ମା’-ଝିଅଙ୍କ ଉପରେ ଚଢିଗଲା ଟ୍ରକ୍

ବଲାଙ୍ଗୀର: ବଲାଙ୍ଗିର ସହର ଭିତରେ ମର୍ମନ୍ତୁଦ ଦୁର୍ଘଟଣା। ୨୬ ନମ୍ବର ଜାତୀୟ ରାଜପଥରେ ମା’-ଝିଅଙ୍କ ଉପରେ ଚଢିଗଲା ଟ୍ରକ୍। ଗାନ୍ଧୀନଗର ପଡା ବଜାଜ ସୋରୁମ ନିକଟରେ ଏହି ଦୁର୍ଘଟଣା ହୋଇଛି। ଟ୍ରକ୍ ଡ୍ରାଇଭର୍ ଫେରାର୍ ହୋଇଯାଇଛି। ଖବର ପାଇ ଘଟଣାସ୍ଥଳରେ ପୁଲିସ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ତଦନ୍ତ ଆରମ୍ଭ କରିଛି।

ସୂଚନାନୁଯାୟୀ, ମଙ୍ଗଳବାର ସକାଳୁ ବଲାଙ୍ଗୀର ସହରର ଦୁଇ ଜଣ ମା’ ଓ ଝିଅ ସ୍କୁଟି ଯୋଗେ ଯାଉଥିଲେ। ଗାନ୍ଧୀନଗର ପଡା ନିକଟରେ ସେମାନଙ୍କୁ ଏକ ଟ୍ରକ୍ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ମା’ ଓ ଝିଅଙ୍କର ମୃତ୍ୟୁ ହୋଇଛି। ଖବର ପାଇ ଘଟଣାସ୍ଥଳରେ ପୁଲିସ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ତଦନ୍ତ ଆରମ୍ଭ କରିଛି। ସେପଟେ ଟ୍ରେକ୍ ଡ୍ରାଇଭର୍ ଦୁର୍ଘଟଣା ଘଟାଇ ଚମ୍ପଟ ମାରିଛି। ଏକ ନର୍ସିଂ ହୋମରେ କାମ କରୁଥିବା ମା’କୁ ସ୍କୁଟି ଯୋଗେ ଝିଅ ଛାଡ଼ିବାକୁ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିବା କୁହାଯାଉଛି।

  • Related Posts

    ‘ଡବଲ୍ ଇଞ୍ଜିନ’ ସରକାରର ମିଳିତ ପ୍ରୟାସରେ ଓଡ଼ିଶାର ପ୍ରଗତି ଶିଖର ଛୁଇଁଛି :ମୁଖ୍ୟମନ୍ତ୍ରୀ

    ଆଜିର ଏହି ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ତଥା ମହତ୍ତ୍ୱପୂର୍ଣ୍ଣ ପ୍ରେସ୍ ସମ୍ମିଳନୀରେ ମୁଁ ଆପଣ ସମସ୍ତଙ୍କୁ ଆନ୍ତରିକ ସ୍ୱାଗତ ଓ ହାର୍ଦ୍ଦିକ ଅଭିନନ୍ଦନ ଜଣାଉଛି। ଜୁନ୍ ୯ ତାରିଖ ହେଉଛି ଆମ ଦେଶର ଗଣତାନ୍ତ୍ରିକ ଇତିହାସରେ ଏକ ସ୍ୱର୍ଣ୍ଣିମ, ଯୁଗାନ୍ତକାରୀ ତଥା ଅଭୂତପୂର୍ବ…

    Continue reading
    ‘ଦୀଘା ଜଗନ୍ନାଥ ଧାମ’ରୁ ହଟିବ ‘ଧାମ’ ଶବ୍ଦ:ଶୁଭେନ୍ଦୁ ଅଧିକାରୀ

    ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ଘୋଷଣା। ‘ଦୀଘା ଜଗନ୍ନାଥ ଧାମ’ରୁ ହଟିବ ‘ଧାମ’ ଶବ୍ଦ। ଦୀଘା ଜଗନ୍ନାଥ ଧାମ ବଦଳରେ ହେବ ଦୀଘା ଜଗନ୍ନାଥ ସାଂସ୍କୃତିକ କେନ୍ଦ୍ର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଚିଠି ପାଇବା ପରେ ଶୁଭେନ୍ଦୁ ଅଧିକାରୀଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ