ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି: ଏସଆଇ କେଳେଙ୍କାରୀର ହେବ ସିବିଆଇ ତଦନ୍ତ

ଭୁବନେଶ୍ବର: ବହୁ ଚର୍ଚ୍ଚିତ ପୋଲିସ ସବ୍‌ ଇନ୍ସପେକ୍ଟର ନିଯୁକ୍ତି ପରୀକ୍ଷାର ତଦନ୍ତ ଭାର ସି.ବି.ଆଇ କୁ ଅର୍ପଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି ।ସୂଚନାଯୋଗ୍ୟ ଯେ ଓଡିଶା ପୋଲିସ ସବ୍‌ଇନ୍‌ସପେକ୍ଟର ନିଯୁକ୍ତି ପରୀକ୍ଷାରେ ବ୍ୟାପକ ଅନିୟମିତତା ଓ ଦୁର୍ନୀତିର ଅଭିଯୋଗ ହୋଇଥିଲା। ଏହାର ତଦନ୍ତ ଭାର କ୍ରାଇମ ବ୍ରାଞ୍ଚ ସି.ଆଇ.ଡିକୁ ଦିଆଯାଇଛି। ବର୍ତ୍ତମାନ ପର୍ୟ୍ୟନ୍ତ ହୋଇଥିବା ଅନୁସଂଧାନରୁ ଜଣାଯାଇଛି ଯେ ଏହି ଦୁର୍ନୀତିର ଚେର ଆନ୍ଧ୍ରପ୍ରଦେଶ ଓ ପଶ୍ଚିମବଙ୍ଗ ସହିତ ଅନ୍ୟାନ୍ୟ ରାଜ୍ୟକୁ ମଧ୍ୟ ବ୍ୟାପି ଥାଇପାରେ। ଏହା ସହିତ ଏହି ଦୁର୍ନୀତିରେ ଆନ୍ତ-ରାଜ୍ୟ ସଂଗଠିତ କ୍ରିମିନାଲ ଗ୍ୟାଙ୍ଗର ସଂପୃକ୍ତି ଥିବା ନେଇ ମଧ୍ୟ ସନ୍ଦେହ କରାଯାଉଛି ।ଏସବୁକୁ ଦୃଷ୍ଟିରେ ରଖି, ଏହି ଦୁର୍ନୀତିର ସଂପୂର୍ଣ୍ଣ ପର୍ଦ୍ଦାଫାସ୍ କରିବା ପାଇଁ ଏବଂ ଏଥିରେ ସଂପୃକ୍ତ ସମସ୍ତ ଅପରାଧୀ ମାନଙ୍କୁ ଆଇନ ପରିସରକୁ ଆଣି ଦୃଷ୍ଟାନ୍ତମୂଳକ ଦଣ୍ଡବିଧାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଏହାର ତଦନ୍ତ ଭାର କେନ୍ଦ୍ରୀୟ ତଦନ୍ତ ସଂସ୍ଥା ସି.ବି.ଆଇ କୁ ଦେବା ପାଇଁ ନିର୍ଣ୍ଣୟ କରିଛନ୍ତି।ଏହାଛଡା ପୋଲିସ ଏବଂ ଅନ୍ୟାନ୍ୟ ପୋଷାକଧାରୀ ସେବାରେ କର୍ମଚାରୀ ଚୟନ ପାଇଁ ଏକ ସ୍ଥାୟୀ ଆୟୋଗ ପ୍ରତିଷ୍ଠା କରିବାକୁ ରାଜ୍ୟ ସରକାର ବିଚାର କରୁଛନ୍ତି।

  • Related Posts

    ହସ୍ତତନ୍ତ ପିନ୍ଧି ଓଡ଼ିଶା ବାସୀ ପାଳିଲେ “ଆମ ପୋଷାକ ଆମ ପରିଚୟ” ଦିବସ

    ୨ ଏପ୍ରିଲ, ୨୦୨୬, ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଏପ୍ରିଲ ୧ରୁ ୧୪ ତାରିଖ ପର୍ଯ୍ୟନ୍ତ ପାଳନ ହେଉଛି ଓଡ଼ିଆ ପକ୍ଷ। ଆଜି ଓଡ଼ିଆ ପକ୍ଷ ପାଳନର ଦ୍ଵିତୀୟ ଦିବସରେ ଓଡ଼ିଶା ବାସୀ ପାରମ୍ପରିକ ପୋଷାକ…

    Continue reading
    ରାଜ୍ୟରେ ପ୍ରଥମ ଦିନରେ ସ୍ଵଜନଗଣନା କରିଛନ୍ତି ୧୭ ହଜାର

    ଭୁବନେଶ୍ଵର : ରାଜ୍ୟରେ ଜନଗଣନାକୁ ନେଇ ଆସିଲା ବଡ଼ ଅପଡେଟ୍। ପ୍ରଥମ ଦିନରେ ସ୍ଵଜନଗଣନା କରିଛନ୍ତି ୧୭ ହଜାର ଲୋକ। ସ୍ଵଜନଗଣନା ପ୍ରକ୍ରିୟାରେ ଅଧିକରୁ ଅଧିକ ସାମିଲ ହେବା ପାଇଁ ସାଧାରଣ ଲୋକଙ୍କୁ ଅପିଲ୍ କଲେ ମୁଖ୍ୟ ଶାସନ ସଚିବ ଏବଂ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ