ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୨ ମୃତ

ନୂଆପଡ଼ :ଟ୍ରକ ଧକ୍କାରେ ଚାଲିଗଲା ମାମୁ ଓ ଭଣଜାଙ୍କ ଜୀବନ । ନୂଆପଡ଼ା ଜାତୀୟ ରାଜପଥ ୩୫୩ କ୍ରିଷ୍ଣା ଛକ ସ୍ଥିତ ତେତେଲବନ୍ଧ ନିକଟରେ ଘଟିଛି ଦୁର୍ଘଟଣା । ମୃତକ କୋମନା ଥାନା ଖଇରଭାଡ଼ି ଗାଁର ପ୍ରେମ ମାଝୀ ଓ ଖୁଟଲୁ ମାଝୀ ବୋଲି ଜଣାପଡିଛି । ମୃତକ ପ୍ରେମ ଜଣେ ସେନା କର୍ମଚାରୀ । ଶୁକ୍ରବାର ଛୁଟିରେ ଆସିଥିବା ବେଳେ କୌଣସି କାମ ପାଇଁ କୋମନା ଯାଉଥିଲେ । ଏହି ସମୟରେ ଜାତୀୟ ରାଜପଥ ୩୫୩ କ୍ରିଷ୍ଣା ଛକ ସ୍ଥିତ ତେତେଲବନ୍ଧ ନିକଟରେ ଘଟିଲା ମର୍ମନ୍ତୁଦ ଦୁର୍ଘଟଣା । ଏକ ଟ୍ରକ ଧକ୍କାରେ ବାଇକ୍‌ରେ ଥିବା ମାମୁ-ଭଣଜା ଗୁରୁତର ହୋଇ ରାସ୍ତାରେ ପଡିଯାଇଥିଲେ । ଏହାପରେ ତାଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ତେବେ ଦୁର୍ଘଟଣା ଘଟାଇଥିବା ଘଟାଇଥିବା ଆନ୍ଧ୍ର ଟ୍ରକ ସହ ଦୁଇଜଣଙ୍କୁ ଅଟକ ରଖିଛି ତରବୋଡ଼ ଫାଣ୍ଡି ପୋଲିସ।

  • Related Posts

    ରାଜ୍ୟ ସ୍ତରୀୟ ସିଙ୍ଗଲ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି ବୈଠକ: ୩,୭୯୩ କୋଟି ଟଙ୍କାର ପୁଞ୍ଜିନିବେଶକୁ ଅନୁମୋଦନ

    ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦୂରଦର୍ଶୀ ନେତୃତ୍ୱରେ ଓଡ଼ିଶା ସରକାର ଶିଳ୍ପାୟନ ଓ ଆର୍ଥôକ ବିକାଶ କ୍ଷେତ୍ରରେ ନିରନ୍ତର ଭାବେ ଅଗ୍ରଗତି କରୁଛନ୍ତି । ଏହି ପରିପ୍ରେକ୍ଷୀରେ ଆଜି ରାଜ୍ୟ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

    Continue reading
    ଭୁବନେଶ୍ବରରେ କାଳବୈଶାଖୀ ତାଣ୍ଡବ

    ଭୁବନେଶ୍ୱର : ରାଜଧାନୀରେ କାଳବୈଖାଖୀ ତାଣ୍ଡବ । କାଳବୈଖାଖୀ ପ୍ରଭାବରେ କୁଆପଥର ବର୍ଷା ହେବା ସହ ଜୋରରେ ପବନ ହୋଇଛି। ପ୍ରାୟ ୪୦ରୁ ୫୦ କି.ମି ବେଗରେ ପବନ ହୋଇଛିa। ପବନରେ ବହୁ ଗଛ ଭାଙ୍ଗି ରାସ୍ତା ଅବରୋଧ ହୋଇଛି। ଏପରିକି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ