ମା’ ସମଲେଶ୍ଵରୀଙ୍କ ପୀଠରେ ଲାଗି ହେଲା ନବାନ୍ନ

ଭୁବନେଶ୍ବର,28/08: କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ପାଇଁ ସାରା ପଶ୍ଚିମଓଡ଼ିଶା ଚଳଚଞ୍ଚଳ ହୋଇପଡ଼ିଛି। ଏହି ଅବସରରେ ଗୁରୁବାର ମା’ ସମଲେଶ୍ଵରୀଙ୍କ ନିକଟରେ ଲାଗି ହୋଇଛି ନବାନ୍ନ। ପୂର୍ବ ନିର୍ଦ୍ଧାରିତ ସମୟ ଅନୁସାରେ ସକାଳ ୧୦ଟା ୩୩ରୁ ୧୦ଟା ୫୫ ମଧ୍ୟରେ ନବାନ୍ନ ଲାଗି କରାଯାଇଛି। ଏଥିପାଇଁ ମୁଖ୍ୟ ପୂଜକ ଅମ୍ବିକା ରାଏଙ୍କ ଘରୁ ନବାନ୍ନ ଅଣାଯାଇଥିଲା। ସେହିପରି ବଲାଙ୍ଗୀରରେ ଇଷ୍ଟଦେବୀ ପାଟଣେଶ୍ଵରୀଙ୍କ ନିକଟରେ ବି ନବାନ୍ନ ଲାଗି ହୋଇଛି। ନୂଆଖାଇ ପାଇଁ ସମଲେଶ୍ଵରୀ ପୀଠ ଉତ୍ସବମୁଖର ହୋଇପଡ଼ିଛି। ଘଣ୍ଟବାଦ୍ୟରେ ଦୁଲୁକୁଛି ମା’ଙ୍କ ପୀଠ। ଘରେ ଘରେ ପିଠାପଣାର ଆସର ଜମିଛି। ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ। ମା’ ମାଟି ଓ ଇଷ୍ଟ ଦେବୀଙ୍କୁ ପୂଜା କରିବାର ପର୍ବ ହେଉଛି ନୂଆଖାଇ । ଚାଷୀ ତାର ପ୍ରଥମ ଫସଲକୁ ଇଷ୍ଟ ଦେବୀଙ୍କ ପାଖରେ ଲାଗି କରିବା ପରେ ସପରିବାରଙ୍କ ସହ ଏକାଠି ନୂଆ ଖାଇଥାନ୍ତି । ଏହା ହେଉଛି ନୂଆଖାଇ ପର୍ବର ସ୍ୱତନ୍ତ୍ର ପରମ୍ପରା । ବନ୍ଧୁ ବାନ୍ଧବ ସମସ୍ତେ ରାଗ ରୋଷ, ମାନ ଅଭିମାନ ଭୁଲି ପରିବାର ସାରା ଏକାଠି ବସି ନବାନ୍ନ ଭକ୍ଷଣ କରନ୍ତି।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ