ମହାକୁମ୍ଭରେ ବୁଡ଼ ପକାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଅପରାହ୍ଣରେ ମହାକୁମ୍ଭରେ ଶ୍ରଦ୍ଧାର ବୁଡ଼ ପକାଇଛନ୍ତି। ଏଥି ସହିତ ତାଙ୍କର ପରିବାର ଲୋକେ ମଧ୍ୟ ମହାକୁମ୍ଭରେ ବୁଡ଼ ପକାଇଛନ୍ତି। ଏହି ଅବସରରେ ଶ୍ରୀ ମାଝୀ ତ୍ରିବେଣୀ ସଂଗମରେ ଗଂଗା ଆରତୀ କରିଛନ୍ତି। ଶ୍ରୀ ମାଝୀ ୩ଦିନିଆ ଉତ୍ତର ପ୍ରଦେଶ ଗସ୍ତର ପ୍ରଥମ ଦିନରେ ଏହି ଆଧ୍ୟାତ୍ମିକ କାର୍ୟ୍ୟରେ ଯୋଗ ଦେଇଛନ୍ତି।
ସଂଗମରେ ବୁଡ଼ ପକାଇବା ସହିତ ମୁଖ୍ୟମନ୍ତ୍ରୀ ଗଣମାଧ୍ୟମର ପ୍ରତିନିଧିଙ୍କୁ କହିଛନ୍ତି, ଏଠାରେ ଉପସ୍ଥିତ ରହି ମୁଁ ନିଜକୁ ଭାଗ୍ୟବାନ ମନେ କରୁଛି। ପବିତ୍ର ସଂଗମରେ ବୁଡ଼ ପକାଇଛି ଏବଂ ପ୍ରାର୍ଥନା କରିଛି। ଓଡ଼ିଶା ତଥା ଦେଶର କଲ୍ୟାଣ ପାଇଁ ମା’ ଗଙ୍ଗା, ମା’ ଯୁମୁନା ଓ ମା’ ସରସ୍ବତୀଙ୍କ ନିକଟରେ ପ୍ରାର୍ଥନା କରି ଆଶୀର୍ବାଦ ମାଗିଛି। ମହାକୁମ୍ଭ ମେଳା ପାଇଁ ଉତ୍ତର ପ୍ରଦେଶ ସରକାର ଭଲ ବ୍ୟବସ୍ଥା କରିଛନ୍ତି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଓ ତାଙ୍କର ଟିମ୍‌ ଶ୍ରଦ୍ଧାଳୁଙ୍କ ପାଇଁ ଆବଶ୍ୟକ ପଦକ୍ଷେପ ନେଇଛନ୍ତି।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ