ମନ୍ଦିରର ଦାନବାକ୍ସ ଭାଙ୍ଗି ଚୋରି କରିନେଲେ ଦୁର୍ବୃତ୍ତ

ଦିଗପହଣ୍ଡି: ମନ୍ଦିରର ଦାନବାକ୍ସ ଭାଙ୍ଗି ଚୋରି କରିନେଲେ ଦୁର୍ବୃତ୍ତ । ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲା ପାଟପୁର ଥାନା ଠାରୁ ମାତ୍ର ଶହେ ମିଟର ଦୂରରେ । ଶ୍ରୀ ଶନିଶ୍ଚର ମନ୍ଦିରରୁ ଗୁରୁବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ଦାନ ବାକ୍ସ ଭାଙ୍ଗି ଚୋରି କରିଥିବା ଜଣାପଡିଛି । ଶନି ମନ୍ଦିରରୁ ଚୋରି ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ପ୍ରସଙ୍ଗ ପାଲଟିଛି।ଶନି ମନ୍ଦିର ପୂଜାରୀ ଭୋର ପ୍ରାୟ ୫ ଟାରେ ପୂଜା କରିବା ପାଇଁ ଆସିଥିଲେ। ପ୍ରଥମେ ମନ୍ଦିର ଗମ୍ଭୀରା ଭିତରକୁ ଯିବା ପୂର୍ବରୁ ମୁଖ୍ୟ ଫାଟକ ଖୋଲାଥିବା ସେ ଦେଖିଥିଲେ। ଏହାପରେ ସେ ଗମ୍ଭୀରା ଭିତରକୁ ଯିବାପରେ ଫାଟକ ନିକଟରେ ଥିବା ଦାନ ବକ୍ସ ଭଙ୍ଗା ଯାଇଥିବା ଦେଖିବାକୁ ପାଇଥିଲେ। ଏନେଇ ପୂଜକ ମନ୍ଦିର ପରିଚାଳନା କମିଟି କର୍ମକର୍ତ୍ତାମାନଙ୍କୁ ଖବର ଦେଇଥିଲେ । ଖବର ପାଇ ପରିଚାଳନା କମିଟି କାର୍ଯ୍ୟକର୍ତ୍ତା ବୃନ୍ଦ ଓ ଗ୍ରାମବାସୀ ପହଞ୍ଚି ଦାନ ବାକ୍ସ ଭାଙ୍ଗି ଦୁର୍ବୃତ୍ତମାନେ ସେଥିରୁ ପ୍ରାୟ ୪ ହଜାର ଟଙ୍କା ନେଇଯାଇଥିବା ଜାଣିବାକୁ ପାଇଥିଲେ । ପରିଚାଳନା କମିଟି କାର୍ଯ୍ୟକର୍ତ୍ତା ବୃନ୍ଦ ପାଟପୁର ଥାନାକୁ ଏନେଇ ଖବର ଦେଇଥିଲେ।

ପାଟପୁର ଥାନା ପୋଲିସ ଟିମ୍ ମନ୍ଦିର ପରିସରରେ ପହଞ୍ଚି ଘଟଣାର ତଦନ୍ତ କରି ଫେରିଥିଲେ।

  • Related Posts

    ସୌମ୍ୟ ହତ୍ୟା ମାମଲା :୧୧ ଅଭିଯୁକ୍ତଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ କଲା କ୍ରାଇମବ୍ରାଞ୍ଚ

    ବାଲିଅନ୍ତାର ବହୁଚର୍ଚ୍ଚିତ ସୌମ୍ୟ ହତ୍ୟାକାଣ୍ଡ ମାମଲାରେ ବଡ଼ ଖବର । ଏହି ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ଆଜି କୋର୍ଟରେ ୧୧ ଜଣ ଅଭିଯୁକ୍ତଙ୍କ ବିରୋଧରେ ୭୬୭ ପୃଷ୍ଠାର ଏକ ବିସ୍ତୃତ ଚାର୍ଜସିଟ୍ ଦାଖଲ କରିଛି । ଦୀର୍ଘ ଦିନର ତଦନ୍ତ ପରେ…

    Continue reading
    ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍

    ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ