ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ସାକ୍ଷାତ କଲେ ପିସିସି ଏସଆଇଆର ଷ୍ଟିୟରିଂ କମିଟି

ଭୁବନେଶ୍ୱର: ରାଜ୍ୟରେ ଚାଲିଥିବା ଏସଆଇଆର ପ୍ରକ୍ରିୟାରେ ପ୍ରକୃତ ଭୋଟରଙ୍କୁ ବାଦ ନ ଦେବାକୁ ସ୍ୱତନ୍ତ୍ର ଭାବେ ଦୃଷ୍ଟି ରଖିବା ନିମନ୍ତେ ପିସିସି ଏସଆଇଆର ଷ୍ଟିୟରିଂ କମିଟିର ଅଧ୍ୟକ୍ଷ ଶ୍ରୀ ସନ୍ତୋଷ ସିଂ ସାଲୁଜା ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟି ଜଣାଇଥିଲେ । ଏସଆଇରର ବିଭିନ୍ନ ପ୍ରକ୍ରିୟା କିଭଳି କାର୍ୟ୍ୟକାରୀ ହେଉଛି ସେ ସମ୍ପର୍କରେ ପୁଙ୍ଖାନୁପୁଙ୍ଖ ପିସିସି ଏସଆଇଆର ଷ୍ଟିୟରିଂ କମିଟି ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ । କମିଟିର ସଦସ୍ୟ ଶ୍ରୀ ପ୍ରକାଶ ମିଶ୍ର, ଶ୍ରୀ ସଞ୍ଜୟ ତ୍ରିପାଠୀ ଏବଂ ଶ୍ରୀ ଲଳିତେନ୍ଦୁ ଶତପଥି ମଧ୍ୟ ଏହି ବୈଠକରେ ଉପସ୍ଥିତ ଥିଲେ ।

ଏଠାରେ ସୂଚନାଯୋଗ୍ୟ ଯେ, ଆସନ୍ତା ମଇ ୯ ତାରିଖ ଦିନ ୧୦ ଘଂଟା ସମୟରେ ଭୁବନେଶ୍ୱର ଧଉଳି ଛକ ନିକଟସ୍ଥ ପୁଷ୍ପକ କନଭେନସନ ଠାରେ ପିସିସି ଏସଆଇଆର ଷ୍ଟିୟରିଂ କମିଟିର ଅଧ୍ୟକ୍ଷ ଶ୍ରୀ ସନ୍ତୋଷ ସିଂ ସାଲୁଜାଙ୍କ ଅଧ୍ୟକ୍ଷତାରେ ପ୍ରଦେଶ କଂଗ୍ରେସ ପକ୍ଷରୁ ବିଏଲଏ-୧, ଜିଲ୍ଲା କଂଗ୍ରେସ ସଭାପତି ମାନଙ୍କର ଏସଆଇର ବାବଦରେ ଏକ ପ୍ରଶିକ୍ଷଣ ଶିବିର ହେବ । ଏହି ପ୍ରଶିକ୍ଷଣ ଶିବିରରେ ପିସିସି ସଭାପତି ଶ୍ରୀ ଭକ୍ତ ଚରଣ ଦାସ ଏବଂ ଏଆଇସିସି କ୍ଲଷ୍ଟର ହେଡ ରାଜେଶ କୁମାର ସେରସିଆ ଉପସ୍ଥିତ ରହିବେ । ଏହି ପ୍ରଶିକ୍ଷଣ ଶିବିରରେ ଷ୍ଟିଅରିଂ କମିଟି, ଷ୍ଟିୟରିଂ କମିଟିର ଉପଦେଷ୍ଟା କମିଟି ମେମ୍ବର, ୱାରରୁମ କମିଟି ମେମ୍ବର ଏବଂ କୋଷାଧ୍ୟକ୍ଷ ଶ୍ରୀ ସିର୍ଦ୍ଧାଥ ସ୍ୱରୂପ ଦାଶ ମଧ୍ୟ ଅଂଶଗ୍ରହଣ କରିବେ ।

  • Related Posts

    ୧.୭୯ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କା ସୁଧ ଫେରସ୍ତ

    ଓଡ଼ିଶାର ବିକାଶରେ ନେତୃତ୍ୱ ନେବେ ନାରୀଶକ୍ତି: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା • ୧୫,୫୨୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଆବର୍ତ୍ତନ ପାଣ୍ଠି, ୩୭୧ ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୋଷ୍ଠୀ ବିନିଯୋଗ ପାଣ୍ଠି ଓ ୬୦୫ ଆଞ୍ଚଳିକ ମହାସଂଘକୁ ନିରାପତ୍ତା ପାଣ୍ଠି ବାବଦକୁ ମୋଟ…

    Continue reading
    ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

    ଭୁବନେଶ୍ୱର, ୦୬-୧୦-୨୬: ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (LA28) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍‌ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ