‘ମାଣବସା ଗୁରୁବାରରେ ମାଆ ଲକ୍ଷ୍ମୀଙ୍କୁ ଲାଗି ହେଉ ମାଣ୍ଡିଆ’

ଭୁବନେଶ୍ୱର: ମାର୍ଗଶିର ମାସ ମାଣବସା ଗୁରୁବାରରେ ମାଆ ଲକ୍ଷ୍ମୀଙ୍କୁ ଲାଗି ହେଉ ମାଣ୍ଡିଆ ଭୋଗ। ମା’ ଲକ୍ଷ୍ମୀଙ୍କୁ ମାଣ୍ଡିଆ ପ୍ରସାଦ ଅର୍ପଣ କରି ସମସ୍ତଙ୍କୁ ପରଷିବା ପାଇଁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।  ମାଣ୍ଡିଆ ଦିବସ ଅବସରରେ ଲୋକସେବା ଭବନରେ ଅନୁଷ୍ଠିତ ହୋଇଛି   ଅନ୍ତର୍ଜାତୀୟ ଶ୍ରୀ ଅନ୍ନ ଓ ବିସ୍ମୃତ ଖାଦ୍ୟ ସମ୍ମିଳନୀ। ମାଣ୍ଡିଆ ଭଳି ପୁଷ୍ଟିଶସ୍ୟକୁ ଖାଇବା ଥାଳିକୁ ଫେରାଇ ଆଣିବା ଉଦ୍ଦେଶ୍ୟରେ ଆୟୋଜିତ ହୋଇଛି ଏହି ସମ୍ମିଳନୀ।
ଏଥିରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ, ସବୁ ଲୋକଙ୍କ ଥାଳିରେ ମାଣ୍ଡିଆ ପହଞ୍ଚାଇବା ସରକାରଙ୍କ ଲକ୍ଷ୍ୟ। ଏହା ହୋଇପାରିଲେ ସରକାର ତାଙ୍କ ଲକ୍ଷ୍ୟରେ ସଫଳ ହେବେ ବୋଲି ଧରାଯିବ। ରାନ୍ଧଣା ଶୈଳୀ ବଦଳାଇବା ସହ ଅଧିକ ଆଦୃତ କରିବାକୁ ଫୁଡ୍ ବ୍ଲଗରଙ୍କ ସହାୟତା ନିଆଯିବ। ମିଲେଟରେ ସ୍ନାକ୍ସ ବି ତିଆରି ହେଉଛି।

ସେ ଆହୁରି କହିଥିଲେ, ରାଜ୍ୟର ୧୭୭ ବ୍ଲକରେ ମାଣ୍ଡିଆ ଚାଷ ହେଉଛି। ବର୍ତ୍ତମାନ ମିଲେଟ ହବ୍ ପାଇଁ ବାତାବରଣ ସୃଷ୍ଟି ହୋଇଛି। ମାଣ୍ଡିଆ ଉତ୍ପାଦନ ଓ ବିକ୍ରିବଟା ପାଇଁ ସରକାର ଗୁରୁତ୍ଵ ଦେଉଛନ୍ତି। ମାଣ୍ଡିଆର ଚାହିଦା ବୃଦ୍ଧି ସହ ଚାଷୀ କିପରି ଆଗ୍ରହ ପ୍ରକାଶ କରିବ ସେ ନେଇ ଯୋଜନା ହେଉଛି। ଆଗକୁ ରପ୍ତାନି ବ୍ୟବସ୍ଥା ବି କରାଯିବ। ସରକାରୀ କ୍ୟାଣ୍ଟିନ, ସ୍କୁଲ ଓ ଡାକ୍ତରଖାନା କୁ ମାଣ୍ଡିଆ ଯୋଗାଇ ଦେବାକୁ ବ୍ୟବସ୍ଥା ହେବ। ବାଜରା, ଜୱାର ଓ ମାଣ୍ଡିଆ ଆଦୃତ ହୋଇଛି। ମଣ୍ଡିଆରେ ଧାନ ଠାରୁ ୧୦ଗୁଣ ଖାଦ୍ୟ ତନ୍ତୁ ରହିଛି। କ୍ଷୀର ଠାରୁ ୩ ଗୁଣା କ୍ୟାଲସିୟମ ରହିଛି। ଶ୍ରୀଅନ୍ନ ସୁପର ଫୁଡର ମାନ୍ୟତା ପାଇଛି। ଅଧିକ ମାଣ୍ଡିଆ ଚାଷ ଓ ଉତ୍ପାଦନ ପାଇଁ ସର୍ବନିମ୍ନ ସହାୟକ ମୂଲ୍ୟ ଧାର୍ୟ୍ୟ କରାଯାଇଛି।

  • Related Posts

    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

    Continue reading
    ଆଜି ଦିଲ୍ଲୀ-ଗୁରୁଗାଓଁରେ ଇନଭେଷ୍ଟର୍ସ ମିଟ୍

    ଭୁବନେଶ୍ୱର:ଓଡ଼ିଶାରେ ଶିଳ୍ପ ନିବେଶ ବୃଦ୍ଧି ଲକ୍ଷ୍ୟରେ ଆଜି ଦିଲ୍ଲୀ ଓ ଗୁରୁଗାଓଁରେ ଆୟୋଜିତ ହେବ ଇନଭେଷ୍ଟର୍ସ ମିଟ୍ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ୱରେ ଟିମ୍ ଓଡ଼ିଶା ବିଭିନ୍ନ ଶିଳ୍ପପତି ଓ ନିବେଶକାରୀଙ୍କ ସହ ଆଲୋଚନା କରିବ । ଏହି ମିଟ୍‌ରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ