
ରାଜଧାନୀ ଭୁବନେଶ୍ୱରରେ ଚିହ୍ନଟ ହେଲେ କୋଭିଡ୍ ଆକ୍ରାନ୍ତ। ଏକ ଘରୋଇ ହସ୍ପିଟାଲରେ ସେ ଭର୍ତ୍ତି ହୋଇଛନ୍ତି। ଏ ନେଇ ସୂଚନା ଦେଇଛନ୍ତି ଉକ୍ତ ହସ୍ପିଟାଲ କର୍ତ୍ତୃପକ୍ଷ।ଏହି କୋଭିଡ୍ ଆକ୍ରାନ୍ତଙ୍କ ଘର ବରମୁଣ୍ଡା ଅଞ୍ଚଳରେ। ତାଙ୍କୁ ୫୦ ବର୍ଷ ହୋଇଛି। ଏହା ପୂର୍ବରୁ ଗତ ମାସରେ ଗଞ୍ଜାମ ଜିଲ୍ଲାରେ ଜଣେ ମହିଳା କୋଭିଡ୍ ପଜିଟିଭ ଚିହ୍ନଟ ହୋଇଥିଲେ। ତାଙ୍କ ରିପୋର୍ଟ ପଜିଟିଭ ଆସିବା ପରେ ତାଙ୍କୁ ଏମକେସିଜି ମେଡିକାଲ କଲେଜ ଓ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତାଙ୍କୁ ଥଣ୍ଡାଜ୍ୱର ଲାଗି ରହିଥିବାରୁ ସେ ଏମକେସିଜିରେ ବେଶ୍ କିଛି ଦିନ ହେବ ଚିକିତ୍ସିତ ହେଉଥିଲେ। ସେଠାରେ ତାଙ୍କର କରୋନା ଟେଷ୍ଟ କରା ଯାଇଥିଲା। ତାଙ୍କ ଟେଷ୍ଟ ରିପୋର୍ଟ ପଜିଟିଭି ଆସିଥିଲା।
ଗଞ୍ଜାମରେ ଏହା କରୋନା ପଜିଟିଭ୍ ଚିହ୍ନଟ ହେବା ପୂର୍ବରୁ ଆନ୍ଧ୍ରପ୍ରଦେଶରେ ବେଶ୍ କିଛି ଲୋକ କରୋନାରେ ଆକ୍ରାନ୍ତ ହୋଇଥିଲେ। ସେଠାରେ ଜୁନ୍ ୨୬ରୁ ଜୁଲାଇ ୧୬ ମଧ୍ୟରେ ୧୨ ଜଣ କୋଭିଡ୍ -୧୯ରେ ସଂକ୍ରମିତ ଚିହ୍ନଟ ହୋଇଥିଲେ। ସେମାନଙ୍କ ମଧ୍ୟରୁ ୪ ଜଣ ରୋଗୀ ସଂକ୍ରମଣର ଯୋଗୁ ପ୍ରାଣ ହରାଇଥିଲେ।




