ମଙ୍ଗଳବାର ସକାଳେ ମୁଣ୍ଡଳୀରେ ପହଞ୍ଚିବ ବନ୍ୟାଜଳ

ଭୁବନେଶ୍ବର : ରାଜ୍ୟରେ ଏବେ ବନ୍ୟା ସ୍ଥିତି ନାହିଁ କାରଣ ଆଗାମୀ କିଛି ଦିନ ଯାଏଁ ବର୍ଷା ନାହିଁ ବୋଲି ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଚନ୍ଦ୍ରଶେଖର ପାଢ଼ୀ କହିଛନ୍ତି । ସେ କହିଛନ୍ତି ଯେ, ହୀରାକୁଦର ୨୦ଟି ଗେଟ୍ ଦେଇ ୨.୯୫ ଲକ୍ଷ କ୍ୟୁସେକ୍ ଜଳ ନିଷ୍କାସିତ ହେଉଛି । ମଙ୍ଗଳବାର ସକାଳ ୬ଟା ପରେ ମୁଣ୍ଡଳୀରେ ବନ୍ୟାଜଳ ପହଞ୍ଚିବ । ୪.୫୦ ଲକ୍ଷ କ୍ୟୁସେକ୍ ଜଳ ମୁଣ୍ଡଳୀ ଆସିବ । ଆଗାମୀ ଦିନରେ ବର୍ଷା ହେଲେ, ଅଧିକ ଗେଟ୍ ଖୋଲା ହେବ ।
ସେ ଆହୁରି ମଧ୍ୟ କହିଛନ୍ତି ଯେ, ବୈତରଣୀରେ ସତର୍କ ସଙ୍କେତ ପାର ହୋଇଥିଲା । IMDର ଆକଳନ ନଥିବା ସତ୍ତ୍ବେ ବର୍ଷା ହେଲା । ଯେହେତୁ ଗେଟ୍ ଖୋଲିବା ପରେ ଜଳ ନିଷ୍କାସନ ହେଲା, ହେଲେ ବିପଦ ସଙ୍କେତ ଛୁଇଁନି । ସେପଟେ ରେଙ୍ଗାଲି ଡ୍ୟାମ୍‌ର ଦୁଇଟି ଗେଟ୍ ଦେଇ ୩,୧୨୪ କ୍ୟୁମେକ୍‌ରେ ଜଳ ନିଷ୍କାସିତ ହେଉଛି । ବୁଢ଼ାବଳଙ୍ଗରେ ଅଧିକ ଜଳ ଆସିବ, ହେଲେ ବିପଦ ସଂକେତ ଛୁଇଁବ ନାହିଁ । ଯାଜପୁର ଜିଲ୍ଲା ଦଶରଥପୁରରେ ଗ୍ରାମୀଣ ବିକାଶ ବିଭାଗ ପକ୍ଷରୁ ସୁରକ୍ଷା ବାଡ଼ କରିବାର ଥିଲା । ହେଲେ ସେମାନେ କରିନାହାନ୍ତି । ତେଣୁ ଛୋଟ ଆକାରରେ ବନ୍ଧ ଭାଙ୍ଗିଛି ବୋଲି ସର୍ବୋଚ୍ଚ ଯନ୍ତ୍ରୀ କହିଛନ୍ତି ।

  • Related Posts

    ବ୍ରଜ ମୋହନ ଓଡ଼ିଶାର ନୂଆ ରାଜ୍ୟପାଳ

    ୪ ରାଜ୍ୟରେ ବଦଳିଲେ ରାଜ୍ୟପାଳ ନୂଆଦିଲ୍ଲୀ: ଓଡ଼ିଶାର ରାଜ୍ୟପାଳ ବଦଳି ଯାଇଛନ୍ତି । ହରିବାବୁ କମ୍ଭମ୍‌ପଟିଙ୍କ ବଦଳରେ ବ୍ରଜ ମୋହନ ରାମଙ୍କୁ ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ନିଯୁକ୍ତି ଦିଆଯାଇଛି । ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଛଅ ରାଜ୍ୟ ପାଇଁ…

    Continue reading
    ନିର୍ବାଚନୀ ରେକର୍ଡ ନିର୍ଭରଯୋଗ୍ୟ ରହିବାରେ ‘SIR’ ସାହାଯ୍ୟ କରିବ:ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଦିଲ୍ଲୀରେ ବିରୋଧୀଙ୍କ ପ୍ରତିବାଦ ମଧ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଏକ୍ସ’ରେ ପ୍ରତିକ୍ରିୟା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି,ନିର୍ବାଚନୀ ରେକର୍ଡ ନିର୍ଭରଯୋଗ୍ୟ ରହିବାରେ ‘SIR’ ସାହାଯ୍ୟ କରିବ। ସ୍ୱଚ୍ଛ ଓ ସଠିକ୍‌ ଭୋଟର ତାଲିକା ପ୍ରସ୍ତୁତି ପାଇଁ ‘SIR’ ଆବଶ୍ୟକ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ