ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୨ ମୃତ

ସମ୍ବଲପୁର: ସମ୍ବଲପୁର ଜିଲା ବୁର୍ଲା ଥାନା ଅନ୍ତର୍ଗତ ଲଡୁଖାଇ ନିକଟରେ ଘଟିଛି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଏକ କାର ଡିଭାଇଡର ଡେଇଁ ଟ୍ରକରେ ପିଟିହେବା ଫଳରେ ୨ ଜଣଙ୍କ ମୃତ୍ୟୁ ଘଟିଛି।ସୂଚନା ଅନୁସାରେ, ୪ ଜଣ ଯୁବକ ସମ୍ୱଲପୁର ପଟୁ ଗୋଡଭଗାକୁ ଏକ କାର୍ ଯୋଗେ ଯାଉଥିବା ସମୟରେ ଲଡୁଖାଇ ନିକଟରେ ଭାରସାମ୍ୟ ହରାଇ କାରଟି ଜାତୀୟ ରାଜପଥର ଡିଭାଇଡର ଡେଇଁ ବରଗଡ଼ ପଟୁ ଆସୁଥିବା ଏକ ଟ୍ରକରେ ଧକ୍କା ହୋଇଥିଲା। ସ୍ଥାନୀୟ ଲୋକେ ଦୁର୍ଘଟଣାଗ୍ରସ୍ତ କାରରୁ ଯୁବକମାନଙ୍କୁ ଉଦ୍ଧାରକରି ଆମ୍ବୁଲାନ୍ସ ଯୋଗେ ବୁର୍ଲା ମେଡିକାଲ ପଠାଇଥିଲେ। ସେଠାରେ ଡାକ୍ତର ଦୁଇ ଜଣଙ୍କୁ ମୃତ ଘୋଷଣା କରିଥିଲେ। ଗୁରୁତର ଭାବେ ଆହତ ଅନ୍ୟ ଦୁଇ ଜଣ ବୁର୍ଲା ମେଡିକାଲରେ ଚିକିତ୍ସିତ ହେଉଛନ୍ତି।

  • Related Posts

    ସରକାର ମୁଖ୍ୟ ଭାବେ ୨୫ ବର୍ଷ ପୂରଣ କରିଛନ୍ତି ମୋଦି

    ନୂଆଦିଲ୍ଲୀ: ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ମୁଖ୍ୟ ଭାବେ ୨୫ ବର୍ଷ ପୂରଣ କରିଛନ୍ତି। ୨୦୦୧ ମସିହା ଅକ୍ଟୋବର ୭ରେ ସେ ପ୍ରଥମଥର ପାଇଁ ଗୁଜରାଟର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ। ଏହାପରେ ଦୀର୍ଘ ରାଜନୈତିକ ଯାତ୍ରା ପରେ ୨୦୧୪ରେ…

    Continue reading
    ହାଇକୋର୍ଟ ଗଲେ ବିଦ୍ୟାଭାରତୀ

    କଟକ: ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ ଆବେଦନ କରିଛନ୍ତି। ପୂର୍ବରୁ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି ନମିଳିବା ପରେ ସେ ଏହି ଆବେଦନ କରିଥିବା ଜଣାପଡ଼ିଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ