ଗଳା କାଟି ମହିଳାଙ୍କୁ ରାସ୍ତା ପାର୍ଶ୍ୱରେ ଫିଙ୍ଗିଦେଲେ! ଏପରି ବୀଭତ୍ସ ହତ୍ୟାକାଣ୍ଡ ନୟାଗଡ଼ ଜିଲ୍ଲା ବାଣୀଗୋଚ୍ଛା ଥାନା ଅଞ୍ଚଳରେ ଘଟିଛି। ଏନେଇ ଅଭିଯୋଗ ହେବା ପରେ ପୁଲିସ୍ ମୃତଦେହ ଜବତ କରି ମହିଳାଙ୍କ ପରିଚୟ ଖୋଜୁଛି ।
ବାଣୀଗୋଚ୍ଛା ଥାନା କୁଜାମେଣ୍ଡି ପଞ୍ଚାୟତ ଗଙ୍ଗାଡିହ ଗାଁ ପାର୍ଶ୍ୱ ଜଙ୍ଗଲୀ ରାସ୍ତାରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଜଣେ ମହିଳାଙ୍କ ମୃତଦେହ ପଡ଼ିଥିଲା। ତାଙ୍କ ବେକ କାଟି ଦିଆଯାଇଥିଲା। ତାଙ୍କ ବୟସ ପ୍ରାୟ ୪୫ ବର୍ଷ ହେବ। ଆଜି ପୂର୍ବାହ୍ନ ପ୍ରାୟ ୧୧ଟା ବେଳେ ଗାଁ ଲୋକେ ଦେଖି ସରପଞ୍ଚଙ୍କୁ ଜଣାଇଥିଲେ। ସରପଞ୍ଚ ଏନେଇ ଥାନାକୁ ଖବର ଦେଇଥିଲେ। ସାଇଣ୍ଟିଫିକ୍ ଓ ସନ୍ଧାନୀ କୁକୁର ସହାୟତାରେ ପୁଲିସ୍ ଘଟଣାର ତଦନ୍ତ ଚଳାଇଛି। ମହିଳାଙ୍କ ପରିଚୟ ଜାଣିବା ପାଇଁ ଆଖପାଖ ଗାଁ ଲୋକଙ୍କୁ ପଚରାଉଚରା କରୁଛି। ହେଲେ ମହିଳାଙ୍କ ପରିଚୟ ଜଣାପଡ଼ିନାହିଁ।
ପୁଲିସ୍ ଅପରାହ୍ନରେ ମହିଳାଙ୍କ ମୃତଦେହ ଜବତ ବ୍ୟବଚ୍ଛେଦ ପାଇଁ ପଠାଇ ଦେଇଛି। କିଏ, କାହିଁକି ଓ କେଉଁ ଉଦ୍ଦେଶ୍ୟରେ ମହିଳାଙ୍କୁ ହତ୍ୟା କଲା, ତାହା ଜଣାପଡ଼ି ନାହିଁ। ମହିଳାଙ୍କ ପରିଚୟ ଜଣାପଡ଼ୁନଥିବାରୁ ପୁଲିସ ପାଇଁ ଚିନ୍ତାର କାରଣ ପାଲଟିଛି। ତଥାପି ବିଭିନ୍ନ ଦିଗରୁ ପୁଲିସ୍ ତଦନ୍ତ ଚଳାଇଛି।
ଉଜ୍ଜୟିନୀରେ ‘ମହାକାଳ : ଦ ମାଷ୍ଟର ଅଫ୍ ଟାଇମ୍’ ଆନ୍ତର୍ଜାତୀୟ ସମ୍ମିଳନୀ ଶୁଭାରମ୍ଭରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ପୁରୀ, ଉଜ୍ଜୟିନୀ ଏବଂ କାଶୀ ଭାରତୀୟ ଜ୍ଞାନ ପରମ୍ପରାର ପ୍ରମୁଖ କେନ୍ଦ୍ର – ଧର୍ମେନ୍ଦ୍ର ପ୍ରଧାନମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଡା. ମୋହନ ଯାଦବ ଏବଂ ଆରଏସଏସର ଅଖିଳ ଭାରତୀୟ କାର୍ଯ୍ୟକାରିଣୀ ସଦସ୍ୟ ସୁରେଶ ସୋନୀ ଉପସ୍ଥିତ • ଜାତୀୟ ଶିକ୍ଷା ନୀତି ଆମକୁ…



