ମଧ୍ୟପ୍ରାଚ୍ୟରେ ଅଟକିଥିବା ଓଡ଼ିଆମାନଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

ଭୁବନେଶ୍ୱର: ମଧ୍ୟପ୍ରାଚ୍ୟରେ ସମ୍ପ୍ରତି ଚାଲିଥିବା ଯୁଦ୍ଧ ପରିସ୍ଥିତି ଯୋଗୁଁ ସେଠାରେ ଅନେକ ଓଡ଼ିଆ ଲୋକ ଅଟକି ରହିଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି । ଓଡ଼ିଆ ଲୋକମାନଙ୍କୁ ଫେରାଇ ଆଣିବା ଉପରେ ଗୁରୁତ୍ୱ ଆରୋପ କରି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଏହି ଘଟଣା ଉପରେ ଟ୍ରାକ୍ ରଖିବାକୁ ଏବଂ ଓଡ଼ିଆ ଲୋକମାନଙ୍କୁ ଫେରାଇ ଆଣିବା ପାଇଁ ବ୍ୟବସ୍ଥା କରିବାକୁ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଗତ ମାର୍ଚ୍ଚ ୨ ତାରିଖରେ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ମଧ୍ୟପ୍ରାଚ୍ୟ ଘଟଣା ସମ୍ପର୍କରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନରେ ଥିବା ଓଡ଼ିଶା ପରିବାର ନିର୍ଦ୍ଦେଶାଳୟର ସ୍ୱତନ୍ତ୍ର କର୍ତ୍ତବ୍ୟରତ ଅଧିକାରୀ (OSD) ଶ୍ରୀ ପ୍ରୀତିଶ ପଣ୍ଡାଙ୍କୁ ଏହାର ନୋଡାଲ ଅଫିସର ନିଯୁକ୍ତ କରାଯାଇଛି ।

ବର୍ତ୍ତମାନ ସୁଦ୍ଧା ଓଡ଼ିଶା ପରିବାରକୁ ମଧ୍ୟପ୍ରାଚ୍ୟ ଅଞ୍ଚଳରୁ ଓଡ଼ିଆ ଲୋକମାନଙ୍କ ପକ୍ଷରୁ ପ୍ରାୟ ୨୦୦ ଟେଲିଫୋନ ଆସିଛି। ଏବଂ ନିର୍ଦ୍ଦେଶାଳୟ ପକ୍ଷରୁ ବୈଦେଶିକ ମନ୍ତ୍ରାଳୟ ସହ ଯୋଗାଯୋଗ କରାଯାଇ ସେମାନଙ୍କ ଫେରିବା ସମ୍ପର୍କରେ ସହାୟତା କରାଯାଉଛି । ବୈଦେଶିକ ମନ୍ତ୍ରାଳୟ ପକ୍ଷରୁ ଏଥିପାଇଁ ସ୍ୱତନ୍ତ୍ର କଣ୍ଟ୍ରୋଲରୁମ୍ କରାଯାଇ ଟୋଲଫ୍ରି ନମ୍ୱର ୧୮୦୦-୧୧୮-୭୯୭ ଜାରି କରାଯାଇଛି ।

ଓଡ଼ିଶା ପରିବାର ନିର୍ଦ୍ଦେଶାଳୟ ପକ୍ଷରୁ ଦୁବାଇ, ଆବୁଧାବି ଓ ବାହାରିନରେ ଥିବା ଓଡ଼ିଆ ଆସୋସିଏସନର କର୍ମକର୍ତ୍ତାଙ୍କ ସହିତ ଆଲୋଚନା କରାଯାଇ ସେଠାକାର ବାସ୍ତବ ପରିସ୍ଥିତି ସମ୍ପର୍କରେ ତଥ୍ୟ ସଂଗ୍ରହ କରାଯାଉଛି । ସୂଚନାଯୋଗ୍ୟ ଯେ, ଦୁବାଇରେ ୩୫ ଜଣ ଓଡ଼ିଆ ପର୍ଯ୍ୟଟକ ଫସି ରହିଥିବା ବେଳେ ସେମାନଙ୍କ ମଧ୍ୟରୁ ୯ ଜଣ କେରଳର କୋଚି ଦେଇ ମାର୍ଚ୍ଚ ୭ ତାରିଖ ଦିନ ଭୁବନେଶ୍ୱର ଫେରିଛନ୍ତି । ବାକି ପର୍ଯ୍ୟଟକମାନେ ମୁମ୍ୱାଇ ଦେଇ ଏକ ସ୍ୱତନ୍ତ୍ର ଏୟାର ଇଣ୍ଡିଆ ଏକ୍ସପ୍ରେସ ଫ୍ଲାଇଟ ଜରିଆରେ ୮ ତାରିଖ ଦିନ ଭୁବନେଶ୍ୱର ଫେରିଛନ୍ତି ।

ବୈଦେଶିକ ବ୍ୟାପାର ମନ୍ତ୍ରାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ମଧ୍ୟପ୍ରାଚ୍ୟରୁ ବର୍ତ୍ତମାନ ସୁଦ୍ଧା ୬୫ ହଜାର ଭାରତୀୟ ସ୍ୱତନ୍ତ୍ର ଫ୍ଲାଇଟ ଜରିଆରେ ନିରାପଦରେ ଭାରତକୁ ଫେରି ଆସିଛନ୍ତି ।

ବୈଦେଶିକ ମନ୍ତ୍ରାଳୟ ପକ୍ଷରୁ ମଧ୍ୟପ୍ରାଚ୍ୟର ବିଭିନ୍ନ ଦେଶ ପାଇଁ ନିମ୍ନଲିଖିତମତେ ଯୋଗାଯୋଗ କରିବା ପାଇଁ ଟେଲିଫୋନ ନମ୍ୱର ଜାରି କରାଯାଇଛି ।

କଣ୍ଟ୍ରୋଲ ରୁମ୍‌ ନମ୍ୱରକୁ ସକାଳ ୯ ଟା’ରୁ ରାତି ୯ ଟା ପର୍ଯ୍ୟନ୍ତ ଫୋନ୍ କରିହେବ ।

1800118797 (Toll Free)

+91 11 2301 2113

+91 11 2301 4104

+91 11 2301 7905

  • Related Posts

    ଉଜ୍ଜୟିନୀରେ ‘ମହାକାଳ : ଦ ମାଷ୍ଟର ଅଫ୍ ଟାଇମ୍’ ଆନ୍ତର୍ଜାତୀୟ ସମ୍ମିଳନୀ ଶୁଭାରମ୍ଭରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

    ପୁରୀ, ଉଜ୍ଜୟିନୀ ଏବଂ କାଶୀ ଭାରତୀୟ ଜ୍ଞାନ ପରମ୍ପରାର ପ୍ରମୁଖ କେନ୍ଦ୍ର – ଧର୍ମେନ୍ଦ୍ର ପ୍ରଧାନମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଡା. ମୋହନ ଯାଦବ ଏବଂ ଆରଏସଏସର ଅଖିଳ ଭାରତୀୟ କାର୍ଯ୍ୟକାରିଣୀ ସଦସ୍ୟ ସୁରେଶ ସୋନୀ ଉପସ୍ଥିତ • ଜାତୀୟ ଶିକ୍ଷା ନୀତି ଆମକୁ…

    Continue reading
    ବେଳାଭୂମିରେ ମଦ ବିକିପାରିବ ଓଟିଡିସି

    ଭୁବନେଶ୍ଵର: ଅବକାରୀ ବିଭାଗର ନୂଆ ଗାଇଡଲାଇନ୍। ଟେଟ୍ରା ପ୍ୟାକରେ ମିଳିବ ମଦ। ୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ। ଏଥିରେ ୬ଟି ସୁରକ୍ଷା ଲେୟର ରହିବ। ସେପଟେ ପୁରୀ ବେଳାଭୂମିରେ ମଦ ଦୋକାନ ଖୋଲିବାକୁ ଅନୁମତି ମିଳିବ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ