ ସିଧାସଳଖ ବିମାନ ସେବା

ଭୁବନେଶ୍ୱର: ଭୁବନେଶ୍ୱର ଓ ଝାରସୁଗୁଡ଼ା ବିମାନବନ୍ଦରରୁ ଦେଶର ଅଧିକ ସହରକୁ ସିଧାସଳଖ ବିମାନ ସେବା ଉପଲବ୍ଧ ହେବ । ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରୁ ଆଉ ୫ଟି ସହରକୁ ଓ ଝାରସୁଗୁଡ଼ାସ୍ଥିତ ବୀରସୁରେନ୍ଦ୍ର ସାଏ ବିମାନ ବନ୍ଦରରୁ ଆଉ ୪ଟି ସହରକୁ ସିଧାସଳଖ ବିମାନ ସେବା ମିଳିବ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ନିଜ ସୋସିଆଲ ମିଡିଆ ଆକାଉଣ୍ଟରେ ଏହି ସୂଚନା ଦେଇଛନ୍ତି ।ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି ଯେ, ଯୋଗାଯୋଗ ବ୍ୟବସ୍ଥା ସୁଦୃଢ଼ ହେଉଛି । ପ୍ରଗତିପଥ ପ୍ରଶସ୍ତ ହେଉଛି । ଭୁବନେଶ୍ୱରସ୍ଥିତ ବିଜୁପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରୁ ଇନ୍ଦୋର, ଡେରାଡୁନ, କୋଚି, ଜୟପୁର,ଲକ୍ଷ୍ନୌ ସହରକୁ ଏବଂ ଝାରସୁଗୁଡ଼ାସ୍ଥିତ ବୀରସୁରେନ୍ଦ୍ର ସାଏ ବିମାନ ବନ୍ଦରରୁ ହାଇଦ୍ରାବାଦ, ରାୟପୁର, ଲକ୍ଷ୍ନୌ ଓ ମୁମ୍ବାଇକୁ ସିଧାସଳଖ ସେବା ଆରମ୍ଭ ହେବ । ଏହା ରାଜ୍ୟର ଅର୍ଥନୈତିକ ବିକାଶକୁ ନୂଆ ଦିଗ ଦେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

  • Related Posts

    ଏସ୍‌ସିବି ମେଡିକାଲ ସର୍ଜରୀ ୱାର୍ଡରେ ଅଗ୍ନିକାଣ୍ଡ

    କଟକ ୪।୬: ଏସ୍‌ସିବି ପିଛା ଛାଡ଼ୁନି ଅଗ୍ନିକାଣ୍ଡ । କଟକ ଏସ୍‌ସିବି ମେଡ଼ିକାଲରେ ପୁଣି ଅଗ୍ନିକାଣ୍ଡ ଘଟିଛି । ଗୁରୁବାର ଏସ୍‌ସିବି ମେଡିକାଲ ସର୍ଜରୀ ୱାର୍ଡରେ ବିଦ୍ୟୁତ ସର୍ଟ ସର୍କିଟ୍ ଯୋଗୁଁ ନିଆଁ ଲାଗିଥିବା ଜଣାପଡିଛି । ୱାର୍ଡ ଭିତରେ ଥିବା…

    Continue reading
    ଦେବାଶିଷ ସାମନ୍ତରାୟ ବିଜେପି ରାଜ୍ୟସଭା ପ୍ରାର୍ଥୀ

    ଭୁବନେଶ୍ୱର: ବିଜେପିର ରାଜ୍ୟସଭା ପ୍ରାର୍ଥୀ ହେଲେ ଦେବାଶିଷ ସାମନ୍ତରାୟ । ଓଡ଼ିଶା ପାଇଁ ହେବାକୁ ଥିବା ଉପନିର୍ବାଚନ ପରିପ୍ରେକ୍ଷୀରେ ତାଙ୍କୁ ବିଜେପି ପ୍ରାର୍ଥୀ କରିଛି । ବିଜେପି କେନ୍ଦ୍ରୀୟ ନିର୍ବାଚନ କମିଟି ପକ୍ଷରୁ ବିଧିବଦ୍ଧଭାବେ ତାଙ୍କ ନାମ ଘୋଷଣା କରାଯାଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ