ଭୂମିକମ୍ପରେ ଥରିଲା କ୍ୟୁବା

ଶକ୍ତଶାଳୀ ଭୂମିକମ୍ପରେ ଥରିଲା କ୍ୟୁବା। ଘଣ୍ଟାକ ମଧ୍ୟରେ ଲାଗିଲା ଦୁଇ ଥର ଝଟ୍‌କା। ରବିବାର ଦକ୍ଷିଣ କ୍ୟୁବାରେ ଦୁଇଟି ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଥିବା ଆମେରିକାର ଭୂବିଜ୍ଞାନୀମାନେ କହିଛନ୍ତି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୮ ରେକର୍ଡ କରାଯାଇଛି। ଠିକ୍‌ ଏହାର ଘଣ୍ଟାକ ପୂର୍ବରୁ ୫.୯ ତୀବ୍ରତାର ଭୂମିକମ୍ପ ହୋଇଥିଲା। ଏହି ଭୂକମ୍ପର କମ୍ପନ ଏତେ ଶକ୍ତିଶାଳୀ ଥିଲା ଯେ ସାଣ୍ଟିଆଗୋ ଡି କ୍ୟୁବା ଏହାର ଆଖପାଖ ଅଞ୍ଚଳର ଘର ଗୁଡ଼ିକ ଥରିବାକୁ ଲାଗିଥିଲା। ଫଳରେ ଲୋକେ ଭୟଭିତ ହୋଇପଡିଥିଲେ। ଭୟରେ ଘର ଛାଡ଼ି ସେମାନେ ବାହାରକୁ ଚାଲି ଆସିଥିଲେ। ଏହି ଘଟଣାରେ କ୍ୟୁବାର ରାଷ୍ଟ୍ରପତି ମିଗୁଏଲ ଡିଆଜ-କାନେଲ ଟ୍ୱିଟରରେ କହିଛନ୍ତି ଯେ ଭୂକମ୍ପ ଯୋଗୁଁ ଭୂସ୍ଖଳନ ଘଟିଛି। କିଛି ଘର ଓ ବିଦ୍ୟୁତ ତାର କ୍ଷତିଗ୍ରସ୍ତ ହୋଇଛି। ତେବେ ଏଥିରେ କେହି ମୃତାହତ ହୋଇନଥିବା ସୂଚନା ମିଳିଛି।

 

ଆମେରିକାର ଭୂତତ୍ତ୍ୱ ସର୍ବେକ୍ଷଣ କହିଛି ଯେ ବାର୍ଟୋଲୋମ ମାସୋଠାରୁ ପ୍ରାୟ ୪୦ କିଲୋମିଟର ଦକ୍ଷିଣରେ ଏହି ଭୂମିକମ୍ପର କେନ୍ଦ୍ରସ୍ଥଳ ଥିଲା। ସାଣ୍ଟିଆଗୋ ଡି କ୍ୟୁବା ଭଳି ପ୍ରମୁଖ ସହର ସମେତ ପୂର୍ବ କ୍ୟୁବାରେ କମ୍ପନ ଅନୁଭୂତ ହୋଇଥିଲା। ଏହାପୂର୍ବରୁ କ୍ୟୁବା ଏବଂ ଇଣ୍ଡୋନେସିଆରେ ମଧ୍ୟ ଭୂକମ୍ପ ଅନୁଭୂତ ହୋଇଥିଲା। ସାଣ୍ଟିଆଗୋର ବାସିନ୍ଦା କହିଛନ୍ତି ଯେ ଭୂକମ୍ପ ଯୋଗୁଁ ଅନେକ ଘର ଏବଂ କୋଠାଘର ବ୍ୟାପକ କ୍ଷୟକ୍ଷତି ହେବାର ସମ୍ଭାବନା ରହିଛି। କାରଣ ଏଠାରେ ଉପସ୍ଥିତ ଥିବା ସମସ୍ତ ସ୍ଥାନ ପୁରୁଣା। ଏହି ଘଟଣା ସହ ଜଡିତ ଅନେକ ଫଟୋ ସୋଶାଲ ମିଡିଆରେ ମଧ୍ୟ ଭାଇରାଲ ହେବାରେ ଲାଗିଛି । ଯେଉଁଥିରେ ଅନେକ ଘରର ଛାତ ଏବଂ ଝରକା ଭାଙ୍ଗିଯାଇଛି।

 

ଆମେରିକୀୟ ଏଜେନ୍ସି ଅନୁଯାୟୀ, କ୍ୟୁବାରେ ହୋଇଥିବା ଭୂକମ୍ପର ଘଣ୍ଟାକ ପୂର୍ବରୁ ୫.୯ ମ୍ୟାଗ୍ନିଚ୍ୟୁଡର ଭୂକମ୍ପ ଅନୁଭୂତ ହୋଇଥିଲା। କ୍ୟୁବା ଅଧିକାରୀ କହିଛନ୍ତି ଯେ ସ୍ଥାନୀୟ ଲୋକଙ୍କୁ ସତର୍କ ରହିବାକୁ ଚେତାବନୀ ଦେଇଛନ୍ତି। ତେବେ ଏହି ଭୂମିକମ୍ପ ଯୋଗୁ କୌଣସି ସୁନାମୀ ଚେତାବନୀ ଜାରି କରାଯାଇ ନାହିଁ।

  • Related Posts

    ବ୍ୟାରିକେଡ୍ ଉପରେ ଚଢି ଆକାଶବାଣୀ ଭବନରେ ପଶିଲେ ରାହୁଲ

    ନୂଆଦିଲ୍ଲୀ:  ବିରୋଧି ସାଂସଦଙ୍କ ‘ସେଭ ଡେମୋକ୍ରାସି’ ମାର୍ଚ୍ଚ ମଙ୍ଗଳବାର ସକାଳେ ସଂସଦ ଭବନରୁ ଆରମ୍ଭ ହୋଇଥିଲା। ନିର୍ବାଚନ ସଦନ (ଇସିଆଇ) ମୁଖ୍ୟାଳୟ ଆଡକୁ ବଢିଥିଲା, କିନ୍ତୁ ଦିଲ୍ଳୀ ପୋଲିସ ରାସ୍ତାରେ ବ୍ୟାରିକେଡ୍ କରି ପଦଯାତ୍ରାକୁ ରୋକିଥିଲା। ରୋକିବା ପରେ କଂଗ୍ରେସ ସାଂସଦ…

    Continue reading
    ଜ୍ଞାନେଶଙ୍କୁ ହଟାଇବା ଦାବି: ବିରୋଧୀଙ୍କ ଶୋଭାଯାତ୍ରା; ଧାରଣାରେ ରାହୁଲ ଏବଂ ପ୍ରିୟଙ୍କା

    ନୂଆଦିଲ୍ଲୀ : ବିରୋଧୀ ଦଳ ନେତା ଏବଂ ସାଂସଦମାନେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ହଟାଇବା ଦାବି କରି ମଙ୍ଗଳବାର ସଂସଦରୁ ନିର୍ବାଚନ ଗୃହ ପର୍ଯ୍ୟନ୍ତ ଏକ ପଦଯାତ୍ରା ଆରମ୍ଭ କରିଛନ୍ତି। ଯୋଜନାବଦ୍ଧ ପଦଯାତ୍ରାକୁ ଦୃଷ୍ଟିରେ ରଖି, ଦିଲ୍ଲୀ ପୁଲିସ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ