ମହିଳା ଦୃଷ୍ଟିବାଧିତ ଟି 20 ବିଶ୍ୱକପ୍ 2025ର ଓଡ଼ିଶା ଖେଳାଳିଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

୪ ଜଣ ଖେଳାଳୀଙ୍କୁ ୧୧ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ପ୍ରଦାନ

ଭୁବନେଶ୍ୱର: ଶ୍ରୀଲଙ୍କାର କଲମ୍ବୋ ଠାରେ ଆୟୋଜିତ ପ୍ରଥମ ଦୃଷ୍ଟିହୀନ ମହିଳା ଟି-20 ବିଶ୍ୱକପ୍ ରେ ଭାରତୀୟ ମହିଳା ଦୃଷ୍ଟିବାଧିତ କ୍ରିକେଟ୍ ଦଳ ଏକ ରୋମାଞ୍ଚକର ଫାଇନାଲରେ ନେପାଳକୁ ପରାସ୍ତ କରି ଇତିହାସ ସୃଷ୍ଟି କରିଛି। ଏହି ବିଶ୍ଵକପ ଦଳରେ ଓଡ଼ିଶାରୁ ୪ ଜଣ- ବାଲେଶ୍ୱରର ଫୁଲ ସୋରେନ, ମୟୂରଭଞ୍ଜର ପାର୍ବତୀ ମାର୍ଣ୍ଡି, ଯମୁନାରାଣୀ ଟୁଡୁ ଏବଂ ବାସନ୍ତୀ ହାଁସଦା ପ୍ରତିନିଧିତ୍ବ କରିଥିଲେ। ଆଜି ସେଠାରୁ ଫେରିବା ପରେ, ବିଶ୍ୱ ଚାମ୍ପିଅନମାନଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜ ବାସଭବନ ଠାରେ ଅଭିନନ୍ଦନ ଜଣାଇବା ସହିତ ସମ୍ବର୍ଦ୍ଧିତ କରିଥିଲେ । ଏଥି ସହିତ ପ୍ରତ୍ୟେକ ଖେଳାଳୀଙ୍କୁ ମୁଖ୍ୟମନ୍ତ୍ରୀ, ପୁରସ୍କାର ସ୍ୱରୂପ ୧୧ ଲକ୍ଷ ଟଙ୍କା ଲେଖାଏଁ ଅର୍ଥ ରାଶି ଚେକ୍ ଆକାରରେ ପ୍ରଦାନ କରିଥିଲେ।

ମୁଖ୍ୟମନ୍ତ୍ରୀ ଖେଳାଳୀମାନଙ୍କର ଦୃଢ଼ ନିଷ୍ଠା ଓ ଉଲ୍ଲେଖନୀୟ ପ୍ରଦର୍ଶନକୁ ପ୍ରଶଂସା କରି ନିଜର ନିଷ୍ଠା ଓ ଅଧ୍ୟବସାୟ ବଳରେ ଖେଳରେ ଉତ୍କର୍ଷ ପ୍ରଦର୍ଶନ କରି ଆପଣମାନେ, ଦେଶ ଓ ରାଜ୍ୟ ପାଇଁ ଯଶ ଆଣିଛନ୍ତି ବୋଲି କହିଥିଲେ। ପ୍ରତ୍ୟେକ ଓଡିଆଙ୍କ ପାଇଁ ଆପଣମାନେ ପ୍ରେରଣା ହୋଇଛନ୍ତି ବୋଲି ମତ ଦେଇ ଆତ୍ମବିଶ୍ୱାସର ସହ ଏହି ବିଜୟ ଯାତ୍ରା ଜାରି ରଖିବାକୁ ସେ ଖେଳାଳୀମାନଙ୍କୁ ଉପଦେଶ ଦେଇଥିଲେ।

ଏହି ଅବସରରେ କ୍ରୀଡା ଓ ଯୁବସେବା ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ, କ୍ରୀଡା ଓ ଯୁବସେବା ବିଭାଗର କମିଶନର ତଥା ଶାସନ ସଚିବ ସଚିନ ରାମଚନ୍ଦ୍ର ଜାଧବ, ନିର୍ଦ୍ଦେଶକ ଡକ୍ଟର ୟେଦୁଲା ବିଜୟ, ଦଳର କୋଚ ଦେବାଶିଷ ଜେନା ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

  • Related Posts

    ଆଇପିଏଲ: ଆଜି ଦିଲ୍ଲୀ-ଲକ୍ଷ୍ନୌ ମୁହାଁମୁହିଁ

    ଆଜି ଆଇପିଏଲ ୨୦୨୬ର ପଞ୍ଚମ ମ୍ୟାଚ ଖେଳାଯିବ । ରିଷଭ ପନ୍ତଙ୍କ ନେତୃତ୍ୱରେ ଲକ୍ଷ୍ନୌ ଦଳ ଘରୋଇ ଗ୍ରାଉଣ୍ଡ୍‌ରେ ଦିଲ୍ଲୀକୁ ଭେଟିବ । ଉଭୟ ଦଳ ବିଜୟ ସହ ଅଭିଯାନ ଆରମ୍ଭ କରିବାକୁ ଲକ୍ଷ୍ୟ ରଖିଥିବାରୁ ଆଜି ଏକ ସଂଘର୍ଷପୂର୍ଣ୍ଣ ମୁକାବିଲା…

    Continue reading
    ବାଂଲାଦେଶରେ ଆଇପିଏଲ୍‌ ପ୍ରସାରଣ ବନ୍ଦ

    ନୂଆଦିଲ୍ଲୀ: ବାଂଲାଦେଶରେ ଚଳିତ ଆଇପିଏଲ୍‌ର ଟିଭି ପ୍ରସାରଣ ହେବନାହିଁ। ବାଂଲାଦେଶରେ ଟିସ୍ପୋର୍ଟସ ଚ୍ୟାନେଲ ଆଇପିଏଲ୍‌ ମ୍ୟାଚ୍‌ର ପ୍ରସାରଣ କରିବାର ଥିଲା। ହେଲେ ବକେୟା ଅର୍ଥ ଦେଇ ନଥିବାରୁ ଟିସ୍ପୋର୍ଟସ ସହ ଆଇପିଏଲ୍‌ର ପ୍ରସାରଣ ଅଧିକାର ପାଇଥିବା ଜିଓଷ୍ଟାର୍ ଚୁକ୍ତି ବାତିଲ କରିଦେଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ