ମଙ୍ଗଳବାର ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା

ଭୁବନେଶ୍ୱର: ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆଗକୁ ଆଗକୁ ଅଗ୍ରସର ହେଉଛି । ସୋମବାର ଏହା ମୁମ୍ବାଇ ସମେତ ମହାରାଷ୍ଟ୍ରର ଅଧିକାଂଶ ସ୍ଥାନ, କର୍ଣ୍ଣାଟକ, ତେଲଙ୍ଗାନା ଓ ଆନ୍ଧ୍ରପ୍ରଦେଶର କିଛି ଅଞ୍ଚଳ, ତ୍ରିପୁରା, ମଣିପୁର, ନାଗାଲାଣ୍ଡ ଓ ଆସାମର କିଛି ଅଞ୍ଚଳରେ ପହଞ୍ଚିଛି । ୨୮ ବା ୨୯ ତାରିଖ ସୁଦ୍ଧା ମୌସୁମୀ ଓଡ଼ିଶାରେ ପହଞ୍ଚିପାରେ ।
ମଙ୍ଗଳବାର ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଅଛି । ଏହା ପ୍ରଭାବରେ ଉପକୂଳ ଓଡ଼ିଶା ସମେତ ଉତ୍ତର ଓଡ଼ିଶା, ସୁନ୍ଦରଗଡ଼ ଓ ଦେବଗଡ଼ରେ ଭଲ ବର୍ଷା ହେବ । ଆଗକୁ ବର୍ଷା ହେବାର ଥିବାରୁ ୨୯ ତାରିଖ ସୁଦ୍ଧା ଓଡ଼ିଶାରେ ମୌସୁମୀ ପହଞ୍ଚିଯିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

ମଙ୍ଗଳବାର ଦକ୍ଷିଣ ଓଡ଼ିଶାରେ ଭାରି ବର୍ଷା ସମ୍ଭାବନା ଅଛି । କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, ଗଜପତି, କଳାହାଣ୍ଡି ଓ କନ୍ଧମାଳରେ ଭାରି ବର୍ଷା ହୋଇପାରେ । ନୂଆପଡ଼ା, ବଲାଙ୍ଗିର, ବୌଦ୍ଧ, ସୋନପୁର, ନୟାଗଡ଼, ଗଞ୍ଜାମ, ଖୋର୍ଦ୍ଧା ଓ ପୁରୀରେ ଘଡ଼ଘଡ଼ି ଓ ବର୍ଷା ସହିତ ୩୦ରୁ ୪୦କିମି ବେଗରେ ପବନ ବହିବ ବୋଲି ପାଣିପାଗ ବିଭାଗ ସତର୍କତା ଜାରି କରିଛି ।

  • Related Posts

    ରାଜ୍ୟପାଳ- ମୁଖ୍ୟମନ୍ତ୍ରୀ ସାକ୍ଷାତ

    ଭୁବନେଶ୍ୱର: ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛାତ୍ର ସଂସଦ ନିର୍ବାଚନ ବେଳେ ରାଜ୍ୟପାଳଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ନିକଟରେ ଦିଲ୍ଲୀରେ…

    Continue reading
    ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଆଜି ପୂଜ୍ୟ ପ୍ରଣାମ ପୁଣ୍ୟାତ୍ମା, ଲୋକସେବକ ମଣ୍ଡଳର ଉପସଭାପତି ତଥା ‘ସମାଜ’ ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ ତମ ଜୟନ୍ତୀ। ଏହି ଅବସରରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ