ଭୟଙ୍କର ଦୁର୍ଘଟଣା :୬ ମୃତ

ନୂଆଦିଲ୍ଲୀ: ଛତିଶଗଡ଼ର ବାଲୋଡ ଜିଲ୍ଲାରେ ଗତ ରାତିରେ ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଓ ଏସୟୁଭି କାର୍‌ ମୁହାଁମୁହିଁ ଧକ୍କା ହେବା ପରେ ଘଟଣାସ୍ଥଳରେ ୬ ଜଣଙ୍କ ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାରେ ୭ ଜଣ ଗୁରୁତର ହୋଇଛନ୍ତି। ବାଲୋଡ ଜିଲ୍ଲା ଭାନୁପ୍ରତାପପୁର-ଦଲ୍ଲିରାଝରା ରାସ୍ତାରେ ଘଟିଛି ଏହି ମର୍ମନ୍ତୁଦ ଦୁର୍ଘଟଣା ।

ପୁଲିସ୍‌ ଅଧିକାରୀଙ୍କ ନିକଟରୁ ମିଳିଥିବା ସୂଚନା ଅନୁଯାୟୀ, କାର୍‌ଟି ଭାନୁପ୍ରତାପପୁର-ଦଲ୍ଲିରାଝରା ରାସ୍ତାରେ ଯାଉଥିବା ବେଳେ ସେଥିରେ ପ୍ରାୟ ୧୩ ଜଣ ଥିଲେ। ବିପରୀତ ଦିଗରୁ ଆସୁଥିବା ଟ୍ରକ୍‌ଟି କାର୍‌କୁ ମୁହାଁମୁହିଁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ୬ ଜଣଙ୍କର ମୃତ୍ୟୁ ହୋଇଥିଲା।ଖବର ପାଇ ତୁରନ୍ତ ସ୍ଥାନୀୟ ଲୋକେ ଓ ପୁଲିସ୍‌ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚିଥିଲେ। ଏହାପରେ ଗାଡ଼ି ଭିତରୁ ୭ ଗୁରୁତରଙ୍କୁ ଉଦ୍ଧାର କରି ତୁରନ୍ତ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି।

ଏହି ଦୁର୍ଘଟଣା ପରେ ଟ୍ରକ୍‌ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇ ଯାଇଛନ୍ତି। ତାଙ୍କୁ ଗିରଫ କରିବାକୁ ପୁଲିସ୍‌ ବିଭିନ୍ନ ସ୍ଥାନରେ ଚଢ଼ାଉ କରୁଛି।

  • Related Posts

    ଝାଡ଼ଖଣ୍ଡରେ ଜିଦରେ ଅଟଳ ଛାତ୍ରଛାତ୍ରୀ, ଆଜି ବିଧାନସଭା ଘେରାଉ

    ରାଞ୍ଚି (ଝାଡ଼ଖଣ୍ଡ): JPSC ଏବଂ JSSC ପରୀକ୍ଷାରେ ଅନିୟମିତତା ବିରୋଧରେ ଦୀର୍ଘ 17 ଦିନ ଧରି ଝାଡ଼ଖଣ୍ଡରେ ଛାତ୍ର ଅନ୍ଦୋଳନ ଚାଲିଛି । ପରୀକ୍ଷାରେ ଅନିୟମିତତା ଅଭିଯୋଗକୁ ନେଇ ସରକାର ଓ ଛାତ୍ରଙ୍କ ମଧ୍ୟରେ ଚାଲିଥିବା ବିବାଦ ଥମିନାହିଁ । ଛାତ୍ରଛାତ୍ରୀମାନଙ୍କ…

    Continue reading
    ହେମନ୍ତ ସୋରେନଙ୍କ ଜନ୍ମଦିନରେ ଶୁଭେଚ୍ଛା ଜଣାଇଲେ ମୋଦି

    ନୂଆଦିଲ୍ଲୀ: ଝାଡ଼ଖଣ୍ଡରେ ଛାତ୍ରମାନେ ବର୍ତ୍ତମାନ ବିଶାଳ ପ୍ରତିବାଦ କରୁଛନ୍ତି, ନିଯୁକ୍ତି ପରୀକ୍ଷାରେ ଅନିୟମିତତା ଅଭିଯୋଗକୁ ବିରୋଧ କରି ଅନେକ ଲୋକ ଅନଶନ କରୁଛନ୍ତି। ଏହି ଆନ୍ଦୋଳନ ଅନେକ ଦିନ ଧରି ଚାଲିଛି, ଏବଂ ସରକାର ଛାତ୍ରମାନଙ୍କ ସହିତ ଆଲୋଚନା କରିବାକୁ ଚେଷ୍ଟା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ