ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନାର ଶୁଭାରମ୍ଭ

ଦେବଗଡ଼:ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନାର ଶୁଭାରମ୍ଭ କରାଯାଇଛି। ଦେବଗଡ କଲେଜସ୍ଥିତ ବିଜୁ ପଟ୍ଟନାୟକ ପ୍ରେକ୍ଷାଳୟରେ ଜିଲ୍ଲା ଯୋଗାଣ ଅଧିକାରୀ କିଶୋର ମହାରଣାଙ୍କ ତତ୍ତ୍ବାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲ୍ଲାପାଳ କବୀନ୍ଦ୍ର ସାହୁ ମୁଖ୍ୟଅତିଥି, ଉପଜିଲ୍ଲାପାଳ ପରୀକ୍ଷିତ ସାହୁ, ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ପ୍ରଶାନ୍ତ ବେହେରା,ତିଲେଇବଣି ପଂଚାୟତ ସମିତି ଅଧ୍ୟକ୍ଷା ବୃନ୍ଦାବତୀ ଭୋଇ, ଭାରପ୍ରାପ୍ତ ପ‌ୌରାଧ୍ୟକ୍ଷ ପ୍ରଜିତ ଭୋଜ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ନିଜର ବକ୍ତବ୍ୟ ରଖିଥିଲେ। ଅନ୍ନପୂର୍ଣ୍ଣା ଯୋଜନାର ଶୁଭାରମ୍ଭ ପରେ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଓ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ଅନ୍ତର୍ଭୁକ୍ତ ସମସ୍ତଙ୍କୁ ଏଥିରେ ସାମିଲ କରାଯାଇ ମୁଣ୍ଡପିଛା ୫ କିଲୋଗ୍ରାମ ଅତିରିକ୍ତ ଚାଉଳ ପ୍ରଦାନ କରାଯିବା ସହ ପ୍ରତ୍ୟେକ ହିତାଧିକାରୀ ଚାଉଳର ପରିମାଣ ୫ କିଲୋଗ୍ରାମରୁ ୧୦ କିଲୋଗ୍ରାମକୁ ବୃଦ୍ଧି କରାଯାଇଛି। ମାଗଣାରେ ମୁଣ୍ଡ ପିଛା ୧୦ କେଜି ଚାଉଳ ଦିଆଯିବ ଏବଂ ଏହି ଯୋଜନା ଚଳିତ ବର୍ଷ ଏପ୍ରିଲରୁ ଲାଗୁ ହେବ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହି ଅବସରରେ ୬୦ ଜଣଙ୍କୁ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନାର କାର୍ଡ ପ୍ରଦାନ କରାଯାଇଥିଲା। ଖୋର୍ଦ୍ଧାରୁ ଆଭାସୀ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନ୍ନପୂର୍ଣ୍ଣା ଯୋଜନାର ଶୁଭାରମ୍ଭ କରିଥିଲେ।କାର୍ଯ୍ୟକ୍ରମରେ ବହୁ ହିତାଧିକାରୀ ଏବଂ ଏସଏଚଜି ମହିଳାଙ୍କ ସମେତ ଜନସାଧାରଣ ଉପସ୍ଥିତ ଥିଲେ। ଡିଆଇପିଆରଓ ମନୋରଞ୍ଜନ ସୁତାର କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।

  • Related Posts

    ବ୍ଲକସ୍ତରୀୟ ବରିଷ୍ଠ ନାଗରିକ ମଞ୍ଚର ବୈଠକ

    ଦେବଗଡ଼: ବାରକୋଟସ୍ଥିତ ଡାକବଙ୍ଗଳାରେ ଆଜି ବ୍ଲକ୍‌ସ୍ତରୀୟ ବରିଷ୍ଠ ନାଗରିକ ମଞ୍ଚର ବୈଠକ ଅନୁଷ୍ଠିତ ହୋଇଯାଇଛି। ମଞ୍ଚର ସଭାପତି ପଞ୍ଚାନନ ସାହୁଙ୍କ ସଭାପତିତ୍ବରେ ଅନୁଷ୍ଠିତ ବୈଠକରେ ବାରକୋଟଠାରେ ନିର୍ମିତ ଶବ ବ୍ୟବଚ୍ଛେଦ ଗୃହ କାର୍ଯ୍ୟକ୍ଷମ କରିବା, ଉଭୟ ବ୍ଲକ୍‌ ଓ ବଣେଇ ଛକରେ…

    Continue reading
    ଆଧୁନିକତାର ବଶବର୍ତ୍ତୀ ଭିତରେ ଭୁଲିଗଲେଣି ପାରମ୍ପରିକ ରଜଦୋଳି ଓ ଗୀତର ମହକ

    ଦେବଗଡ଼ -ରଜ ସଜବାଜକୁ ନେଇ ଉତ୍ସବମୁଖର ହୋଇପଡ଼ିଲାଣି ଗାଁଠୁ ସହର। କପଡା , ଫଳ ଦୋକାନ ମାନଙ୍କରେ ଜମିଲାଣି ଭିଡ଼ । କୁଆଁରୀମାନେ ସଜବାଜରେ ଲାଗି ପଡ଼ିଲେଣି।ପରମ୍ପରା ଅନୁଯାୟୀ କୁମାରୀମାନେ ପରସ୍ପରକୁ ଅଳତା, କୁଂକୁମ, ମେହେନ୍ଦି ଲଗାଇ ସଜାଇ ହେଉଛନ୍ତି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ