ମୁଖ୍ୟମନ୍ତ୍ରୀ ସହରୀ ବିକାଶ ଯୋଜନାକୁ ମିଳିଲା ଅନୁମୋଦନ

ଭୁବନେଶ୍ବର: “ମୁଖ୍ୟମନ୍ତ୍ରୀ ସହରୀ ବିକାଶ ଯୋଜନା”କୁ ଅନୁମୋଦନ ସହ ରାଜ୍ୟ କ୍ୟାବିନେଟ ଶୁକ୍ରବାର ୪ ପ୍ରସ୍ତାବ ଉପରେ ମୋହର ମାରିଛି। ଏହି ଯୋଜନାର ଲକ୍ଷ୍ୟ ହେଉଛି ” ବିକଶିତ ଓଡ଼ିଶା @୨୦୩୬ ଲକ୍ଷ୍ୟ ” ସହିତ ସହରୀ ବିକାଶ ପାଇଁ ଏକ ସମନ୍ବିତ ଆଭିମୁଖ୍ୟ ସହିତ ସହରୀ ଭିଭିଭୂମିକୁ ସୁଦୃଢ଼ ଓ ରାଜସ୍ବ ଅଭିବୃଦ୍ଧି କରିବ।ଏହି ଯୋଜନା ଅଧୀନରେ ସହରୀ ଭିଭିଭୂମିର ବିକାଶ କରାଯିବ।ଯେପରିକି ସାଧାରଣ ଏବଂ ରାଜସ୍ବ ସୃଷ୍ଟିକାରୀ ଭିତ୍ତିଭୂମିର ବିକାଶ ଯେପରିକି, କଲ୍ୟାଣ ମଣ୍ଡପ/ ବହୁମୁଖୀ ସଭା ଗୃହ, ଟାଉନ୍ ହଲ୍, ଶ୍ମଶାନ, ଗୋଷ୍ଠୀ କେନ୍ଦ୍ର, ମାର୍କେଟ କମ୍ପ୍ଲେକ୍ସ, ରାସ୍ତା, ଡ୍ରେନ, ପାର୍କ, ବହୁବ୍ୟବହାର୍ଯ୍ୟ ବାଣିଜ୍ୟିକ କମ୍ପ୍ଲେକ୍ସ, Vending Zone, କ୍ଷୁଦ୍ର ଶୀତଳ ଭଣ୍ଡାର, ବୈଦ୍ୟୁତିକ ମୋଟରଯାନ ଚାଲିଂ ଷ୍ଟେସନ୍, ପାକିଂ ସ୍ଥାନ, ଉପଯୁକ୍ତ ସ୍ଥାନଗୁଡ଼ିକରେ କ୍ଷୁଦ୍ର ପର୍ଯ୍ୟଟନ ସ୍ଥଳୀର ନିର୍ମାଣ କରାଯିବ।

ଆହୁରି ମଧ୍ୟ ଛୋଟପାର୍କ, ମୁକ୍ତାକାଶ ବ୍ୟାୟାମଶାଳା ଶିଶୁ କ୍ରୀଡ଼ା ଉଦ୍ୟାନ, ଚାଲିବା ରାସ୍ତା, ଖେଳପଡ଼ିଆ, ଖୋଲା ସ୍ଥାନର ବିକାଶ, ବନୀକରଣ ପ୍ରକଳ୍ପ, ଭୋଗମଣ୍ଡପ, ଭାଗବତ ଟୁଙ୍ଗି ଏବଂ ସାଂସ୍କୃତିକ କେନ୍ଦ୍ର ପରି ଧାର୍ମିକ ସ୍ଥାନର ବିକାଶ ଏବଂ ବର୍ଷା ଜଳ ଅମଳ ସଂରଚନା ପ୍ରକଳ୍ପ। ନଦୀକୂଳ ଏବଂ ଜଳାଶୟ ଗୁଡ଼ିକର ନବୀକରଣ ଏବଂ ବିକାଶ। କାଞ୍ଜିଆ ହୁଦା/ ଗୋଶାଳା ଏବଂ ପ୍ରାଣୀଯତ୍ନ କେନ୍ଦ୍ରର ବିକାଶ କରାଯିବ। ସହର ବିକାଶ ଯୋଜନା ପାଇଁ ୬ ହଜାର ୧୦୦କୋଟି ଟଙ୍କା ଅନୁମୋଦନ କରିଛନ୍ତି ସରକାର।
ସେହିଭଳି ଦ୍ବିତୀୟରେ ଜୈବ ପ୍ରଯୁକ୍ତି ବିଜ୍ଞାନ ଯୋଜନାକୁ ମଞ୍ଜୁରୀ ଦେଇଛି କ୍ୟାବିନେଟ୍‌ । ୫ବର୍ଷ ପାଇଁ କାର୍ଯ୍ୟକାରୀ ହେବାକୁ ଥିବା ଏହି ଯୋଜନା ପାଇଁ ୧ ହଜାର ୧୧୩କୋଟି ୫୦ଲକ୍ଷ ଟଙ୍କା ବ୍ୟୟ ଅଟକଳ ହୋଇଛି । ତୃତୀୟରେ ଛେଳିଗଡ଼ ଜଳସେଚନ ପ୍ରକଳ୍ପକୁ ମିଳିଛି ମଞ୍ଜୁରୀ। ପ୍ରକଳ୍ପର କଂକ୍ରିଟ୍‌ ଡ୍ୟାମ୍‌, ସିଙ୍ଗଲ ଓ୍ବେ ନିର୍ମାଣ ହେବ । ଖର୍ଚ୍ଚ ହେବ ୧୫୧କୋଟି ଟଙ୍କା। ଏହି ପ୍ରକଳ୍ପ ଦ୍ବାରା ୬ହଜାର ୨୬୦ ହେକ୍ଟର ଜଳସେଚନ ହେବ ।

  • Related Posts

    ଭୋଟର ତାଲିକାରେ ନାମ ସାମିଲ ପାଇଁ ୩୩,୫୧୫ଟି ଫର୍ମ-୬ ଆବେଦନ ଗ୍ରହଣ

    ୩ ଦିନରେ ରାଜ୍ୟବ୍ୟାପୀ ୨୬,୪୪୬ଟି ସ୍ୱତନ୍ତ୍ର ଶିବିର ଆୟୋଜନ ଭୁବନେଶ୍ୱର : ୧୦ ଅକ୍ଟୋବର ୨୦୨୬ ଭାରତ ନିର୍ବାଚନ ଆୟୋଗ (ଇସିଆଇ)ଙ୍କ ନିର୍ଦ୍ଦେଶକ୍ରମେ ଓଡ଼ିଶାରେ ଭୋଟର ତାଲିକାରେ ନାମ ସାମିଲ କରିବା ଉଦ୍ଦେଶ୍ୟରେ ଅକ୍ଟୋବର ୭, ୮ ଓ ୯ ତାରିଖରେ…

    Continue reading
    ଆଜି ନୋମିନେସନ୍ ପ୍ରତ୍ୟାହାର, ଅପରାହ୍ନ ୩ଟାରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା

    ଭୁବନେଶ୍ୱର: ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେଉଛି । ଶୁକ୍ରବାର ଆଶାୟୀ ପ୍ରାର୍ଥୀମାନେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଅପରାହ୍ନରେ ପ୍ରାର୍ଥୀପତ୍ର ଯାଞ୍ଚ ପରେ ସଂଧ୍ୟାରେ ବୈଧ ନାମାଙ୍କନ ପ୍ରକାଶ ପାଇଥିଲା । ଆଜି ପ୍ରାର୍ଥୀପତ୍ର ପ୍ରତ୍ୟାହାର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ