ମର୍ମନ୍ତୁଦ ଦୁର୍ଘଟଣା, ଦୁଇ ଭାଇ ମୃତ

ତୁରେକେଲା : ବାଇକ୍‌କୁ ଧକ୍କା ଦେଲା ପିକଅପ୍ ଭ୍ୟାନ୍। ଚାଲିଗଲା ଦୁଇ ଭାଇଙ୍କ ଜୀବନ। ବଲାଙ୍ଗୀର ଜିଲ୍ଲା ତୁରେକେଲା ଥାନା ଲର୍କୀ ଗାଁ ନିକଟରେ ଏଭଳି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ମୃତକମାନେ ବେଲପଡ଼ା ଥାନା ଭାଲୁଖାଇ ଗାଁର ରାଜକୁମାର ରାଏ ଓ ଦିଲେସ ରାଏ ବୋଲି ଜଣାପଡିଛି। ତୁରେକେଲା ପୁଲିସ ୨ ମୃତଦେହ ଉଦ୍ଧାର କରି କଣ୍ଟାବାଞ୍ଜି ଡାକ୍ତରଖାନାକୁ ପଠାଇଛି। ବେଲପଡ଼ା ଥାନା ଭାଲୁଖାଇ ଗାଁର ଦୁଇ ଭାଇ ରାଜକୁମାର ରାଏ ଓ ଦିଲେସ ରାଏ କୌଣସି କାମରେ ତୁରେକେଲା ଅଞ୍ଚଳକୁ ଆସିଥିଲେ। କାମ ସାରି ଫେରିବା ବାଟରେ ଲର୍କୀ ଗାଁ ନିକଟରେ ସେମାନଙ୍କୁ ଏକ ପିକଅପ୍ ଗାଡି ଧକ୍କା ଦେଇ ଫେରାର୍ ମାରିଥିଲା। ଘଟଣାସ୍ଥଳରେ ରାଜକୁମାରଙ୍କ ମୃତ୍ୟୁ ହୋଇଥିଲା। ଗୁରୁତର ଦିଲେସଙ୍କୁ ତୁରେକେଲା ଡାକ୍ତରଖାନାକୁ ନେବା ବାଟରେ ତାଙ୍କର ମୃତ୍ୟୁ ହୋଇଥିଲା। ତୁରେକେଲା ପୁଲିସ ୨ ମୃତଦେହ ଉଦ୍ଧାର କରି କଣ୍ଟାବାଞ୍ଜି ଡାକ୍ତରଖାନାକୁ ପଠାଇଛି। ୨ଭାଇଙ୍କ ମୃତ୍ୟୁ ପରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ଦୁର୍ଘଟଣା ଘଟାଇଥିବା ପିକଅପ୍‌ ଗାଡିକୁ ଧରିବା ପାଇଁ ମୃତକଙ୍କ ପରିବାର ଲୋକେ ଦାବି କରିଛନ୍ତି।

  • Related Posts

    ଘରେ ଫାଟିଲା ଗ୍ୟାସ ଟାଙ୍କି ; ୩ ଆହତ

    ଖଇରା : ବାଲେଶ୍ବର ଜିଲ୍ଲା ଖଇରା ବ୍ଳକ ସାରଡାଙ୍ଗ ଗ୍ରାମରେ ଗ୍ୟାସ ଟାଙ୍କି ଫାଟି ଗୋଟିଏ ପରିବାରର ୩ ଜଣ ଆହତ ହେବା ସହ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ ହୋଇ ଯାଇଛି। ସୂଚନାନୁଯାୟୀ, ମନୋରଞ୍ଜନ ପଣ୍ଡାଙ୍କ ସ୍ତ୍ରୀ ରୋଷେଇ…

    Continue reading
    ହାତୀ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ

    କଟକ: ହାତୀ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ। କଟକ ଜିଲ୍ଲା ବଡ଼ମ୍ବା ଥାନା କୁସାପାଳ ଗାଁର ନରେଶ ନାୟକଙ୍କର ମୃତ୍ୟୁ ହୋଇଛି। ତେବେ ସ୍ଥାନୀୟ ନରେଇଜାନୀ ନିକଟରେ ଥିବା ଏକ ଫାର୍ମ ହାଉସ ରେ ଗତକାଲି ରାତ୍ରିରେ ହାତୀ ପଶିଥିଲା।ହାତୀ ଘଉଡାଇବାକୁ ଯାଇଥିବା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ