ଭୁବନେଶ୍ବର,18।08: ମେଡିକାଲ ଶଯ୍ୟାରୁ ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଏକ ଭିଡିଓ ବାର୍ତ୍ତା ଜାରି କରି ରାଜ୍ୟବାସୀଙ୍କୁ ଏହି ସୂଚନା ଦେଇଛନ୍ତି। ସେ ସୁସ୍ଥ ଥିବା ବାର୍ତ୍ତା ଗଣମାଧ୍ୟମରେ ପ୍ରକାଶ ପାଇଲା ପରେ ତାଙ୍କର ସମର୍ଥକ ଓ ପ୍ରଶଂସକଙ୍କ ଆଶ୍ବସ୍ତ ହୋଇଛନ୍ତି। ନବୀନ ପଟ୍ଟନାୟକ ଆସନ୍ତାକାଲି (ସୋମବାର) ଡାକ୍ତରଖାନାରୁ ଡିସଚାର୍ଜ ହୋଇପାରନ୍ତି। ସୂଚନାଯୋଗ୍ୟ, ନବୀନ ପଟ୍ଟନାୟକ ପୁଣି ଥରେ ଅସୁସ୍ଥ ହୋଇଥିଲେ। ତାଙ୍କୁ ଭୁବନେଶ୍ବରର ସମ୍ ଅଲ୍ଟିମେଟ୍ ମେଡିକେୟାରରେ ଆଜି ସନ୍ଧ୍ୟା ୫ଟା ୧୫ରେ ଭର୍ତ୍ତି କରାଯାଇଥିଲା। ନବୀନ ପଟ୍ଟନାୟକଙ୍କର ଚିକିତ୍ସା ଡାକ୍ତର ଆଲୋକ ପାଣିଗ୍ରାହୀ କରୁଛନ୍ତି। ତାଙ୍କୁ ଡିହାଇଡ୍ରେସନ ହୋଇଥିବା ସୂଚନା ମିଳିଛି। ବର୍ତ୍ତମାନ ତାଙ୍କର ସ୍ୱାସ୍ଥ୍ୟ ଅବସ୍ଥା ସ୍ଥିର ଅଛି ବୋଲି ମେଡିକାଲ କର୍ତ୍ତୃପକ୍ଷଙ୍କ ତରଫରୁ ଗଣମାଧ୍ୟମକୁ ସୂଚନା ଦିଆଯାଇଛି। ନବୀନ ପଟ୍ଟନାୟକଙ୍କ ଆଶୁ ଆରୋଗ୍ୟ ପାଇଁ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି।
ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ସ୍ୱଚ୍ଛତା ପକ୍ଷ ପାଳନ
ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ଭାରତ ସରକାରଙ୍କ ନିର୍ଦ୍ଦେଶକ୍ରମେ ସ୍ୱଚ୍ଛତା ପକ୍ଷ ପାଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ସ୍ୱାଧୀନତା ଦିବସ ଉପଲକ୍ଷେ ଅଗଷ୍ଟ ୧ରୁ ୧୫ ତାରିଖ ପର୍ଯ୍ୟନ୍ତ ସ୍ୱଚ୍ଛତା ପକ୍ଷ ପାଳନ କରାଯାଉଥିବା ବେଳେ ଏହାର…




