ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଆଇନଜୀବୀଙ୍କ ସହାୟତା ରାଶି ୪୦% ବୃଦ୍ଧି

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା। ରାଜ୍ୟର ବିଭିନ୍ନ କୋର୍ଟରେ କାର୍ଯ୍ୟରତ ଆଇନଜୀବୀମାନଙ୍କ ସହାୟତା ପରିମାଣ ବୃଦ୍ଧି। ଅବସର ନେଇଥିବା କିମ୍ବା ଦେହାନ୍ତ ହେବା କ୍ଷେତ୍ରରେ ରାଜ୍ୟ କଲ୍ୟାଣ ପାଣ୍ଠିରୁ ପରିବାରକୁ ସହାୟତା ରାଶି ପ୍ରଦାନ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଇନଜୀବୀମାନଙ୍କ ପାଇଁ ଏହି ସହାୟତା ରାଶିର ପରିମାଣ ୪୦ ପ୍ରତିଶତ ବୃଦ୍ଧି କରିଛନ୍ତି। ଏହାଦ୍ବାରା ରାଜ୍ୟର ବିଭିନ୍ନ କୋର୍ଟରେ କାର୍ଯ୍ୟରତ ହଜାର ହଜାର ଆଇନଜୀବୀମାନେ ଉପକୃତ ହୋଇପାରିବେ।

ସୂଚନାଯୋଗ୍ୟ ଯେ, ଶେଷଥର ପାଇଁ ଆଇନଜୀବୀମାନଙ୍କର ଏହି ସହାୟତା ରାଶି ୨୦୨୧ ମସିହାରେ ବୃଦ୍ଧି ପାଇଥିଲା। ଏହି ସହାୟତା ରାଶି ବୃଦ୍ଧି ଦ୍ବାରା ୫ ବର୍ଷ ବା ଏଥିରୁ କମ୍ ସମୟ ପାଇଁ କାର୍ଯ୍ୟରତ ଆଇନଜୀବୀମାନଙ୍କୁ କେବଳ ଦେହାନ୍ତ କ୍ଷେତ୍ରରେ ପରିବାରର ନିକଟତମ ଆତ୍ମୀୟଙ୍କୁ ୧,୦୫,୦୦୦ ଟଙ୍କା ସହାୟତା ଦିଆଯିବ। ଏହାପରେ ପ୍ରତ୍ୟେକ ଅଧିକ ବର୍ଷର ଅଭିଜ୍ଞତା ପାଇଁ ସହାୟତା ରାଶି ପରିମାଣ ବୃଦ୍ଧି ପାଇବ। ଅବସର ଓ ଦେହାନ୍ତ କ୍ଷେତ୍ରରେ ଏହି ସହାୟତା ମିଳିବ। ୩୦ ବର୍ଷ କାର୍ଯ୍ୟରତ ଥିଲେ, ଅବସର କ୍ଷେତ୍ରରେ ସମ୍ପୃକ୍ତ ଆଇନଜୀବୀଙ୍କୁ କିମ୍ବା ଦେହାନ୍ତ କ୍ଷେତ୍ରରେ ତାଙ୍କ ପରିବାରର ନିକଟତମ ଆତ୍ମୀୟଙ୍କୁ ୬,୩୦,୦୦୦ ଟଙ୍କା ସହାୟତା ପ୍ରଦାନ କରାଯିବ। ଯାହାକି ସର୍ବାଧିକ ସହାୟତା ପରିମାଣ।

  • Related Posts

    ତାମିଲନାଡୁ ଗ୍ୟାସ୍ ଲିକରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟଣା: CMRFରୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା

    ଭୁବନେଶ୍ୱର: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍ ଲିକ୍ ଦୁର୍ଘଟଣାରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହି ଘଟଣାରେ ସେ ଅତ୍ୟନ୍ତ…

    Continue reading
    ତାମିଲନାଡ଼ୁରେ ୫ ଓଡ଼ିଆ ମୃତ

    ଭୁବନେଶ୍ୱର: ତାମିଲନାଡ଼ୁ ଗ୍ୟାସ ଟ୍ରାଜେଡିରେ ୨ ନୁହେଁ ମୋଟ ୫ ଜଣ ଓଡ଼ିଆଙ୍କ ମୃତୁ୍ୟ ହୋଇଛି । ଶ୍ରମମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ ଏନେଇ ସୋମବାର ସୂଚନା ଦେଇଛନ୍ତି । ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍ ଲିକ୍ ଦୁର୍ଘଟଣାକୁ ନେଇ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ