ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ପାଇଁ ୧୦୦୦ ଜଣଙ୍କ ଅନଲାଇନ୍ ପଞ୍ଜୀକରଣ ଶେଷ

ଭୁବନେଶ୍ୱର: ଆସନ୍ତା ସୋମବାର ଜୁଲାଇ ୨୮ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ । ଏହି ପରିପ୍ରେକ୍ଷୀରେ ୧୦୦୦ ଜଣ ଆବେଦନକାରୀ ସେମାନଙ୍କର ନାମ ଅନ୍ ଲାଇନ୍ ଯୋଗେ ପଞ୍ଜୀକରଣ କରିସାରିଛନ୍ତି । ଏହି ଅନଲାଇନ ପଞ୍ଜୀକରଣ ଆଜି ଜୁଲାଇ ୨୫ ତାରିଖ ସକାଳ ୧୦.୦୦ ଠାରୁ ଆରମ୍ଭ ହୋଇ ସର୍ବାଧ‌ିକ ୧୦୦୦ ଜଣ ପଞ୍ଜୀକରଣ କରିବା ପର୍ୟ୍ୟନ୍ତ ଖୋଲା ରହିଥିଲା । ତେବେ ଆଜି ଅପରାହ୍ଣ ସୁଦ୍ଧା ସମସ୍ତ ପଞ୍ଜୀକରଣ ସରିଥିବା ( ବୁକ୍ ହୋଇସାରିଥିବା) ଜଣାଯାଇଛି । ଜନସାଧାରଣ ଜନଶୁଣାଣି ପୋର୍ଟାଲ ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ୟମରେ ଇଚ୍ଚୁକ ଜନସାଧାରଣ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ସେମାନଙ୍କର ନାମ ପଞ୍ଜୀକରଣ କରିଛନ୍ତି ।
ସୂଚନା ଯୋଗ୍ୟ ଯେ, ମାନ୍ୟବର ମୁଖ୍ୟମନ୍ତ୍ରୀ ଏଥର ଜୁଲାଇ ୨୮ ତାରିଖ ସୋମବାର ସକାଳ ୮ ଘଟିକାରୁ ୟୁନିଟ-୨, ଅଶୋକ ନଗର, ଭୁବନେଶ୍ୱର ସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ ନର୍ସରୀ ନିକଟସ୍ଥ) ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବାର କାର୍ୟ୍ୟକ୍ରମ ରହିଛି । ଜନସାଧାରଣ ପଞ୍ଜୀକୃତ ପ୍ରାପ୍ତି ସ୍ଵୀକାର ପତ୍ର ଏବଂ ବ୍ୟକ୍ତିଗତ ପରିଚୟ ପତ୍ର ତଥା ନିଜର ଅଭିଯୋଗ ପତ୍ର ସହ ଦର୍ଶାଯାଇଥିବା ସ୍ଥାନରେ ନିର୍ଦ୍ଧାରିତ ସମୟରେ ଉପସ୍ଥିତ ରହି ନିଜର ଅଭିଯୋଗ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇବା ବ୍ୟବସ୍ଥା ରହିଛି ।

  • Related Posts

    ଶିକ୍ଷା, ସ୍ୱାସ୍ଥ୍ୟ, ମହିଳା ଓ ଶିଶୁ ବିକାଶ ଜରିଆରେ ସାମାଜିକ କ୍ଷେତ୍ରର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବୈଠକ- ‘ପ୍ରୟାସ’

    ତୃଣମୂଳ ସ୍ତରରେ ସମସ୍ୟାକୁ ଚିହ୍ନଟ କରି ଏହାର ସମାଧାନ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ ଆରୋପ ‘ସୁପୋଷିତ ଓଡ଼ିଶା’, ପ୍ରାଥମିକ ସ୍ତରରୁ ଶିକ୍ଷାର ମାନ ବୃଦ୍ଧି ପାଇଁ ଅଭିଯାନକୁ ଜୋରଦାର କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଭୁବନେଶ୍ୱର ୮ ଅକ୍ଟୋବର ୨୦୨୬ ଆଜି ଲୋକସେବା…

    Continue reading
    ବଦଳିଲେ ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ

    ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ । ବଦଳିଲା ବରିଷ୍ଠ ଅଧିକାରୀଙ୍କ ଦାୟିତ୍ୱ । ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ତ୍ରିଲୋଚନ ମହାନ୍ତିଙ୍କୁ ROTIର ଯୁଗ୍ମ ନିର୍ଦ୍ଦେଶକ ଭାବେ ଅବସ୍ଥାପିତ କରାଯାଇଛି । ସେହିପରି ଗୀତାଞ୍ଜଳି ନାୟକଙ୍କୁ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ