ମଞ୍ଚରେ ପ୍ରଧାନମନ୍ତ୍ରୀଙ୍କୁ ଭବ୍ୟ ସ୍ବାଗତ

ଝାରସୁଗୁଡା: ଝାରସୁଗୁଡା ବିମାନବନ୍ଦରରେ ପହଞ୍ଚିବା ପରେ ସେଠାରୁ ରୋଡ ଶୋରେ ଯାଇ ଅମଲିପାଲିରେ ଆୟୋଜିତ ଯୁବ ସମାବେଶରେ ସାମିଲ ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ମଞ୍ଚରେ ଉପସ୍ଥିତ ଅଛନ୍ତି ରାଜ୍ୟପାଳ ଡ଼. ହରିବାବୁ କମ୍ଭମପାଟି, ମୁଖ୍ୟମନ୍ତ୍ରୀ ମୋହନ ମାଝୀହ୍କ ସହ ବିରଷ୍ଠ ନେତା । ମଞ୍ଚରେ ପ୍ରଧାନମନ୍ତ୍ରୀଙ୍କୁ ଭବ୍ୟ ସ୍ବାଗତ କରାଯାଇଛି । ସମ୍ବଲପୁରୀ କପଡ଼ାରେ ବୁଣାଯାଇଥିବା ମା’ ସମଲେଶ୍ବରୀଙ୍କ ସ୍ମୃତି ଚିହ୍ନ ପ୍ରଧାନମନ୍ତ୍ରୀଙ୍କୁ ପ୍ରଦାନ କରାଯାଇଛି । ପ୍ରଧାନମନ୍ତ୍ରୀଙ୍କ ଝଲକ ପାଇଁ ଜନସମୁଦ୍ର ପାଲଟିଛି ଝାରସୁଗୁଡା ଅମଲିପାଲି ପଡ଼ିଆ ।ନିର୍ଦ୍ଧାରିତ ସମୟରେ ବାୟୁସେନାର ସ୍ୱତନ୍ତ୍ର ବିମାନରେ ଆସି ଝାରସୁଗୁଡା ବିମାନ ବନ୍ଦରରେ ପହଞ୍ଚିବା ପରେ ରୋଡ ଶୋରେ ଅମଲିପାଲି ସମାବେଶ ସ୍ଥଳକୁ ଯାଇଥିଲେ । ରାସ୍ତାରେ ଶହ ଶହ ଲୋକେ ପ୍ରଧାନମନ୍ତ୍ରୀଙ୍କୁ ବିପୁଳ ସ୍ୱାଗତ କରିଥିଲେ । ଲୋକଙ୍କ ଉକ୍ରଣ୍ଠା ଦେଇ ମୋଦୀ କାର ଭିତରୁ ବାହାରି ଆସି ହାତ ହଲାଇଥିଲେ ।

50,000 କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିକାଶମୂଳକ ପ୍ରକଳ୍ପ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ । ଏକ ଐତିହାସିକ ସଫଳତା ରୂପେ, ସାରା ଭାରତରେ 97,500ରୁ ଅଧିକ ଦୂରସଞ୍ଚାର ଟାୱାର କାର୍ଯ୍ୟକ୍ଷମ କରାଯିବ । ଏଗୁଡ଼ିକ ସ୍ୱଦେଶୀ ପ୍ରଯୁକ୍ତିବିଦ୍ୟା ବ୍ୟବହାର କରି ନିର୍ମିତ ହୋଇଛି ଏବଂ ଦୁର୍ଗମ, ସୀମାନ୍ତବର୍ତ୍ତୀ କ୍ଷେତ୍ର ଓ ମାଓବାଦ ଦ୍ୱାରା ପ୍ରଭାବିତ ଅଞ୍ଚଳରେ ଯୋଗାଯୋଗରେ ଉନ୍ନତି ଆଣିବ । ଅନ୍ୟ ଯେଉଁସବୁ ପ୍ରକଳ୍ପର ଲୋକାର୍ପଣ ଏବଂ ଶିଳାନ୍ୟାସ କରାଯିବ, ସେଗୁଡ଼ିକ ରେଳ ସଂଯୋଗୀକରଣ, ଆଇଆଇଟି ଭିତ୍ତିଭୂମିର ସମ୍ପ୍ରସାରଣ, ଦକ୍ଷତା ବିକାଶ କେନ୍ଦ୍ର, ଗୃହ ନିର୍ମାଣ ଏବଂ ଅନ୍ୟାନ୍ୟ କ୍ଷେତ୍ର ସହ ଜଡ଼ିତ । ଏହି ପ୍ରକଳ୍ପଗୁଡ଼ିକ ଆମର ଏକ ବିକଶିତ ଭାରତ ନିର୍ମାଣ ଦୃଷ୍ଟିକୋଣର ଅନୁରୂପ ଯେଉଁଠାରେ ଗରିବ ଏବଂ ବଞ୍ଚିତ ଲୋକମାନେ ସବୁପ୍ରକାର ବିକାଶର ସୁବିଧା ପାଇବେ ।

  • Related Posts

    ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ସ୍ୱଚ୍ଛତା ପକ୍ଷ ପାଳନ

    ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ଭାରତ ସରକାରଙ୍କ ନିର୍ଦ୍ଦେଶକ୍ରମେ ସ୍ୱଚ୍ଛତା ପକ୍ଷ ପାଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ସ୍ୱାଧୀନତା ଦିବସ ଉପଲକ୍ଷେ ଅଗଷ୍ଟ ୧ରୁ ୧୫ ତାରିଖ ପର୍ଯ୍ୟନ୍ତ ସ୍ୱଚ୍ଛତା ପକ୍ଷ ପାଳନ କରାଯାଉଥିବା ବେଳେ ଏହାର…

    Continue reading
    ସୁଗଡ଼ବାଡ଼ି ବାଳିକା ବିଦ୍ୟାଳୟ ପରିସରରେ ‘ଆମ ପୋଲିସ ଆମ ସାଥୀ’ କାର୍ଯ୍ୟକ୍ରମ

    ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆ ପୁଲିସ ପ୍ରଶାସନ ପକ୍ଷରୁ ‘ଆମ ପୋଲିସ ଆମ ସାଥୀ’ କାର୍ଯ୍ୟକ୍ରମ ସ୍ଥାନୀୟ ସୁଗଡ଼ବାଡ଼ି ବାଳିକା ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଛାତ୍ରୀମାନଙ୍କୁ ସାଇବର ଅପରାଧ, ଆଇନ, ପୋକ୍ସୋ ଆଇନ (ଶିଶୁ ଯୌନ ନିର୍ଯାତନା ନିବାରଣ ଆଇନ୍)ଓ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ