ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି: ନବଗଠିତ ପ୍ୟାକ୍ସ ଓ ଲ୍ୟାମ୍ପ୍ସଙ୍କୁ ମିଳିବ ୫ ଲକ୍ଷ ଟଙ୍କା ମୂଳଧନ

ଭୁବନେଶ୍ୱର: ରାଜ୍ୟରେ ଚାଷୀ ଓ ଅନ୍ୟାନ୍ୟ ଆର୍ଥିକ ଅନଗ୍ରସର ଶ୍ରେଣୀର ଲୋକଙ୍କୁ ସମବାୟ ମାଧ୍ୟମରେ ସହାୟତା ଯୋଗାଇ ଦେବା ପାଇଁ ରାଜ୍ୟରେ ପ୍ରାଥମିକ କୃଷି ସମବାୟ ସମିତି ଏବଂ ବୃହତ ଆଦିବାସୀ ବହୁମୁଖୀ ସମବାୟ ସମିତି ଗଠନ କରଯାଇଛି । ଏହା ମଧ୍ୟରେ ୧୫୪୨ ଟି ନୂଆ ପ୍ୟାକ୍ସ ଓ ଲ୍ୟାମ୍ପ୍ସ ଗଠନ କରାଯାଇଛି । ଏହି ନବଗଠିତ ସଂସ୍ଥା ଗୁଡିକୁ କାର୍ଯ୍ୟକ୍ଷମ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ନେଇଛନ୍ତି ।
ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ପ୍ରତ୍ୟେକ ନବଗଠିତ ପ୍ୟାକ୍ସ କିମ୍ବା ଲ୍ୟାମ୍ପ୍ସକୁ କାର୍ଯ୍ୟକ୍ଷମ ହେବାପାଇଁ ୫ ଲକ୍ଷ ଟଙ୍କା ଲେଖାଏଁ ମୂଳଧନ ଦିଆଯିବ । ଏ ସଂପର୍କିତ ଏକ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମଞ୍ଜୁରୀ ପ୍ରଦାନ କରିଛନ୍ତି । ଏହାଦ୍ୱାରା ନବଗଠିତ ୧୫୪୨ଟି ପ୍ୟାକ୍ସ ଓ ଲ୍ୟାମ୍ପ୍ସକୁ ମୂଳଧନ ଭାବରେ ୭୬.୮୦ କୋଟି ଟଙ୍କା ପ୍ରଦାନ କରାଯିବ । ଏହାଦ୍ୱାରା ରାଜ୍ୟର ସମବାୟ କ୍ଷେତ୍ର ସୁଦୃଢ ହେବା ସହିତ ଚାଷୀଭାଇମାନେ ଉପକୃତ ହେବେ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି ।

  • Related Posts

    ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍

    ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…

    Continue reading
    ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି

    ଭୁବନେଶ୍ବର,: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି । ଝୁଲଣା-୧ବହିରେ ‘ଅ’ ବଦଳରେ ‘ଚ’ରୁ ଆରମ୍ଭ ହୋଇଛି ବର୍ଣ୍ଣମାଳା । ସେହିପରି ‘ବନ୍ଦେ ଉତ୍କଳ ଜନନୀ’ରେ ବି ଭୁଲ୍ । ଜାତୀୟ ସଙ୍ଗୀତରେ ବି ଗୁରୁତର ତ୍ରୁଟି ଦେଖାଦେଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ