ଭୁଶୁଡ଼ିଲା ୬ ମହଲା କୋଠା: ଚାପି ହୋଇଗଲେ ୪, ଅନେକ ଆହତ

ଚଣ୍ଡିଗଡ଼ : ପଞ୍ଜାବର ମୋହାଲିରେ ଏକ ୬ ମହଲା କୋଠା ଭୁଶୁଡି ପଡିଛି। ଫଳରେ ୪ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଅନେକ ଏହା ତଳେ ଚାପ ହୋଇ ରହିଥିବା ଆଶଙ୍କା କରାଯାଉଛି। କୋଠାର ତଳ ମହଲାରେ ଏକ ଜିମ୍‌ ସେଣ୍ଟର ଥିଲା। ଏହାତଳୁ ୪ ଜଣଙ୍କ ମୃତଦେହ କରାଯାଇଛି। ଆହତମାନଙ୍କ ଉଦ୍ଧାର କାର୍ଯ୍ୟ ଜାରି ରହିଛି। କୁହାଯାଉଛି, ଖନନ ଚାଲିଥିବା ନିକଟସ୍ଥ କୋଠାରେ କାମ ଚାଲିଥିଲା। ଏହି କାରଣରୁ କୋଠା ଭୁଶୁଡି ପଡ଼ିଛି।

ଦୁର୍ଘଟଣା ସ୍ଥଳର ଏକ ଭିଡିଓ ସାମ୍ନାକୁ ଆସିଛି। ଯେଉଁଥିରେ ଜେସିବି ମେଶିନ ନଜର ଆସିଛି। ଏଠାରୁ ଆବର୍ଜନା ହଟାଇବା ପାଇଁ କାର୍ଯ୍ୟ ଚାଲିଛି। ଚତୁଃପାର୍ଶ୍ୱରେ ଅନେକ ଲୋକ ରୁଣ୍ଡ ହୋଇଥିବା ଦେଖିବାକୁ ମିଳିଛି।

ପ୍ରାରମ୍ଭିକ ସୂଚନାନୁଯାୟୀ, ନିକଟରେ ଏକ ବେସ୍‌ମେଣ୍ଟ ଖୋଳା ଯାଉଥିବା ବେଳେ କୋଠାଟି ଭୁଶୁଡି ପଡିଥିଲା। ପୋଲିସ ଟିମ୍‌ ଘଟଣାସ୍ଥଳରେ ପହଞ୍ଚିଛି। ସୋହନା ଗାଁର ପୂର୍ବତନ ସରପଞ୍ଚ ପରବିନ୍ଦ ସିଂ ସୋହନା କହିଛନ୍ତି, ଘଟଣା ସମୟରେ ଜିମ୍‌ ନଷ୍ଟ ହୋଇଯାଇଥିଲା ଏବଂ କିଛି ଯୁବକ ଜିମ୍‌ରେ ଥିଲେ।

ସେ ଆହୁରି କହିଛନ୍ତି, କ’ଣ ଘଟିଛି ଆମେ ଏପର୍ଯ୍ୟନ୍ତ ଜାଣିନାହୁଁ। ଆମେ ଉଦ୍ଧାର କାର୍ଯ୍ୟକୁ ତ୍ୱରାନ୍ବିତ କରିବା ପାଇଁ ପ୍ରଶାସନକୁ ନିବେଦନ କରିଛୁ।

  • Related Posts

    ହୀରାକୁଦ: ଖୋଲିଲା ଆଉ ୫ଟି ଗେଟ୍

    ସମ୍ବଲପୁର: ବଢ଼ୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର। ଜଳସ୍ତର ବୃଦ୍ଧି ଯୋଗୁଁ ହୀରାକୁଦର ଆଉ ୫ଟି ଗେଟ୍ ଖୋଲାଯାଇଛି। ପୂର୍ବରୁ ୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ହେଉଥିବା ବେଳେ ଏବେ ମୋଟ ୭ଟି ଗେଟ୍ ଦେଇ ଜଳ ନିଷ୍କାସିତ ହେଉଛି। ଏଥିରେ…

    Continue reading
    ରିଜର୍ଭ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର

    ଢେଙ୍କାନାଳ: ଢେଙ୍କାନାଳ ରିଜର୍ଭପୁଲିସରେ କାର୍ଯ୍ୟରତ କନଷ୍ଟେବଳ ଶଙ୍କର ପ୍ରଧାନଙ୍କ ମୃତଦେହକୁ ସୋମବାର ଟାଉନଥାନା ପୁଲିସ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରିଛି । ଏ ନେଇ ଟାଉନଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇ ତଦନ୍ତ ଜାରି ରହିଛି। ଗଜପତି ଅଞ୍ଚଳର ଶଙ୍କର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ