ମହାକୁମ୍ଭରେ ବୁଡ ପକାଇଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ: ପ୍ରୟାଗରାଜ ମହାକୁମ୍ଭରେ ବୁଡ ପକାଇଲେ ମହାମହିମ ରାଷ୍ଟ୍ରପତି । ପ୍ରଥମ ମହିଳା ରାଷ୍ଟ୍ରପତି ଭାବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ବୁଡ ପକାଇବା ସହ ସୂର୍ୟ୍ୟ ଦେବତାଙ୍କୁ ଅର୍ଘ୍ୟ ପ୍ରଦାନ କରିଛନ୍ତି। ପ୍ରୟାଗରାଜରେ ସ୍ଵତନ୍ତ୍ର ପୂଜାର୍ଚ୍ଚନା ସହ ୮ ଘଣ୍ଟାର କାର୍ୟ୍ୟକ୍ରମ ରହିଛି। ଅକ୍ଷୟବଟ ଓ ହନୁମାନ ଙ୍କୁ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରିଛନ୍ତି ମହାମହିମ। ଡିଜିଟାଲ ମହାକୁମ୍ଭ ଅନୁଭବ କେନ୍ଦ୍ରର ମଧ୍ୟ ଅବଲୋକନ କରିବେ। ତେବେ ରାଷ୍ଟ୍ରପତିଙ୍କ ଗସ୍ତକୁ ଆଖି ଆଗରେ ରଖି ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ଏହି ସମୟରେ ରାଷ୍ଟ୍ରପତିଙ୍କ ସହ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମଧ୍ୟ ଉପସ୍ଥିତ ଥିଲେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପୂର୍ବରୁ ଦେଶର ପ୍ରଥମ ରାଷ୍ଟ୍ରପତି ଡ.ରାଜେନ୍ଦ୍ର ପ୍ରସାଦ ମଧ୍ୟ କୁମ୍ଭରେ ବୁଡ ପକାଇଥିଲେ।

  • Related Posts

    ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପୁଅକୁ ଆଜୀବନ କାରାଦଣ୍ଡ

    ନୂଆଦିଲ୍ଲୀ: ଛତିଶଗଡ଼ର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପୁଅ ଅମିତ ଯୋଗୀକୁ ଆଜୀବନ ସଜ୍ଜା ଶୁଣାଇଛନ୍ତି ହାଇକୋର୍ଟ । ପୂର୍ବତନ ସିଏମ୍ ଅଜିତ ଯୋଗୀଙ୍କ ପୁଅ ତଥା ପୂର୍ବ ବିଧାୟକ ଅମିତ ଯୋଗୀ । ୨୦୦୩ ଏକ ହତ୍ୟା ମାମଲାରେ ଆଜୀବନ ଶୁଣାଇଛନ୍ତି ହାଇକୋର୍ଟ…

    Continue reading
    ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣ, ଜଣେ ଯବାନ୍‌ ଆହତ

    ଝାଡ଼ଖଣ୍ଡ: ପଡୋଶୀ ଝାଡ଼ଖଣ୍ଡର ଚାଇବାସା ଅଞ୍ଚଳର ସରଣ୍ଡା ଜଙ୍ଗଲରେ ଆଜି ସକାଳେ ଏକ ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ କୋବ୍ରା ବାଟାଲିଅନ୍‌ର ଜଣେ ଯବାନ୍‌ ଆହତ ହୋଇଛନ୍ତି । ଆହତ ଯବାନ୍‌ଙ୍କୁ ଚିକିତ୍ସା ପାଇଁ ଏୟାର୍‌ଲିଫ୍ଟ କରାଯାଇ ରାଞ୍ଚି ନିଆଯିବ ବୋଲି ସୂଚନା ମିଳିଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ