ମହାନଦୀ ଜଳ ବିବାଦ: ୨୦ରେ ପରବର୍ତ୍ତୀ ଶୁଣାଣି

ଭୁବନେଶ୍ବର: ମହାନଦୀ ପାଣିକୁ ନେଇ ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ ଚାଲିଥିବା ବିବାଦର ସମାଧାନ ପାଇଁ କେନ୍ଦ୍ର ଜଳ ଶକ୍ତି ମନ୍ତ୍ରଣାଳୟ ମହାନଦୀ ଜଳ ବିବାଦ ଟ୍ରିବ୍ୟୁନାଲ ଗଠନ କରିଥିଲେ। ମାର୍ଚ୍ଚ ୧୨, ୨୦୧୮ରେ ଏହି ଟ୍ରିବ୍ୟୁନାଲ ଗଠନ ହୋଇଥିଲେ ହେଁ ୮ ବର୍ଷ ମଧ୍ୟରେ ବିଭିନ୍ନ ସମସ୍ୟା ଯୋଗୁ ଏ ପର୍ଯ୍ୟନ୍ତ ଜଳବିବାଦର ସମାଧାନ ହୋଇପାରିନି। ଆସନ୍ତା ଏପ୍ରିଲ ୧୩ ତାରିଖରେ ଟ୍ରିବ୍ୟୁନାଲର ଅବଧି ଶେଷ ହେବାକୁ ଥିବାବେଳେ ମହାନଦୀ ଜଳ ବିବାଦର ସମାଧାନ ପାଇଁ ଟ୍ରିବ୍ୟୁନାଲ ଜଳ ଶକ୍ତି ମନ୍ତ୍ରଣାଳୟକୁ ଅଧିକ ସମୟ ମାଗିଥିଲେ। ଏହା ଉପରେ ବିଚାର କରି ମନ୍ତ୍ରଣାଳୟ ଟ୍ରିବ୍ୟୁନାଲର ଅବଧି ଆଉ ୯ ମାସ ଅର୍ଥାତ୍ ଜାନୁଆରି ୧୩, ୨୦୨୭ ପର୍ଯ୍ୟନ୍ତ ବଢ଼ାଇଛନ୍ତି। ଯଦି ଏହା ପୂର୍ବରୁ ଟ୍ରିବ୍ୟୁନାଲ ତାଙ୍କ ରିପୋର୍ଟ ପ୍ରଦାନ କରନ୍ତି ତେବେ ସେହି ଅବଧି ପର୍ଯ୍ୟନ୍ତ ଟ୍ରିବ୍ୟୁନାଲ କାର୍ଯ୍ୟକ୍ଷମ ହେବ ବୋଲି ଜଳଶକ୍ତି ମନ୍ତ୍ରଣାଳୟ ପକ୍ଷରୁ ଗେଜେଟ୍ ବିଜ୍ଞପ୍ତି ପ୍ରକାଶ ପାଇଛି।
ଏ ନେଇ ଆଡଭୋକେଟ୍ ଜେନେରାଲ ପିତାମ୍ବର ଆଚାର୍ଯ୍ୟ ସୂଚନା ଦେଇଛନ୍ତି। ଏହାସହ କହିଛନ୍ତି ଯେ ଆସନ୍ତା ୨୦ ତାରିଖରେ ଟ୍ରିବ୍ୟୁନାଲରେ ପରବର୍ତ୍ତୀ ଶୁଣାଣି ହେବ। ସେହିପରି କ୍ଷେତ୍ର ପରିଦର୍ଶନ ରିପୋର୍ଟ ଅନ୍ତର୍ଭୁକ୍ତ କରିବାକୁ ଟ୍ରିବ୍ୟୁନାଲ ନିର୍ଦ୍ଦେଶ ଦେଇଛନ୍ତି। ଶ୍ରୀ ଆଚାର୍ଯ୍ୟ କହିଛନ୍ତି ଯେ ମହାନଦୀ ବିବାଦକୁ ନେଇ ଓଡ଼ିଶା-ଛତିଶଗଡ଼ ମଧ୍ୟରେ ଅନେକ ଅଗ୍ରଗତି ଘଟିଛି। ୨ ରାଜ୍ୟର ବୈଷୟିକ ଟିମ୍ ପାଖାପାଖି ୧୩ଟି ବୈଠକ କରି ସାରିଛନ୍ତି। ମୁଖ୍ୟ ସଚିବ ଓ ସଚିବସ୍ତରୀୟ ବୈଠକରେ ଅନେକ ବିବାଦୀୟ ପ୍ରସଙ୍ଗରେ ସହମତି ହୋଇଛି। ଆପୋସ ମିଳାମିଶା ପାଇଁ ହୋଇଥିବା ଆଲୋଚନାରେ ଟ୍ରିବ୍ୟୁନାଲ ସନ୍ତୁଷ୍ଟ ଅଛନ୍ତି। ଆଗକୁ କେନ୍ଦ୍ର ସରକାରଙ୍କ ମଧ୍ୟସ୍ଥତାରେ ଛତିଶଗଡ଼ ଓ ଓଡ଼ିଶା ମୁଖ୍ୟମନ୍ତ୍ରୀ ଆଲୋଚନା କରିବେ। ମହାନଦୀ ପ୍ରସଙ୍ଗରେ ଏବେ ସୁଦ୍ଧା ଯଥେଷ୍ଟ ପ୍ରଗତି ହୋଇଛି ଏବଂ ଖୁବଶୀଘ୍ର ସମାଧାନ ହେବ।

  • Related Posts

    ଛାତ୍ରୀଙ୍କୁ ନିର୍ୟାତନା: ପଦରୁ ହଟିଲେ ଓଡ଼ିଆ ବିଭାଗ ଏଚ୍‌ଓଡି

    ବାଲେଶ୍ୱର: ଜଣେ ଛାତ୍ରୀଙ୍କୁ ନିର୍ୟାତନା ଦେବା ଅଭିଯୋଗରେ ଫକୀର ମୋହନ ସ୍ୱୟଂଶାସିତ କଲେଜର ଓଡ଼ିଆ ବିଭାଗର ବିଭାଗୀୟ ମୁଖ୍ୟ (ଏଚ୍‌ଓଡି) ତଥା ଆସିଷ୍ଟାଣ୍ଟ ପ୍ରଫେସର ଡ. ସନ୍ତୋଷ କୁମାର ନାୟକଙ୍କୁ ତାଙ୍କ ପଦରୁ ହଟାଇ ଦିଆଯାଇଛି।ଏହି ମାମଲାକୁ କଲେଜର ଆଭ୍ୟନ୍ତରୀଣ ଅଭିଯୋଗ…

    Continue reading
    ଝାଡ଼ାବାନ୍ତିରେ ଛାତ୍ରୀଙ୍କ ମୃତ୍ୟୁ, ପ୍ରଧାନଶିକ୍ଷକ ନିଲମ୍ବିତ

    ରାସଗୋବିନ୍ଦପୁର: ଦୁଇ ଦିନ ତଳେ ସକାଳେ ପଖାଳ ଭାତ ଓ ଆଳୁ ଚଟଣୀ ଖାଇବା ପରେ ଝାଡ଼ାବାନ୍ତି ହେବାରୁ ମୟୂରଭଞ୍ଜ ଜିଲ୍ଲା ରାସଗୋବିନ୍ଦପୁର ବ୍ଲକ୍‌ କାକବନ୍ଧ ଆଶ୍ରମ ସ୍କୁଲ ହଷ୍ଟେଲର ପ୍ରାୟ ୧୫୦ରୁ ଅଧିକ ଛାତ୍ରଛାତ୍ରୀ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ବେଳେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ