ରାଜନଗର,07।09: କେନ୍ଦ୍ରାପଡ଼ା ଜିଲା ରାଜନଗର ଥାନା ଅନ୍ତର୍ଗତ ରାଜପୁର ପଞ୍ଚାୟତର ମହିଳା ସରପଞ୍ଚ ରାଣୀ ମଞ୍ଜରୀ ସେଠୀଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି। ଏ ନେଇ ସରପଞ୍ଚଙ୍କ ପକ୍ଷରୁ ଥାନାରେ ଏତଲା ଦିଆଯିବା ପରେ ପୁଲିସ ତଦନ୍ତ ଚଳାଇଛି। ସୂଚନା ଅନୁସାରେ, ମହିଳା ସରପଞ୍ଚ ଘରେ ଥିବାବେଳେ କେତେଜଣ ଦୁର୍ବୃତ୍ତ ତାଙ୍କ ଘରେ ପଶି ମରଣାନ୍ତକ ଆକ୍ରମଣ କରିଥିଲେ। ସରପଞ୍ଚଙ୍କ ସ୍ଵାମୀ ସେମାନଙ୍କୁ ବିରୋଧ କରିବାରୁ ଦୁର୍ବୃତ୍ତମାନେ ତାଙ୍କୁ ବି ପ୍ରବଳ ମାଡ଼ ମାରିଥିଲେ ବୋଲି ଅଭିଯୋଗରେ ଦର୍ଶାଯାଇଛି। ତେବେ କ’ଣ ପାଇଁ ଆକ୍ରମଣ କରାଯାଇଛି ତାହା ଜଣାପଡ଼ିନାହିଁ।
କୌଣସି ବି ଶିଶୁ ଶିକ୍ଷାରୁ ବଞ୍ଚିତ ହେବେ ନାହିଁ- ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର :ସାହିଗଳିରେ ବିଦ୍ୟା ଆରମ୍ଭ ପର୍ବକୁ ଉତ୍ସବ ଭାବେ ପାଳନ କରାଯାଉଛି। ଏହାଦ୍ୱାରା ପିଲାଙ୍କ ନାମଲେଖା ପାଇଁ ବାପା ମା’ମାନେ ଉତ୍ସାହିତ ହେଉଛନ୍ତି। ଆଜି ରାଜ୍ୟ ସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡିଛୁଆଁ କାର୍ଯ୍ୟକ୍ରମ-୨୦୨୬ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ…




