ମୀନାବଜାରରେ ଅଘଟଣ, ଦୋଳିରେ ଲାଗିଲା ନିଆଁ

ଗଞ୍ଜାମ: ମିନାବଜାରରେ ଅଘଟଣ, ଦୋଳିରେ ଲାଗିଲା ନିଆଁ। ଗଞ୍ଜାମ ଭଞ୍ଜନଗରରେ ଚାଲିଥିବା ମୀନା ବଜାରରେ ଅଘଟଣ। ଅଳ୍ପକେ ବର୍ତ୍ତିଲେ ଶହ ଶହ ଲୋକେ। ନିଆଁ ଲାଗିବା ପରେ ମୀନାବଜାର ପରିସରରେ ଆତଙ୍କ ଖେଳିଯାଇଛି।

ସୂଚନା ଅନୁସାରେ, ଭଞ୍ଜନଗରରେ ଗତ ୧୦ ଦିନ ହେବ ଚାଲିଛି ପ୍ରସିଦ୍ଧ ଠାକୁରାଣୀ ଯାତ୍ରା। ଯାତ୍ରା ଉପଲକ୍ଷେ ପଡ଼ିଥିବା ମୀନାବଜାରରେ ନିଇତି ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ଜମୁଛି। ତେବେ ଗତକାଲି ଏକ ବଡ଼ ଦୋଳିରେ ହଠାତ୍ ସର୍ଟ ସର୍କିଟ୍ ହୋଇ ନିଆଁ ଲାଗିଯାଇଥିଲା।

ଦୋଳିରୁ ନିଆଁ ଓ ଧୂଆଁ ବାହାରୁଥିବା ଦେଖି ଲୋକେ ଭୟଭୀତ ହୋଇ ଏଣେତେଣେ ଦୌଡ଼ିବାକୁ ଲାଗିଥିଲେ। ଖବର ପାଇ ଭଞ୍ଜନଗର ଥାନା ଅଧିକାରୀ ଏବଂ ଅଗ୍ନିଶମ ବାହିନୀ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଥିଲେ। ଠିକ୍ ସମୟରେ ନିଆଁକୁ ଆୟତ କରାଯାଇଥିବାରୁ ଏକ ବଡ଼ ବିପଦ ଟଳିଯାଇଛି। ଏହି ଦୁର୍ଘଟଣାରେ କେହି ଆହତ ହୋଇନଥିବା ସୂଚନା ମିଳିଛି।

  • Related Posts

    ଆଜିଠାରୁ ଶକ୍ତିପୀଠରେ ନବରାତ୍ର ପୂଜା

    ଆଜିଠାରୁ ଶକ୍ତିପୀଠରେ ଆରମ୍ଭ ହେଉଛି ନଅ ଦିନ ଧରି ମାଆଙ୍କ ସ୍ୱତନ୍ତ୍ର ପୂଜାର୍ଚ୍ଚନା। ମାଆଙ୍କ ଆଗମନକୁ ନେଇ ଚଳଚଞ୍ଚଳ ହୋଇଉଠିଛି ଶକ୍ତିପୀଠ। ନଅ ଦିନ ଧରି ବିଭିନ୍ନ ରୀତିନୀତି ଅନୁସାରେ ମାଆଙ୍କ ପୂଜା କରାଯିବ। ଏହି ଅବସରରେ ମାଆଙ୍କ ଦର୍ଶନ ପାଇଁ…

    Continue reading
    ପାର୍ବଣ ବେଳେ କାଚିବ ବର୍ଷା ପବନ

    ଆସୁଛି ବଡ଼ ବର୍ଷା ! ଏଥର ଧୋଇଯିବ ଦଶହରା ! ୧୩ରେ ଲଘୁଚାପ, ନେବ କି ବାତ୍ୟାର ରୂପ ? କ’ଣ କହୁଛି ପାଣିପାଗ ବିଭାଗର ପୂର୍ବାନୁମାନ ? ପାର୍ବଣ ବେଳେ କାଚିବ ବର୍ଷା ପବନ । ଫିକା ପଡିପାରେ ଦୁର୍ଗାପୂଜା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ