ମୁଖ୍ୟମନ୍ତ୍ରୀଙ୍କ କାର୍‌କେଡ୍ ଗାଡି ସଂଖ୍ୟା ଅଧା ହେଲା

ଭୁବନେଶ୍ୱର,୧୩/୦୫: ପଶ୍ଚିମ ଏସିଆ ପରିସ୍ଥିତି ଯୋଗୁଁ ସମଗ୍ର ବିଶ୍ୱରେ ଦେଖାଦେଇଥିବା ତୈଳ ସଂକଟ ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ବିଭିନ୍ନ ଖର୍ଚ୍ଚକାଟ, ବିଶେଷକରି ପେଟ୍ରୋଲ ବ୍ୟବହାର କମ୍ କରିବାକୁ ଆହ୍ୱାନ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନକୁ ସମ୍ମାନ ଦେବାକୁ ରାଜ୍ୟବାସୀଙ୍କୁ ପରାମର୍ଶ ଦେବା ସହ ପ୍ରଧାନମନ୍ତ୍ରୀଙ୍କ ଏହି ଆହ୍ୱାନକୁ ସ୍ୱାଗତ କରି ତାଙ୍କ ନିଜ ବ୍ୟକ୍ତିଗତ ସୁରକ୍ଷା ପାଇଁ ଯାଉଥିବା ଗାଡି ଗୁଡିକୁ ଅଧା କରିଦେଇଛନ୍ତି। ଏହା ସହିତ, ପ୍ରଧାନମନ୍ତ୍ରୀଙ୍କ ଏହି ଆହ୍ୱାନକୁ ଗୁରୁତ୍ୱ ଦେଇ, ବ୍ୟକ୍ତିଗତ ଗାଡିରେ ଯିବାଆସିବା କମ୍ କରିବା ସହିତ, ଅଧିକ ମାତ୍ରାରେ ପବ୍ଲିକ ଟ୍ରାନ୍‌ସପୋର୍ଟ ବ୍ୟବହାର କରିବାକୁ ରାଜ୍ୟବାସୀଙ୍କୁ ନିବେଦନ କରିଛନ୍ତି। କେବଳ ଆବଶ୍ୟକ ସ୍ଥଳରେ ଗାଡି ବ୍ୟବହାର କରି ଅନାବଶ୍ୟକ ବ୍ୟବହାର ବନ୍ଦ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଏହା ସହିତ ସୁନା ନକିଣିବା ଓ ଅନାବଶ୍ୟକ ବିଦେଶଗସ୍ତ ନକରିବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ