ମାଆ ହେଲା ବାଘୁଣୀ ମୌସୁମୀ

ବାରଙ୍ଗ : ନନ୍ଦନକାନନ ପ୍ରାଣୀ ଉଦ୍ୟାନ ପାଇଁ ଖୁସିର ଖବର । ୨ୟ ଥର ପାଇଁ ମାଆ ହେଲା ବାଘୁଣୀ ମୌସୁମୀ । ଦୁଇଟି ଶାବକକୁ ଜନ୍ମ ଦେଇଛି ବାଘୁଣୀ ମୌସୁମୀ । ଯାହାକୁ ମିଶାଇ ନନ୍ଦନକାନନରେ ବାଘ ସଂଖ୍ୟା ୨୯କୁ ବୃଦ୍ଧି ପାଇଛି । ନନ୍ଦନକାନନର ୨୦ ନଂ ଖୁଆଡ଼ରେ ଶନିବାର ବିଳମ୍ବିତ ରାତି ଦୁଇ ଘଣ୍ଟା ଅନ୍ତରରେ ୨ଟି ଶାବକ ଜନ୍ମ ଦେଇଥିଲା। ଖୁଆଡରେ ଲାଗିଥିବା ସିସିଟିଭି ମାଧ୍ୟମରେ ତା’ ଉପରେ ନଜର ରଖାଯାଇଛି। ବାଘୁଣୀ ମୌସୁମୀ ଛୁଆମାନଙ୍କର ଯତ୍ନ ନେବା ସହିତ କ୍ଷୀର ପାନ କରୁଥିବା ଦେଖିବାକୁ ମିଳିଛି। ନନ୍ଦନକାନନରେ ବାଘ ସଂଖ୍ୟା ୨୯କୁ ବୃଦ୍ଧି ପାଇଥିବା ସୂଚନା ମିଳିଛି।
ମହାବଳ ବାଘ ରାଜେଶ ସହିତ ମୌସୁମୀର ମିଳନ କରାଯାଇଥିଲା। ୩୦ ଜୁଲାଇ ୨୦୨୪ରେ ମୌସୁମୀ ପ୍ରଥମ ଥର ମାଆ ହୋଇଥିଲା। ତିନୋଟି ଶାବକ ଜନ୍ମ ଦେଇଥିଲା। ତେବେ ସେମାନଙ୍କର ଠିକ ଭାବରେ ଯତ୍ନ ନେଇ ନପାରିବାରୁ ସମସ୍ତଙ୍କର ମୃତ୍ୟୁ ହୋଇଥିଲା। ଶନିବାର ପୁଣି ଧଳା ବାଘୁଣୀ ମୌସୁମୀ ଦ୍ବିତୀୟ ଥର ମାଆ ହୋଇଛି। ଦୁଇଟି ଶବକ ସୁସ୍ଥ ଥିବା ଜଣାପଡିଛି। ନନ୍ଦନକାନନ କର୍ତ୍ତୃପକ୍ଷ ସିସିଟିଭି ନଜର ରଖିଛନ୍ତି।ଉଲ୍ଲେଖଯୋଗ୍ୟ ଯେ, ଧଳା ବାଘୁଣୀ ସେହ୍ନା ଓ ମହାବଳ ବାଘ ମନୀସର ମିଳନରୁ ୨୦୧୬ ମସିହା ଅଗଷ୍ଟ ମାସ ୫ ତାରିଖରେ ଧଳା ବାଘୁଣୀ ମୌସୁମୀ ଜନ୍ମ ହୋଇଥିଲା।

  • Related Posts

    କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

    ନୂଆଦିଲ୍ଲୀ | ଭୁବନେଶ୍ୱର, ୮ ଅକ୍ଟୋବର ୨୦୨୬: ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଭାରତ ସରକାରଙ୍କ ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ନୂଆଦିଲ୍ଲୀଠାରେ ଆୟୋଜିତ ଦୁଇଦିନିଆ ବିଭାଗୀୟ ସମ୍ମିଳନୀରେ…

    Continue reading
    ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି

    ଅବଢ଼ା ଯୋଜନାରେ ଜଗନ୍ନାଥବଲ୍ଲଭ ତୀର୍ଥଯାତ୍ରୀ କେନ୍ଦ୍ର, ମାର୍କେଟ କମ୍ପ୍ଲେକ୍ସ, ଶ୍ରୀସେତୁ ତଥା ମୁସା ନଦୀର ସଂପ୍ରସାରଣ ପ୍ରକଳ୍ପ ପ୍ରକଳ୍ପ ପାଇଁ ଅଧିକ ୧୦୦.୮୩ କୋଟି ଟଙ୍କା ବରାଦ କଲେ ମୁଖ୍ୟମନ୍ତ୍ରୀ ପୂର୍ବରୁ ପ୍ରକଳ୍ପ ମୂଲ୍ୟ ଥିଲା ୫୫୭.୧୯ କୋଟି, ଏବେ ହେଲା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ